Posted inRasifala

ରାଶିଫଳ: ଗୁରୁବାର, ଅକ୍ଟୋବର ୩୧ ତାରିଖ – Daily Horoscope

ମେଷ
ସମସ୍ତ ସୁବିଧା ଥାଇ ମଧ୍ୟ କାମ ହାସଲରେ ବାଧା ଉପୁଜିବ। ଦୀର୍ଘଦିନରୁ ଟଙ୍କା ନେଇଥିବା ଲୋକ ବିଷୟରେ କିମ୍ବା ବ୍ୟବସାୟିକ ବିଫଳତାକୁ ନେଇ ଚିନ୍ତିତ ରହିବେ। କୌଣସି ବିବାଦୀୟ ବିଷୟ ସକାଶେ ପାଖ ପଡ଼ୋଶୀମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ପରିସ୍ଥିତିବଶତଃ କାମ ଚାପରେ ନିଜକୁ ଆଡ୍‌ଜଷ୍ଟ କରିବାକୁ ବାଧ୍ୟ ହେବେ।
ବୃଷ
ବୃଷ
ସକାଳୁ ଘରେ ଟିକିଏ ଜୋର୍‌ ଦେଇ କଥା କହିବା କାରଣରୁ ଅନ୍ୟମାନେ ନାପସନ୍ଦ କରିବେ। ଯେତେ ବିନୟର ସହ କହିଲେ ମଧ୍ୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ ନାହିଁ। ଆନୁଷ୍ଠାନିକ କାର୍ଯ୍ୟରେ ଛୋଟକଥାଟିକୁ କେନ୍ଦ୍ରକରି ମତାନ୍ତର ଘଟିପାରେ। ଆଜିର କର୍ମାରମ୍ଭ, ବ୍ୟବସାୟ ଏବଂ ପରିଜନଙ୍କ ସହ ଯାତ୍ରା ପ୍ରୀତିପ୍ରଦ ରହିବ।
ମିଥୁନ
ମିଥୁନ
କଳେବଳେ କୌଶଳେ ଅର୍ଥ ପାଇବା ସକାଶେ ଚେଷ୍ଟା କରି ଆଶାକୁ ଚରିତାର୍ଥ କରିପାରନ୍ତି। ଅସୁବିଧାରେ ପଡିଥିବା ଲୋକଟି ପ୍ରତି ଦୟାଭାବ ପୋଷଣ କରି ପ୍ରଶଂସା ଭାଜନ ହେବେ। ସହକର୍ମୀଙ୍କ ସାହାଯ୍ୟ ବିନା କାମ ହାସଲ କଷ୍ଟକର ହେବ। ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ମଧ୍ୟରେ ଦୈନନ୍ଦିନ ଜୀବନଯାତ୍ରା ସୁରୁଖୁରୁରେ ଅତିବାହିତ ହେବ।
କର୍କଟ
କର୍କଟ
ଭଲ ପଡୁ ନ ଥିବା ବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବେ। ସନ୍ଦେହଜନିତ ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ମାଲିମକଦ୍ଦମାରେ ଯେତେଟା ପରିସ୍ଥିତିକୁ ଜଟିଳ ମନେ କରୁଛନ୍ତି ବାସ୍ତବରେ ସେପରି କିଛି ହେବନି। ଚେଷ୍ଟା କରୁଥିବା କାମରେ ସଫଳତା ହାସଲ କରି ପ୍ରଶଂସିତ ହେବେ।
ସି˚ହ
ସି˚ହ
ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ କ୍ଷେତ୍ରରେ ସମସ୍ୟା ମନକୁ ଆନ୍ଦୋଳିତ କରିବ। ବ୍ୟବସାୟ ଓ ପରିବହନରେ ସଫଳତା ମିଳିବ କିନ୍ତୁ ଋଣ ପରିଶୋଧର ଚିନ୍ତାରେ ମନ ଭାରାକ୍ରାନ୍ତ ରହିବ। ପରିସ୍ଥିତି ବଶତଃ ଦୁଇ ପଇସା ଜାଗାରେ ଛ’ପଇସା ଖର୍ଚ୍ଚ କରିବେ। ସଭାସମିତିରେ ସମ୍ମାନିତ ହେବେ କିନ୍ତୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡିବ।
କନ୍ୟା
ପାଖରେ ଥିବା ଲୋକଟି ବହୁତ ଉପକାରରେ ଆସିବା ସମ୍ଭାବନା ରହିଛି। ବ୍ୟବସାୟରେ ଆଶାନୁରୂପ ଫଳ ପାଇବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବାରେ ସହକର୍ମୀଙ୍କ ଉଦାରତା ମୁଖ୍ୟ ଭୂମିକା ଗ୍ରହଣ କରିବ। ଆଲୋଚନା ପରିସରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡିପାରନ୍ତି।
ତୁଳା
ତୁଳା
ଭୁଲ୍‌ ବୁଝାମଣାରୁ ପାରିବାରିକ କଳହର ସମ୍ଭାବନା ରହିଛି। ଯାତ୍ରା କାଳରେ କୌଣସି ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଗୃହ ସଜ୍ଜାରେ ମନୋନିବେଶ କରିବା ସହ ବନ୍ଧୁଙ୍କ ଜରିଆରେ ଦ୍ରବ୍ୟଲାଭ କରି ଖୁସି ହେବେ। ମାଲିମକଦ୍ଦମାରେ ସଫଳତା ମିଳିବା ସାଙ୍ଗକୁ ପ୍ରଶାସନିକ ସ୍ତରରେ ଆଲୋଚନା ମଧ୍ୟ ଫଳପ୍ରଦ ହୋଇପାରେ।
ବିଛା
ବିଛା
ଆପଣଙ୍କ ଚିନ୍ତାଧାରା ଅନୁଯାୟୀ ପାରିପାର୍ଶ୍ୱିକ ପରିସ୍ଥିତି ଅନୁକୂଳ ରହିବ। ବହୁତ ଦିନର ଆଶା ପୂରଣ ହେବା ସହ କୌଣସି ନୂତନ କାମରେ ବନ୍ଧୁ ସହଯୋଗର ହାତ ବଢ଼ାଇବେ। ପରିସ୍ଥିତିରେ ପଡି ଅନାବଶ୍ୟକ ଭାବରେ ଖର୍ଚ୍ଚ ପରିମାଣ ଦିଗୁଣା ହୋଇପାରେ। ଘରୋଇ ଅଶାନ୍ତି ଲାଗିରହିବା ପଛରେ ପାରିବାରିକ ମତାନ୍ତର ହିଁ କାରଣ ହେବ।
ଧନୁ
ଧନୁ
ଦିନର ଅଧିକାଂଶ ସମୟ ସମସ୍ୟା ଭିତରେ ଗତି କରୁଥିବାରୁ ଅନ୍ୟମନସ୍କ ରହିପାରନ୍ତି। ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପଡ଼ୋଶୀ କଣ୍ଟାବାଡ଼ରେ ଲୁଗାଛାଟି କଳି କରିବାର ଉପକ୍ରମ କରିପାରନ୍ତି । ପିଲାଙ୍କ ସ୍ବାସ୍ଥ୍ୟହାନି, ବନ୍ଧୁଙ୍କ ଅଭିଯୋଗ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିପାରନ୍ତି।
ମକର
ମକର
ଆପଣ ଯେଉଁଥିପାଇଁ ଆଶଙ୍କା କରୁଛନ୍ତି ସେପରି କିଛି ଅସୁବିଧା ହେବ ନାହିଁ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ବାହାର ସ୍ଥାନରେ କାହାକୁ ଅପେକ୍ଷା କରି ବିରକ୍ତ ହେବେ। ସାମାନ୍ୟ ବିଳମ୍ବିତ ସମୟରେ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ହେବା ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ।
କୁମ୍ଭ
କୁମ୍ଭ
ସାଧାରଣ କଥାରେ ବାଦବିବାଦ, ଧନହାନି ଓ ବିଭିନ୍ନ ସମସ୍ୟା ଭିତରକୁ ଟାଣି ହୋଇ ପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ସାନ୍ତ୍ବନା ମିଳିବା ସାଙ୍ଗକୁ ନୂଆ ଯୋଜନା ଉପରେ ଗୁରୁତ୍ୱ ଦେବେ। ଶିଳ୍ପ, ବାଣିଜ୍ୟ ଓ କଳା ସାହିତ୍ୟରେ ସମସ୍ୟା ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବନ୍ଧୁଙ୍କ ଅକାଟ୍ୟ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ।
ମୀନମୀନ

ଆଜିର କର୍ମକ୍ଷେତ୍ରରେ ଦକ୍ଷତାଭିତ୍ତିକ କୃତି ଓ କୃତିତ୍ୱ କାରଣରୁ ପ୍ରଶଂସିତ ହେବେ। ଆନୁଷ୍ଠାନିକ କାମରେ, ପ୍ରଶାସନିକ ସ୍ତରରେ କିମ୍ବା ରାଜନୀତିରେ ଦୃଢ଼ ସାହାଯ୍ୟ ଓ ସମର୍ଥନ ଯୋଗୁ ଆଗେଇ ଯିବେ। ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାଇଲେ ସମ୍ପର୍କ ବ୍ୟାହତ ହେବ। ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ, କିନ୍ତୁ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଜମିଜମା କାରବାରକୁ ନେଇ ମତାନ୍ତର ଉପୁଜିବ। ବନ୍ଧୁ ଏବଂ ପରିଜନଙ୍କ ସହିତ ପ୍ରତ୍ୟୁଷ ଯାତ୍ରା ମନକୁ ଆନନ୍ଦ ପ୍ରଦାନ କରିପାରେ। କୃତ୍ତିକା ନକ୍ଷତ୍ରର ମନରେ…

ରାଶିଫଳ: ବୁଧବାର, ଅକ୍ଟୋବର ୭ ତାରିଖ – Daily Horoscope

ମେଷ ଆଜିର ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ରଙ୍କ ଯୋଗୁ ମାନସିକ ଅସ୍ଥିରତା ଭିତରେ ଦିନଟି କଟିବ। ଶିଳ୍ପ, ବାଣିଜ୍ୟ, ପରିବହନ ଏବଂ ଆନୁଷ୍ଠାନିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?