Posted inRasifala

ରାଶିଫଳ: ରବିବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ
ଆଜି ଭାଇ, ପଡ଼ୋଶୀ, ସହକର୍ମୀ କିମ୍ବା ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବ ନାହିଁ। କିନ୍ତୁ କର୍ମକ୍ଷେତ୍ରରେ, ଆନୁଷ୍ଠାନିକ କାମରେ ଠିକ୍‌ ପରାମର୍ଶ ଦେଇ ଅନ୍ୟମାନଙ୍କ ପ୍ରଶଂସାର ପାତ୍ର ହେବେ। ଇଚ୍ଛା ନ ଥିଲେ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟ ଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ବୃଷ
ବୃଷ
ଆଜିର ଯାତ୍ରା, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତା, ସ୍ତ୍ରୀ ସମ୍ପର୍କରେ ଉନ୍ନତ ମାନର ଫଳ ପାଇବେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ୱନ୍ଦ୍ୱିତା ସୃଷ୍ଟି ହେବ। ବେପରୁଆ କାର୍ଯ୍ୟକଳାପ ସକାଶେ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହୋଇପାରନ୍ତି। ଅନ୍ୟମାନଙ୍କ ଭଲ ସକାଶେ ନିଜକୁ ଦାୟୀ ହେବାକୁ ପଡ଼ିପାରେ। ଦେହ ଅସୁସ୍ଥ ଲାଗିପାରେ।
ମିଥୁନ
ମିଥୁନ
ଅଭାବ ଅସୁବିଧା ଲାଗି ରହିଥିଲେ ମଧ୍ୟ କୌଣସି କାମ ଅଟକିବ ନାହିଁ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେ ନାହିଁ। ବିଶେଷ କଷ୍ଟ ସ୍ବୀକାର କରିବା ପରେ ଅର୍ଥ ପାଇବେ ଓ କାମଟି ବିଳମ୍ବରେ ହେବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କର୍କଟ
କର୍କଟ
କିଛି ସୁବିଧା ସାଙ୍ଗକୁ କିଛି ଅସୁବିଧା ରହିଥିବାରୁ ମାନସିକ ଦ୍ୱନ୍ଦ୍ୱ ଭିତର ଦେଇ ଗତି କରିବେ। ପାରିବାରିିକ କ୍ଷେତ୍ର ବୁଝାମଣା ଭିତ୍ତିରେ ଶୃଙ୍ଖଳିତ ହେବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ଫାଇଲ୍‌ କାମରେ ଅଧିକ ସମୟ ବିନିଯୋଗ କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ବ।
ସି˚ହ
ସି˚ହ
ଭିତରେ ଭିତରେ ରାଗରେ ଜଳୁଥିଲେ ମଧ୍ୟ ଉପରେ କିଛି କହିବାକୁ ସାହସ କରିପାରିବେ ନାହିଁ। ଅଫିସ୍‌ରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି, ବାସ୍ତବରେ ସେପରି କିଛି ହେବନି, ତା’ବୋଲି ମନ ବୁଝିବ ନାହିଁ। ପରିବାରରେ ଆନନ୍ଦ ପରିସ୍ଥିତିରୁ ମନ ଭଲ ରହିବ। ସନ୍ତାନହେତୁକ ଚିନ୍ତା ଦୂର ହେବ।
କନ୍ୟା
କୌଣସି ବନ୍ଧୁ ଆର୍ଥିକ ସମସ୍ୟାକୁ ସୁଧାରି ନେବେ। ପାରିବାରିକ ପ୍ରତିକୂଳ ପରିସ୍ଥିତି ଯୋଗୁ କର୍ମକ୍ଷେତ୍ରରେ ଚିନ୍ତା କରିଥିବାଗୁଡ଼ିକ ଠିକ୍‌ଭାବେ ସମ୍ପୂର୍ଣ୍ଣ ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବା ଅନୁଭବ କରିବେ। ଦୂରସମ୍ପର୍କୀୟ ବନ୍ଧୁଙ୍କଠାରୁ ସୁଖବର ପାଇବେ।
ତୁଳା
ତୁଳା
ଆଜି ନିଜର ପ୍ରତ୍ୟୁତ୍ପନ୍ନମତିତା କାରଣରୁ ଖୁସିଗପ ଓ ମଉଜ ମଜଲିସ୍‌ ପାଇଁ ମନ ବଳିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାର ସମ୍ଭାବନା ରହିଛି। କାର୍ଯ୍ୟବ୍ୟସ୍ତତା ଯୋଗୁ ଅବସର ପାଇବେ ନାହିଁ କିମ୍ବା ଖାଦ୍ୟପେୟରେ ମଧ୍ୟ ଠିକ୍‌ ରହିବ ନାହିଁ। ଅଫିସ୍‌ରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବାର ସମ୍ଭାବନା ରହିଛି।
ବିଛା
ବିଛା
ସବୁ ଥାଇ ମଧ୍ୟ କିଛି ନଥିଲା ଭଳି ପରିସ୍ଥିତି ଭିତର ଦେଇ ଗତି କରିବାକୁ ବାଧ୍ୟ ହେବେ। ସତର୍କରେ ନଚଳିଲେ ମିଥ୍ୟାପବାଦରେ ନିନ୍ଦିତ ହୋଇପାରନ୍ତି। ସମସ୍ତଙ୍କୁ ସରଳଭାବରେ ଗ୍ରହଣ କରିବା ଅସୁବିଧାର କାରଣ ହେବ। ଚିନ୍ତା କରୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହେବ। ତଥାପି ଏଥିରେ ସଫଳ ହେବେ।
ଧନୁ
ଧନୁ
କୌଶଳ ପ୍ରୟୋଗ କରି କାମ କରିବା କାରଣରୁ ସମସ୍ତ ଅଭିଳାଷ ପୂରଣ କରିବା ଦିଗରେ ଅନୁକୂଳ ପରିବେଶ ସୃଷ୍ଟି ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ଭଲ। ଖଳ ଲୋକମାନଙ୍କ ଦ୍ୱାରା ପ୍ରାୟୋଜିତ ଅପମାନଜନକ ସ୍ଥିତିରୁ ଖସି ଯାଇପାରନ୍ତି। ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ।
ମକର
ମକର
ଚିନ୍ତା ନ କରି କାମରେ ଆଗକୁ ମାଡ଼ିଚାଲନ୍ତୁ, କୌଣସି ଅସୁବିଧା ନ ହୋଇ କାମ ହୋଇଯିବ। କଳେବଳେ କୌଶଳେ ଅର୍ଥ ସଂଗ୍ରହ ଅଭିଯାନ ଜାରି ରଖି ସଫଳତା ପାଇବେ। କିନ୍ତୁ ଧନିଷ୍ଠା ନକ୍ଷତ୍ର ଜାତ ବ୍ୟକ୍ତି ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହେବ। ଭ୍ରାତୃପ୍ରୀତି ମିଳିପାରେ, ଯାହାକି ସହଯୋଗ ରୂପେ ପ୍ରାପ୍ତ ହେବ।
କୁମ୍ଭ
କୁମ୍ଭ
ମନ କଥା ମନରେ ରଖି ବନ୍ଧୁଙ୍କ ସହ ମିଶିପାରିଲେ ସୁଯୋଗ ଆପଣାଛାଏଁ ଆସିବ। କର୍ମକ୍ଷେତ୍ରରୁ ଯାହା ଓ ଯେତିକି ପାଇବା କଥା ଅବଶ୍ୟ ପାଇବେ। ବ୍ୟବସାୟ, ବାଣିଜ୍ୟ, କଳା, ସାହିତ୍ୟ, ସାମ୍ବାଦିକତା ଓ ସଭାସମିତିରେ ସଫଳତା ହାସଲ କରିବେ। ସ୍ତ୍ରୀଙ୍କ ଅଭିଯୋଗ ଅମୂଳକ ନୁହେଁ, ଏହାର ପୁନର୍ବିଚାର କରିବା ଭଲ ହେବ ।
ମୀନମୀନ
ଆଜି ହାତକୁ ନେଇଥିବା କାର୍ଯ୍ୟ ସୁବିଧାରେ ହୋଇଯିବ। ଏଜେନ୍ସି, ସାହିତ୍ୟ ଚର୍ଚ୍ଚା, ସଭାସମିତି, ମାଙ୍ଗଳିକ କାମ ଓ ସାମ୍ବାଦିକତାରେ ପ୍ରଶଂସିତ ହେବେ। ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହେବ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେବେ। ସାମାଜିକ ସ୍ତରରେ ସମ୍ମାନ ଲାଭ କରିବାର ସମ୍ଭବନା ଅଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆପଣଙ୍କ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ…

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

ରାଶିଫଳ: ଶନିବାର, ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରସ୍ଥ ଚନ୍ଦ୍ର ସାହସିକତାର ପଦକ୍ଷେପ ନେଇ ପାରିବାରିକ ଏବଂ କର୍ମକ୍ଷେତ୍ରର ସମସ୍ୟା ସମାଧାନ କରିବେ। ଆବଶ୍ୟକତା ପୂରଣ ସକାଶେ ଅର୍ଥର ଅଭାବ ରହିବ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ଆଜି ଋଣ ପରିଶୋଧ, ବିବାଦୀୟ ଘଟଣା, ଦୂରଯାତ୍ରା କିମ୍ବା ଶତ୍ରୁତା କରୁଥିବା ବ୍ୟକ୍ତି ବିଷୟରେ ଚିନ୍ତା କରିବେ। ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡିଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?