Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ
ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‌ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ଅଶ୍ୱିନୀ ନକ୍ଷତ୍ର ସକାଶେ ଅତି ଭଲସମ୍ପର୍କ ରହିଥିବା ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହେବ। ହାତମୁଠାରୁ ସୁଯୋଗ ଖସିଯିବାର ଆଶଙ୍କାକୁ ଏଡି ହେବନାହିଁ। ବ୍ୟବସାୟ, ପ୍ରକାଶନ, ପ୍ରଶାସନ, ଗବେଷଣା କ୍ଷେତ୍ରରେ ଶୁଭଫଳ ପାଇବେ।
ବୃଷ
ବୃଷ
ବନ୍ଧୁଙ୍କ ପରୋକ୍ଷ ବିରୋଧ କାମରେ ସମସ୍ୟା ସୃଷ୍ଟି କରିପାରେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶକ୍ରମେ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ମୃଗଶିରା ନକ୍ଷତ୍ରର ଚେଷ୍ଟା କରୁଥିବା କାର୍ଯ୍ୟହାନି କାରଣରୁ ମନରେ ସରସତା ରହିବ ନାହିଁ।
ମିଥୁନ
ମିଥୁନ
ଆଶା କରିଥିବା ଦିଗରୁ ଅର୍ଥ କିମ୍ବା ଈପ୍ସିତ କାର୍ଯ୍ୟ ହାସଲ ସକାଶେ ପର ଉପରେ ନିର୍ଭର କରିବାକୁ ପଡିପାରେ। ଆର୍ଦ୍ରା ନକ୍ଷତ୍ର ସମ୍ପର୍କୀୟଙ୍କ ସହ ସମ୍ପର୍କ ନିବିଡ଼ ହେବ। ବିଶିଷ୍ଟବ୍ୟକ୍ତିଙ୍କ ଅନୁରୋଧରେ ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ। ଋଣ ପରିଶୋଧ, ବ୍ୟବସାୟିକ, ଘରକାମ ସକାଶେ ଅଧିକାଂଶ ସମୟ ଅନ୍ୟମନସ୍କ ରହିବେ।
କର୍କଟ
କର୍କଟ
ପ୍ରତିକୂଳ ପରିସ୍ଥିତି ମଧ୍ୟରେ ଗତି କରୁଥିଲେ ମଧ୍ୟ ଧୈର୍ଯ୍ୟହରା ନ ହୋଇ କାମ କରିପାରିବେ। ପୁନର୍ବସୁ ନକ୍ଷତ୍ର ଭାଇ କିମ୍ବା ନିଜ ପରିସରର ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇପାରିବେ ନାହିଁ। ଭୁଲ୍‌ ବୁଝାମଣାରୁ ଅଫିସ୍‌ କାମରେ ସମସ୍ୟା ସୃଷ୍ଟି ହେବ। ମକଦ୍ଦମା, ସଭାସମିତି, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତିର ଆଶା ରହିଛି।
ସି˚ହ
ସି˚ହ
ଅନୁକୂଳ ଗ୍ରହସ୍ଥିତିର ପ୍ରଭାବରେ ଖୁସିର ବାତାବରଣ ମଧ୍ୟରେ ଦିନଟିକୁ କଟାଇବେ। ପୂର୍ବରୁ ପ୍ରସ୍ତୁତି ନ ଥାଇ ମଧ୍ୟ ଯଥେଷ୍ଟକିଛି ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି। କୃତି ଓ କୃତିତ୍ୱ ହେତୁ କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସାମାନ୍ୟ ଶାରୀରିକ ଅସୁସ୍ଥି କିମ୍ବା ସନ୍ତାନଙ୍କ ସକାଶେ ବ୍ୟସ୍ତତା ବଢ଼ିପାରେ।
କନ୍ୟା
କୁହୁଳୁଥିବା ଅଶାନ୍ତିଜନିତ ପାରିବାରିକ ସ୍ତରରେ ଦୁର୍ଭାବନା ବଢ଼ି ଚାଲିବ। କର୍ମକ୍ଷେତ୍ରରେ ବାରମ୍ବାର ଧୋକା ଖାଇ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ। ନିଜର ବିଶ୍ୱସ୍ତ ବନ୍ଧୁମାନଙ୍କ ମାଧ୍ୟମରେ ସ୍ଥଗିତ କାର୍ଯ୍ୟକୁ ପୂର୍ଣ୍ଣାଙ୍ଗ କରିପାରିବେ। ହସ୍ତା ନକ୍ଷତ୍ର ଆଜିର ଯାତ୍ରା, ବାଣିଜ୍ୟ, ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସଫଳତା ପାଇବେ।
ତୁଳା
ତୁଳା
ସନ୍ତାନଙ୍କ ସ୍ବାସ୍ଥ୍ୟ କିମ୍ବା କର୍ମକ୍ଷେତ୍ରରେ ସ୍ଥଗିତ କାମ ଆଜି ପାଇଁ ଚିନ୍ତାର କାରଣ ହେବ। ଦୀର୍ଘଦିନରୁ ଲାଗି ରହିଥିବା କ୍ରନିକ୍‌ ରୋଗ ପୀଡ଼ା ଯୋଗୁ ମନ ବିଚଳିତ ରହିପାରେ। ଆବଶ୍ୟକତା ଭରଣା କରିବା ସକାଶେ ଧାର ସୂତ୍ରରେ ଅର୍ଥ ପାଇବାକୁ ଚେଷ୍ଟା କରିପାରନ୍ତି। ବିଶାଖା ନକ୍ଷତ୍ର ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ କର୍ମାରମ୍ଭ କରିବେ।
ବିଛା
ବିଛା
ବିଶିଷ୍ଟବ୍ୟକ୍ତିଙ୍କ ସଙ୍ଗଲାଭରୁ ଆନୁଷ୍ଠାନିକ କାମରେ ସମ୍ମାନିତ ହେବେ। ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ତାହା ବିନା ବାଧାବିଘ୍ନରେ ସମାପନ ହେବ। ଜ୍ୟେଷ୍ଠା ନକ୍ଷତ୍ରର ପାରିବାରିକ ଅସ୍ଥିରତା କାରଣରୁ ସାୟାହ୍ନେ ମନ ଭଲ ରହି ନ ପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ପଦାଧିକାରୀଙ୍କୁ କୈଫିୟତ ଦେବାକୁ ପଡିପାରେ।
ଧନୁ
ଧନୁ
ଅପ୍ରିୟ ସତ୍ୟ ଭାଷଣଜନିତ ଅନ୍ୟମାନଙ୍କ ଚକ୍ଷୁଶୂଳ ହେବାର ଆଶଙ୍କା ରହିଛି। ଉତ୍ତରାଷାଢା ନକ୍ଷତ୍ର ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତ ହେବାକୁ ପଡିପାରେ। କୌଣସି ଆଗନ୍ତୁକଙ୍କ ସହ ତର୍କ ଜନିତ ସକାଳୁ ସକାଳୁ ମନଟା ବିଗିଡି ଯିବାର ସୂଚନା ରହିଛି। ପାରିବାରିକ ସ୍ତରରେ ସ୍ତ୍ରୀଙ୍କ ଚିଡା ସ୍ବଭାବ ପାଇଁ କ୍ଷୁବ୍ଧ ହୋଇପାରନ୍ତି।
ମକର
ମକର
କର୍ମକ୍ଷେତ୍ରରେ ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। ବନ୍ଧୁମାନଙ୍କ କାର୍ଯ୍ୟକଳାପକୁ ନେଇ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଗତକାଲିଠାରୁ ଚେଷ୍ଟା କରୁଥିବା କାମରେ ଆଜି କେତେକାଂଶରେ ଆଂଶିକ ସଫଳତା ମିଳିବ। ଶ୍ରବଣା ନକ୍ଷତ୍ର ଜନହିତକର କାର୍ଯ୍ୟରେ ନିଜକୁ ଲିପ୍ତ ରଖି ପ୍ରଶଂସିତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ପ୍ରଶାସନିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ବିଷୟ ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ବିବ୍ରତ ହେବାକୁ ପଡିପାରେ। ପରିବାରର ବାରମ୍ବାର ତାଗିଦା ଜନିତ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାର ଅନୁଭବ କରିବେ। ଦୂରଯାତ୍ରା, ପରିଭ୍ରମଣ କିମ୍ବା ଦେବାର୍ଚ୍ଚନା ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ।
ମୀନମୀନ

ଯେତେ ପ୍ରକାର ଚେଷ୍ଟାକଲେ ମଧ୍ୟ ପରିସ୍ଥିତି ନ ବଦଳିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିକୁ ସାମ୍ନା କରିବାକୁ ଯାଇ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିବ। ଗୋଟିଏ କାମ ନ ସରୁଣୁ ଏକାଧିକ କାମରେ ହାତଦେବା ଠିକ୍‌ ହେବନାହିଁ। ରେବତୀ ନକ୍ଷତ୍ର କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ପରାମର୍ଶ ଆଶା ଓ ଅଭିଳାଷକୁ ସମ୍ପୂର୍ଣ୍ଣ କରିବାରେ ସାହାଯ୍ୟ କରିବ। ସ୍ବାସ୍ଥ୍ୟ, ବାଣିଜ୍ୟ, କର୍ମାରମ୍ଭ ସକାଶେ ଦିନଟି ଭଲ। ନୂତନ ଯୋଜନା…

ରାଶିଫଳ: ସୋମବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଦୈହିକ ସୁସ୍ଥତା ମନୋବଳ ବୃଦ୍ଧି ସହ କାର୍ଯ୍ୟଦକ୍ଷତାରୁ ପ୍ରଶଂସିତ ହେବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବା ସକାଶେ ପଡୋଶୀଙ୍କ ସହଯାତ୍ରୀ ହୋଇପାରନ୍ତି। ସାଧାରଣ କଥାକୁ ନେଇ ଭାବାନ୍ତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri