Posted inRasifala

ରାଶିଫଳ: ସୋମବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ
ଆଜି ନବମସ୍ଥ ଚନ୍ଦ୍ର ପ୍ରଭାବରୁ ଘର କାମ ଛାଡି ବାହାର ଲୋକମାନଙ୍କ ପାଇଁ ବିଶେଷ ସମୟ ଦେବେ। ତଥାପି ପାରିବାରିକ ଜୀବନରେ ସୁଖ, ସ୍ବାଚ୍ଛନ୍ଦ୍ୟ ବାଧାପ୍ରାପ୍ତ ହେବ ନାହିଁ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ। ପୂର୍ବରୁ ସୁପରିକଳ୍ପିତ ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ।
ବୃଷ
ବୃଷ
କୌଣସି ବନ୍ଧୁଙ୍କ ସାହାଯ୍ୟର ପ୍ରତିଶ୍ରୁତି ଲାଭ କରି ଦିଲ୍‌ଖୁସ୍‌ ହୋଇଯିବେ। ଆଜି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ଆଶା କରିଥିବା ଦିଗରୁ କିମ୍ବା ବନ୍ଧୁଙ୍କ ନିକଟରୁ ଅର୍ଥ ଓ ସମ୍ମାନ ମିଳିବ। ଗୃହ ସମସ୍ୟା, ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ।
ମିଥୁନ
ମିଥୁନ
ବନ୍ଧୁଙ୍କ ଗହଣରେ ଆଜିର ମନୋରଞ୍ଜନ ପ୍ରୀତିପ୍ରଦ ହେବ ଓ ଆପଣଙ୍କ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। କଳା, ସାହିତ୍ୟ ତଥା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପାରିବାରିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍‌ ରହିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି।
କର୍କଟ
କର୍କଟ
ମାନସିକ ଦୁଶ୍ଚିନ୍ତା ବୃଦ୍ଧି ପାଇବା କାରଣରୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। କାରଣ ଅତୀତର କେତେକ ଘଟଣା ମନକୁ ବାରମ୍ବାର ଆଲୋଡିତ କରିବ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣ ସୂତ୍ରରେ ଅର୍ଥଲାଭ କରିବେ ଓ ଶିଳ୍ପ ବାଣିଜ୍ୟରେ ଉନ୍ନତି ଘଟିବ।
ସି˚ହ
ସି˚ହ
ଯେତେପ୍ରକାର ଚେଷ୍ଟା କଲେ ମଧ୍ୟ ଅଭାବ, ଅସୁବିଧା ଓ ପ୍ରତିକୂଳତା ଭିତର ଦେଇ ଗତି କରିବାକୁ ପଡିବ। କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା ହେତୁ ମନ ବିଚଳିତ ମଧ୍ୟ ରହିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
କନ୍ୟା
ବିଭିନ୍ନ ପ୍ରତିରୋଧର ସାମ୍‌ନା କରି ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଗମ୍ଭୀର ରହିବ। ପରିବାର ମଧ୍ୟରେ କ୍ରୋଧବଶତଃ ପ୍ରତିକ୍ରିୟା ପ୍ରକାଶ କରିବା ଠିକ୍‌ ହେବ ନାହିଁ। ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିପାରେ, କିନ୍ତୁ ଆପଣ ନିରାଶ ହେବେ ନାହିଁ। କର୍ମାରମ୍ଭରେ ପ୍ରଥମେ ସଙ୍କଟର ସମ୍ମୁଖୀନ ହେବେ କିନ୍ତୁ ପରେ ସବୁ କିଛି ଠିକ୍‌ ହୋଇଯିବ।
ତୁଳା
ତୁଳା
ଆଗାମୀ ଭବିଷ୍ୟତର ସୁନେଲୀ କଳ୍ପନାରେ ମନ ଉବୁଟୁବୁ ହୋଇପାରେ। ଅଫିସିଆଲି, ଅନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ସାଙ୍ଗଙ୍କ ଦ୍ୱାରା ଉସତ୍ାହିତ ହୋଇ ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବେ।
ବିଛା
ବିଛା
ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତାରେ ପ୍ରତ୍ୟେକ କାମ ଲାଗି ଅନୁକୂଳ ବାତାବରଣ ସୃଷ୍ଟି ହେବ। ବନ୍ଧୁଙ୍କ ଆମନ୍ତ୍ରଣ କ୍ରମେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ଯୋଗଦେଇପାରନ୍ତି। ବନ୍ଧୁ ସହ ଆଳାପ ଆଲୋଚନାରେ ସମୟ କଟାଇବେ। ପ୍ରଶାସନ, ଆଇନ, ଅଦାଲତ, ରାଜନୀତି ଓ ସାଂଗଠନିକ, ସଭାସମିତି ପାଇଁ ଦିନଟି ଭଲ।
ଧନୁ
ଧନୁ
ସକାଳୁ ସକାଳୁ କୌଣସି ଖୁସି ଖବର ମନକୁ ପୁଲ୍ଲକିତ କରିଦେବ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ଅପରାହ୍ନ ସମୟରେ ସାହାଯ୍ୟ କରିବେ। ସାମୟିକ ଭାବରେ ଶାରୀରିକ ଅସୁସ୍ଥି ଅନୁଭବ କରିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ।
ମକର
ମକର
ପ୍ରତ୍ୟେକ ଦିଗ ପ୍ରତିବନ୍ଧକ ମୁକ୍ତ ରହିଥିଲେ ମଧ୍ୟ ସ୍ବାସ୍ଥ୍ୟ ସମସ୍ୟା ମନକୁ ବିଚଳିତ କରିବ। ଗୃହସୀମାକୁ କେନ୍ଦ୍ରକରି କିଛି ସମସ୍ୟା କିମ୍ବା ଜମିଜମା କଳହ ତୀବ୍ର ରୂପ ଧାରଣ କରିପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ନ ରହିଲେ ମୁଣ୍ଡରେ ହାତଦେଇ ବସିବାକୁ ପଡ଼ିପାରେ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ।
କୁମ୍ଭ
କୁମ୍ଭ
ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ ଯେତେ ଯାହା କଲେ ମଧ୍ୟ ସମସ୍ୟା ଆଦୌ ପିଛା ଛାଡିବ ନାହିଁ। ଅଧିକାଂଶ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। କର୍ମକ୍ଷେତ୍ରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ।
ମୀନମୀନ

ଆଜି ଯାହା ଚାହିଁବେ ତାହା ପାଇବାରେ କୌଣସି ଅସୁବିଧା ରହିବ ନାହିଁ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ଦୂରଯାତ୍ରାର ସୁଯୋଗ ପାଇବେ, କିନ୍ତୁ ହୁଏତ ଶେଷ ସମୟରେ ତାହା ବାତିଲ୍‌ ହୋଇଯାଇପାରେ। ଆଲୋଚନା ସମୟରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୩୦ ତାରିଖ – Daily Horoscope

ମେଷ ଆପଣ ସାଧାରଣ ସ୍ଥିତିରୁ ଅସାଧାରଣ ସ୍ଥିତିରେ ଉପନୀତ ହେବାର ସୁଯୋଗ ପ୍ରାପ୍ତ କରିବେ। ଏପରିକି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ...

ରାଶିଫଳ: ସୋମବାର, ଏପ୍ରିଲ ୨୯ ତାରିଖ – Daily Horoscope

ମେଷ ଆଜି ନବମସ୍ଥ ଚନ୍ଦ୍ର ହେତୁ ପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଆମତ୍ୀୟତା ବେଶ୍‌ ଜମିବ। ବନ୍ଧୁଙ୍କ ସହ ଧାରକରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ...

ରାଶିଫଳ: ରବିବାର, ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ନିଜ ରାଶି ଓ ଦ୍ୱାଦଶ ସ୍ଥାନରେ ଏକାଧିକ ଗ୍ରହ ଅବସ୍ଥାନ କରୁଥିବାରୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ରହିବ। ଅଫିସ୍‌ କାମରୁ ଜମା ଫୁରୁସତ୍‌...

ରାଶିଫଳ: ଶନିବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ସମ୍ପର୍କୀୟଙ୍କ ଦ୍ୱାରା ସ୍ଥଗିତ କାମଟି ସମ୍ପନ୍ନ ହୋଇଯିବାର ବହୁତ ସମ୍ଭାବନା ରହିଛି। କୃତ୍ତିକା ନକ୍ଷତ୍ର ଅନ୍ୟକୁ ନିର୍ଦ୍ଦେଶ ଦେବେ କିନ୍ତୁ ନିଜକୁ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର...

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ...

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri