Posted inRasifala

ରାଶିଫଳ: ସୋମବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ
ଆଜି ନବମସ୍ଥ ଚନ୍ଦ୍ର ପ୍ରଭାବରୁ ଘର କାମ ଛାଡି ବାହାର ଲୋକମାନଙ୍କ ପାଇଁ ବିଶେଷ ସମୟ ଦେବେ। ତଥାପି ପାରିବାରିକ ଜୀବନରେ ସୁଖ, ସ୍ବାଚ୍ଛନ୍ଦ୍ୟ ବାଧାପ୍ରାପ୍ତ ହେବ ନାହିଁ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ପୂର୍ବରୁ ସୁପରିକଳ୍ପିତ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ।
ବୃଷ
ବୃଷ
କୌଣସି ବନ୍ଧୁଙ୍କ ସାହାଯ୍ୟର ପ୍ରତିଶ୍ରୁତି ଲାଭ କରି ଦିଲ୍‌ଖୁସ୍‌ ହୋଇଯିବେ। ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଆଶା କରିଥିବା ଦିଗରୁ କିମ୍ବା ବନ୍ଧୁଙ୍କ ନିକଟରୁ ଅର୍ଥ ଓ ସମ୍ମାନ ମିଳିବ। ଗୃହ ସମସ୍ୟା, ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ଗହଣରେ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ ଓ ଆପଣଙ୍କ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। କଳା, ସାହିତ୍ୟ ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପାରିବାରିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କର୍କଟ
କର୍କଟ
ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। କାରଣ ଅତୀତର କେତେକ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ଯେତେପ୍ରକାର ଚେଷ୍ଟା କଲେ ମଧ୍ୟ ଅଭାବ, ଅସୁବିଧା ଓ ପ୍ରତିକୂଳତା ଭିତର ଦେଇ ଗତି କରିବାକୁ ପଡିବ। କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା ହେତୁ ମନ ବିଚଳିତ ମଧ୍ୟ ରହିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
କନ୍ୟା
ବିଭିନ୍ନ ପ୍ରତିରୋଧର ସାମ୍‌ନା କରି ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଗମ୍ଭୀର ରହିବ। ପରିବାର ମଧ୍ୟରେ କ୍ରୋଧବଶତଃ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍‌ ହେବ ନାହିଁ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ, କିନ୍ତୁ ଆପଣ ନିରାଶ ହେବେ ନାହିଁ। କର୍ମାରମ୍ଭରେ ପ୍ରଥମେ ସଙ୍କଟର ସମ୍ମୁଖୀନ ହେବେ କିନ୍ତୁ ପରେ ସବୁ କିଛି ଠିକ୍‌ ହୋଇଯିବ।
ତୁଳା
ତୁଳା
ଆଗାମୀ ଭବିଷ୍ୟତର ସୁନେଲୀ କଳ୍ପନାରେ ମନ ଉବୁଟୁବୁ ହୋଇପାରେ। ଅଫିସିଆଲି, ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ସାଙ୍ଗଙ୍କ ଦ୍ୱାରା ଉସତ୍ାହିତ ହୋଇ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ।
ବିଛା
ବିଛା
ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତାରେ ପ୍ରତ୍ୟେକ କାମ ଲାଗି ଅନୁକୂଳ ବାତାବରଣ ସୃଷ୍ଟି ହେବ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଯୋଗଦେଇପାରନ୍ତି। ବନ୍ଧୁ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ପ୍ରଶାସନ, ଆଇନ, ଅଦାଲତ, ରାଜନୀତି ଓ ସାଂଗଠନିକ, ସଭାସମିତି ପାଇଁ ଦିନଟି ଭଲ।
ଧନୁ
ଧନୁ
ସକାଳୁ ସକାଳୁ କୌଣସି ଖୁସି ଖବର ମନକୁ ପୁଲ୍ଲକିତ କରିଦେବ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ଅପରାହ୍ନ ସମୟରେ ସାହାଯ୍ୟ କରିବେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ।
ମକର
ମକର
ପ୍ରତ୍ୟେକ ଦିଗ ପ୍ରତିବନ୍ଧକ ମୁକ୍ତ ରହିଥିଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ବିଚଳିତ କରିବ। ଗୃହସୀମାକୁ କେନ୍ଦ୍ରକରି କିଛି ସମସ୍ୟା କିମ୍ବା ଜମିଜମା କଳହ ତୀବ୍ର ରୂପ ଧାରଣ କରିପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ମୁଣ୍ଡରେ ହାତଦେଇ ବସିବାକୁ ପଡ଼ିପାରେ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ।
କୁମ୍ଭ
କୁମ୍ଭ
ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ ଯେତେ ଯାହା କଲେ ମଧ୍ୟ ସମସ୍ୟା ଆଦୌ ପିଛା ଛାଡିବ ନାହିଁ। ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
ମୀନମୀନ

ଆଜି ଯାହା ଚାହିଁବେ ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଦୂରଯାତ୍ରାର ସୁଯୋଗ ପାଇବେ, କିନ୍ତୁ ହୁଏତ ଶେଷ ସମୟରେ ତାହା ବାତିଲ୍‌ ହୋଇଯାଇପାରେ। ଆଲୋଚନା ସମୟରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?