Posted inRasifala

ରାଶିଫଳ: ସୋମବାର, ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ
ଯେତେ ପ୍ରକାରର ସୁବିଧା ଥିଲେ ମଧ୍ୟ କାମ ହାସଲରେ ଆକସ୍ମିକ ବାଧା ଉପୁଜିବ। ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ ଏବଂ ମାନସିକ ସ୍ଥିତି ଭଲ ରହି ନ ପାରେ । କୃତ୍ତିକାର ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର ହେବ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଭାଇ ଭାଇ ଭିତରେ ଟଣାଓଟରା ଦେଖାଦେଇପାରେ।
ବୃଷ
ବୃଷ
ପ୍ରତ୍ୟେକ କାର୍ଯ୍ୟରେ ସଫଳତା ବିଳମ୍ବରେ ପାଇବେ। ଅଫିସରେ କିମ୍ବା ଘରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ଭିନ୍ନ ଦୃଷ୍ଟିରୁ ବିଚାର କରିବେ । ଯେତେ ଅନୁନୟ ତଥା ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ରୋହିଣୀର ଆନୁଷ୍ଠାନିକ କାର୍ଯ୍ୟରେ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ମିଥୁନ
ମିଥୁନ
ପ୍ରୟୋଗାତ୍ମକ କୈାଶଳ ମାଧ୍ୟମରେ ପ୍ରତ୍ୟେକ କାମରେ ସଫଳତା ପାଇବେ। କଳେବଳେ କୌଶଳେ ଅର୍ଥ ପାଇବାର ଆଶା ଚରିତାର୍ଥ କରିପାରନ୍ତି । ଅସୁବିଧାରେ ପଡ଼ିଥିବା ଲୋକଟି ପ୍ରତି ଦୟାଭାବ ଦେଖାଇ ଅନ୍ୟମାନଙ୍କ ପ୍ରଶଂସାଭାଜନ ହେବେ। ପୁନର୍ବସୁ ସହକର୍ମୀଙ୍କ ସାହାଯ୍ୟ ବିନା କାମ ହାସଲ କରିବା କଷ୍ଟକର ହେବ।
କର୍କଟ
କର୍କଟ
ପରିବର୍ତ୍ତିତ ପରିସ୍ଥିତିରେ ପଡ଼ି ଦୁଃସାହସିକ କାମକରି ସଫଳତା ପାଇବେ । ଆଦୈା ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ପଡ଼ୋଶୀଙ୍କ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ପୁଷ୍ୟା ନକ୍ଷତ୍ର ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
ସି˚ହ
ସି˚ହ
ବୁଝାମଣା ଅଭାବରୁ ପାରିବାରିକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମନକୁ ଆନ୍ଦୋଳିତ କରିବ। ପୂର୍ବାଫାଲଗୁନୀ ନକ୍ଷତ୍ରର ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ । ନିଜ ପରିସରରେ ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ସମ୍ପର୍କରେ ତିକ୍ତତା ଦେଖାଦେଇପାରେ। ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ଏଥିପାଇଁ ଲବି କରିବାକୁ ପଡ଼ିପାରେ।
କନ୍ୟା
ପାରିବାରିକ ଅଶାନ୍ତି କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ହସ୍ତା ନକ୍ଷତ୍ରର ପାଖରେ ଥିବା ଲୋକଟି ଆପଣଙ୍କ ସକାଶେ ବହୁତ ଉପକାରରେ ଆସିବ। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ । ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ ।
ତୁଳା
ତୁଳା
ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭରୁ ଖୁସି ହେବେ । ଚିତ୍ରା ନକ୍ଷତ୍ର ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହେବ।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାଶ୍ୱିକ ପରିସ୍ଥିତି ଅନୁକୂଳ ରହିବ। କୈାଣସି ନୂତନ କାମରେ ବନ୍ଧୁମାନେ ସହଯୋଗର ହାତ ବଢ଼ାଇବେ। ଜ୍ୟେଷ୍ଠା ନକ୍ଷତ୍ରର ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ ମୁଖ୍ୟ କାରଣ ହେବ।
ଧନୁ
ଧନୁ
କୌଣସି ବିବାଦୀୟ ପରିସ୍ଥିତିରେ ଆପଣଙ୍କର ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ। ମୂଳା ନକ୍ଷତ୍ରର ପାରିବାରିକ କ୍ଷେତ୍ରରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ। ପଡ଼ୋଶୀମାନେ କଣ୍ଟାବାଡ଼ରେ ଲୁଗାଛାଟି କଳହ କରିବାର ଉପକ୍ରମ କରିପାରନ୍ତି । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ମକର
ମକର
ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେହି କ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ । ପରିବାରରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋସତ୍ାହନ ପାଇଁ ମନୋବଳ ବୃଦ୍ଧି ପାଇବ। ବନ୍ଧୁଙ୍କ ସକାଶେ ଶ୍ରବଣା ନକ୍ଷତ୍ରର ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କାମରେ କିଛିନା କିଛି ଅସୁବିଧା ରହିଥିବାର ଉପଲବ୍ଧି କରିବେ। ଶତଭିଷା ନକ୍ଷତ୍ର ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହୋଇଯିବ । ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ
ଉତ୍ତରଭାଦ୍ରବ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ବନ୍ଧୁ ଓ ପ୍ରିୟଜନଙ୍କ ନିମନ୍ତ୍ରଣ କ୍ରମେ ବିଳାସବ୍ୟସନ ମଧ୍ୟରେ ସମୟ ଅତିବାହିତ ହେବ। ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜି ଯେକୌଣସି କ୍ଷେତ୍ରରେ ମଧ୍ୟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦେଲେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବ। ସାମାଜିକ ଜୀବନରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ…

ରାଶିଫଳ: ରବିବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁଙ୍କ ଦ୍ୱାରା କବଳିତ ହୋଇ ପାରିବାରିକ ଜୀବନରେ କୌଣସି ବ୍ୟତିକ୍ରମ ସୃଷ୍ଟି କରିପାରନ୍ତି। ଭୁଲ୍‌ ନିଷ୍ପତ୍ତିଜନିତ ସମସ୍ୟା ସୃଷ୍ଟି ସାମାଜିକ ଜୀବନକୁ ମଧ୍ୟ…

ରାଶିଫଳ: ଶନିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନସନ୍‍ କିଛି ମାତ୍ରାରେ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବା ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ…

ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିହେବ। ସମ୍ପର୍କୀୟଙ୍କ ସହାୟତାରେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?