Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ
ଶୁକ୍ରଙ୍କ ପ୍ରଭାବରେ ଅର୍ଥର ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇବେ। ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡ଼ିକ ସମ୍ପନ୍ନ ହେବ। ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାର ପାଇଁ ପରିସ୍ଥିତିବଶତଃ ଧାରକରଜ କରି କାମ ଚଳାଇ ନେବେ।
ବୃଷ
ବୃଷ
ରାଶିରେ ରାହୁଯୁକ୍ତ ମଙ୍ଗଳ ଯୋଗୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କିନ୍ତୁ କର୍ମକ୍ଷେତ୍ରରେ ଟେନସନ୍‌ କିଛି ମାତ୍ରାରେ ବଢ଼ିଯିବ। ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବା ସହ ବନ୍ଧୁଙ୍କ ପାଇଁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ସହକର୍ମୀଙ୍କ ସାହାଯ୍ୟର ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ସମ୍ମୁଖରେ ନିଜର ମନକଥା ପ୍ରକାଶ କରିପାରିବେ ନାହିଁ। ପାରିବାରିକ ଦିଗରୁ ଭୋଗବିଳାସରେ ବାଧାବିଘ୍ନ ଘଟିପାରେ। ବନ୍ଧୁବର୍ଗରେ ଶ୍ରଦ୍ଧାଭାଜନ ହେବେ କିନ୍ତୁ ମାନସିକ ଅସ୍ଥିରତା ମଧ୍ୟରେ ସମୟ କାଟିବେ।
କର୍କଟ
କର୍କଟ
ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। ରାସ୍ତାରେ ଅପରିଚିତ ବ୍ୟକ୍ତି ଜଣକ ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ପରିବାର ପାଇଁ ମନଲାଖି ଜିନିଷ ଗୁଡାଏ କିଣିପାରନ୍ତି। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ।
ସି˚ହ
ସି˚ହ
ଅଧିକାଂଶ ସମୟ ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ। ବନ୍ଧୁଙ୍କୁ ବହୁତ କଥା କହିବାକୁ ଇଚ୍ଛାଥିଲେ ମଧ୍ୟ କିଛି କହିପାରିବେ ନାହିଁ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ଏଜେନ୍ସି, ସାମ୍ବାଦିକତା, ଗବେଷଣା, ଅନୁସନ୍ଧାନ, କୃଷି, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବେ।
କନ୍ୟା
ଆକସ୍ମିକ ଭାବରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେବ। କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ।
ତୁଳା
ତୁଳା
ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଘର କଥାନେଇ ପରିବାର ସହ ଆଲୋଚନା କଲେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି।
ବିଛା
ବିଛା
ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ ଏବଂ ଯାନ୍ତ୍ରିକ ତ୍ରୁଟି ଯୋଗୁ ଲକ୍ଷ୍ୟସ୍ଥଳରୁ ଫେରିବାରେ ବିଳମ୍ବ ଘଟିବ। ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ଅବଶ୍ୟ କୌଶଳ ପ୍ରୟୋଗ କରି କାମ ହାସଲ କରିବେ।
ଧନୁ
ଧନୁ
ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ବନ୍ଧୁ ଗହଣରେ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଅଳଙ୍କାର, ଔଷଧ ପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବା ସହ ପ୍ରଶାସନିକ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
ମକର
ମକର
ଆଜି ଦିନଟିରେ ଯୁକ୍ତିତର୍କଠାରୁ ଦୂରେଇ ରହିବା ଭଲ। କଥାକହିବା ସମୟରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ। ଆକସ୍ମିକ ଭାବରେ ସୁଖଭ୍ରମଣ ଯୋଗ ରହିଛି ଏବଂ କଳା, ସାହିତ୍ୟରେ ଉନ୍ନତି କରିବେ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇପାରନ୍ତି।
କୁମ୍ଭ
କୁମ୍ଭ
ଦୀର୍ଘଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ। ପାରିବାରିକ ସମର୍ଥନ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପାଖରେ ଥିବା ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ।
ମୀନମୀନ
ନକାରାତ୍ମକ ଚିନ୍ତାଧାରା ମନକୁ ବେଶି ବିବ୍ରତ କରିପାରିବ ନାହିଁ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ କିମ୍ବା ରାଜନୀତି, ସଂଗଠନ, ସଭାସମିତିରେ ଆଶାଜନକ ଫଳ ପାଇବେ। ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବେ। ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମଗୁଡ଼ିକ ଯୋଗୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ର, ବ୍ୟବସାୟ, ପରିବହନ, ସଭାସମିତିରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ସମ୍ପର୍କୀୟଙ୍କ ମିଥ୍ୟା ଅଭିଯୋଗ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ତଥାପି ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନରୁ ଖୁସି ରହିବେ।…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ ଅଟକି ରହିଯାଇଥିବା ସବୁ କାମ ସୁବିଧାରେ ହେବା ଦୁରୂହ ହୋଇପଡିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ସାମୟିକ ବାଧା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?