Posted inRasifala

ରାଶିଫଳ: ମଙ୍ଗଳବାର, ମେ ୩୧ ତାରିଖ – Daily Horoscope

ମେଷ
ଆଜି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ଲାଭ କରିବାରେ ଅସୁବିଧା ହେବ ନାହିଁ। ଖର୍ଚ୍ଚଭାର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ଭାଇ, ପଡ଼ୋଶୀ କିମ୍ବା ସମ୍ପର୍କୀୟ ଦୂରେଇ ରହିବାର ଅପଚେଷ୍ଟା କରିବେ। ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେଇ ପ୍ରତିଟି ସମସ୍ୟା ସୁଧାରିନେବାରେ ପ୍ରଯତ୍ନ କରିପାରନ୍ତି।
ବୃଷ
ବୃଷ
ଯେଉଁ କାମରେ ମୁଣ୍ଡ ପୂରାଇଛନ୍ତି ସେହି କ୍ଷେତ୍ର ସକାଶେ ଅନୁକୂଳ ପରିବେଶ ସୃଷ୍ଟି କରିବ। କାର୍ଯ୍ୟଶୈଳୀର ପରିବର୍ତ୍ତନ ହେତୁ ଯାହା ଚାହୁଁଛନ୍ତି ତାହା ତ ନିଶ୍ଚିତ ପାଇବେ। ଯେକୌଣସି ଆଲୋଚନାରେ ତର୍କ ଓ ବିବାଦୀୟ କଥା ନେଇ ବ୍ୟସ୍ତତା ବଢ଼ିପାରେ। ମନୋରଞ୍ଜନର ଖୋରାକ ଯୋଗାଇବାରେ ବନ୍ଧୁ ସହଯୋଗ କରିବେ।
ମିଥୁନ
ମିଥୁନ
ଆପଣଙ୍କ ଭଲ କାମର ପ୍ରଶଂସା ବଦଳରେ ନିନ୍ଦୁକ ଗୋଷ୍ଠୀ ଓ ଈର୍ଷାପରାୟଣ ବ୍ୟକ୍ତିମାନେ ନିନ୍ଦା ଗାଇ ବୁଲିବେ। ଫେରିଯାଇଥିବା ବନ୍ଧୁ ପୁଣି ଲେଉଟି ଆସି ପାରନ୍ତି। ବାକି ରଖିଥିବା ଲୋକଟିକୁ ବକେୟା ମାଗିବା କାରଣରୁ ପରିସ୍ଥିତି ଉତ୍ତେଜନାମୂଳକ ହୋଇପାରେ। ବାଣିଜ୍ୟ, ପରିବହନରେ କିଛିଟା ସମସ୍ୟା ଦେଖାଦେବା ଆଶଙ୍କା ରହିଛି।
କର୍କଟ
କର୍କଟ
ଅଫିସରେ ଅନ୍ୟମାନଙ୍କ ବେଖାତିର ମନୋଭାବ ହେତୁ ଟିକିଏ ଟିକିଏ କଥାରେ ରାଗିବେ। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ଜମା ପଟୁ ନ ଥିବା ପ୍ରତିଦ୍ୱନ୍ଦ୍ୱୀ ଦୋଷାରୋପ କରି ସମସ୍ୟାକୁ ବଢ଼ାଇଦେବେ। ପରିବାରରେ ପୁରୁଣା ସମସ୍ୟାଗୁଡ଼ିକ ତୁଟିଯାଇଥଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖାଦେବ।
ସି˚ହ
ସି˚ହ
ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ଶତ୍ରୁତା କଲେ କ୍ଷତିରେ ପଡ଼ିବେ। ଦରକାରୀ କାଗଜପତ୍ର କୌଣସି ଅଲଗା ସ୍ଥାନରେ ରଖି ଠିକ୍‌ ସମୟରେ ପାଇପାରିବେ ନାହିଁ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ବିଦେଶ ଯାତ୍ରାକୁ ମନ ବଳାଇବେ। ପରୋକ୍ଷ ଶତ୍ରୁତା ପ୍ରତି ସଜାଗ ରହି କାମ କରିବା ଭଲ ହେବ।
କନ୍ୟା
କର୍ମକ୍ଷେତ୍ରରେ ନିଜର ଭୁଲ୍‌ ବୁଝାମଣାଜନିତ ବିଶୃଙ୍ଖଳା ମାନସିକ ସ୍ଥିତିକୁ କଳୁଷିତ କରିବ। ଈର୍ଷା ଓ ଅସୂୟା ମନୋଭାବ ପୋଷଣକରି ନିଜ ଲୋକମାନେ ଶତ୍ରୁତା ଆଚରଣ କରିପାରନ୍ତି। ନିଜ ପରିସରରେ କୌଣସି ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ। ପରିବାରରେ ସାଧାରଣ କଥାରେ ପାଟିତୁଣ୍ଡ ହୋଇ କଚେରି ପର୍ଯ୍ୟନ୍ତ ଯାଇପାରନ୍ତି।
ତୁଳା
ତୁଳା
ଆତ୍ମୀୟଙ୍କ ସହାୟତାରେ ବହୁ କଷ୍ଟ ସ୍ବୀକାର କରି ଟଙ୍କା ଯୋଗାଡ଼ କରିବାରେ ସକ୍ଷମ ହେବେ। ଟାଉଟରି କରୁଥିବା ଲୋକଟି ପ୍ରତି ସତର୍କ ରହନ୍ତୁ, ନତୁବା ଅସୁବିଧାରେ ପଡ଼ିପାରନ୍ତି। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ରହିଥିବା ବନ୍ଧୁଟି କ୍ରମଶଃ ଦୂରେଇ ଯିବ। ସତର୍କତା ଅଭାବରୁ ଟଙ୍କା, ସୁନା, ଚୋରି ହୋଇଯାଇପାରେ।
ବିଛା
ବିଛା
ଲକ୍ଷ୍ୟଭ୍ରଷ୍ଟ ହୋଇ ମରୀଚିକା ପଛରେ ଦୌଡ଼ି ପାରନ୍ତି। କୌଣସି ବନ୍ଧୁଙ୍କ ମିଥ୍ୟା ପ୍ରତିଶ୍ରୁତିରେ ସବୁ ଦୁଃଖ ଭୁଲିଯିବେ, ଯାହାକି ପରକ୍ଷଣରେ ପାରିବାରିକ ଜୀବନରେ ପ୍ରତିକୂଳ ପ୍ରଭାବ ପକାଇବ। ଖର୍ଚ୍ଚ କମାଇବା ପାଇଁ ଚେଷ୍ଟାକଲେ ଉପକୃତ ହେବେ। କଠିନ ଶ୍ରମ ସାଙ୍ଗକୁ ବିଶେଷ ଭ୍ରମଣରୁ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି।
ଧନୁ
ଧନୁ
ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନିତ ହେବାର ସୌଭାଗ୍ୟ ଲାଭ କରିବେ। ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟା ଭିତରେ ସାହାଯ୍ୟ ସହଯୋଗ ପାଇଁ ବନ୍ଧୁ ଦ୍ୱାରସ୍ଥ ହୋଇପାରନ୍ତି। ତେଣେ ସହକର୍ମୀମାନଙ୍କ କେବଳ ଉପଦେଶ ଶୁଣି ଶୁଣି ମନରେ ବିରକ୍ତି ଆସିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଅର୍ଥ ସମ୍ପର୍କିତ ଟଣାଓଟରା ଲାଗିପାରେ।
ମକର
ମକର
ସ୍ବାସ୍ଥ୍ୟ ବିଗିଡ଼ିବା କାରଣରୁ ଗୁରୁତ୍ୱପୂର୍ଣ୍ଣ କାମ ଅଟକି ରହିବା ଆଶଙ୍କା ରହିଛି। ଅପରାହ୍ନେ ବନ୍ଧୁଙ୍କ ଆଗମନ ଯୋଗୁ ମଉଜ ମଜଲିସ୍‌ରେ ସମୟ ଅତିବାହିତ କରିପାରନ୍ତି। କର୍ମକ୍ଷେତ୍ରରେ ଖଳଲୋକଙ୍କ କୃତ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ଶ୍ରବଣା ନକ୍ଷତ୍ର ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ।
କୁମ୍ଭ
କୁମ୍ଭ
କାର୍ଯ୍ୟ ହାସଲ ସକାଶେ କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ପାରିବାରିକ ଅବସ୍ଥାରେ ବିଶେଷ ଉନ୍ନତି ଦେଖା ନ ଦେଲେ ମଧ୍ୟ ପରିସ୍ଥିତି ଶାନ୍ତ ରହିବ। କୌଣସି କ୍ଷେତ୍ରରେ ଅଧର୍ଯ୍ୟ ହୁଅନ୍ତୁ ନାହିଁ ,ବନ୍ଧୁଙ୍କ ସହାନୁଭୂତି ନିଶ୍ଚୟ ଲାଭ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହିପାରିବେ ନାହିଁ।
ମୀନମୀନ
ଅତୀତର ଘଟଣାକୁ ନେଇ ଯେତିକି ଯେତିକି ଅଧିକ ଭାବୁଥିବେ ସେତିକି ସେତିକି ମନଟା ଅଧିକ ଖରାପ ଲାଗିବ। ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରି କୃତକାର୍ଯ୍ୟ ହୋଇପାରନ୍ତି। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ଚିନ୍ତାଜନକ ସ୍ଥିତି ସୃଷ୍ଟି କରିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

ରାଶିଫଳ: ସୋମବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଗାମୀ ମାଙ୍ଗଳିକ କାର୍ଯ୍ୟ ପରିପ୍ରେକ୍ଷୀରେ ପାରିବାରିକ ବନ୍ଧୁମିଳନର ସୂଚନା ରହିଛି। ମାନସିକ ଅସ୍ଥିରତା ଲାଗିରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

ରାଶିଫଳ: ରବିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହେବେ। ଏକାଦଶସ୍ଥ ଗ୍ରହ ପ୍ରଭାବରେ ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟା ସୁଧାରି ନେଇପାରନ୍ତି। ଆବଶ୍ୟକତା ପୂରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri