Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୩ ତାରିଖ – Daily Horoscope

ମେଷ
ଆଜି ଦିନଟିରେ ସହଜ ଓ ସୁବିଧାରେ କାମ ହାସଲ କରିବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରିବେ। ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ବୃଷ
ବୃଷ
ପରୋକ୍ଷ ଶତ୍ରୁତା କାରଣରୁ ପ୍ରାପ୍ୟଧନରେ ବାଧା ସୃଷ୍ଟି ହେବ। ବନ୍ଧୁଙ୍କ କୁଟିଳ ଚିନ୍ତାଧାରା ଆପଣଙ୍କୁ ଅତିଷ୍ଠ କରିପାରେ। କଳା, ସାହିତ୍ୟ, ସାମ୍ବାଦିକତାରେ ସମସ୍ୟା ସମାଧାନ ହୋଇଯିବ। ପିଲାମାନଙ୍କ ଗୌରବ ସାମୟିକ ସାନ୍ତ୍ୱନାର କାରଣ ହେବ।
ମିଥୁନ
ମିଥୁନ
ଆଜି ଅସାବଧାନତା କିମ୍ବା ଅନ୍ୟମନସ୍କତା କାରଣରୁ ଟଙ୍କା ପଇସା କିମ୍ବା କୌଣସି ଜିନିଷ ହଜିଯାଇପାରେ। ପାରିବାରିକ ସମସ୍ୟାକୁ ନେଇ ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। କିନ୍ତୁ ମୃଗଶିରା ନକ୍ଷତ୍ର ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। ବନ୍ଧୁଙ୍କ ପକ୍ଷପାତିତା କାରଣରୁ ସୁଯୋଗ ହରାଇବା ସକାଶେ ବ୍ୟଥିତ ହୋଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟ ଚିନ୍ତାକରି ଆଜିର ମାନସିକ ସ୍ଥିତି ସେତେଟା ଭଲ ରହିବ ନାହିଁ। ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା ସମାଲୋଚିତ ହେବାକୁ ପଡ଼ିପାରେ। ଆର୍ଥିକ ଦିଗଟି ଭଲ ରହିବ, କିନ୍ତୁ ବାକି ଥିବା ଟଙ୍କା ଫେରି ପାଇବେ ନାହିଁ। ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ।
ସି˚ହ
ସି˚ହ
ନିରପେକ୍ଷ ଚିନ୍ତାଧାରା ଅନ୍ୟମାନଙ୍କୁ ନ ସୁହାଇବା କାରଣରୁ ପରୋକ୍ଷରେ କଟୁ ମନ୍ତବ୍ୟ ଶୁଣିବାକୁ ପଡ଼ିପାରେ। ପୂର୍ବା-ଫାଲଗୁନୀ ନକ୍ଷତ୍ର ଅଧିକାଂଶ କ୍ଷେତ୍ରରେ ଅପ୍ରିୟ ସତ କହି ବିରୋଧୀ ହୋଇପାରନ୍ତି। କୌଣସି ଆନୁଷ୍ଠାନିକ କାମ କିମ୍ବା ଶୁଭକାର୍ଯ୍ୟରେ ଯୋଗଦେଇପାରନ୍ତି। ବ୍ୟବସାୟ, ନିର୍ମାଣ, କାରିଗରିରେ ଉନ୍ନତି କରିବେ।
କନ୍ୟା
ଯାହା ପାଇବା ପାଇଁ ଆଶା ବାନ୍ଧି ବସିଛନ୍ତି ତାହା ଯଦିଓ ପାଇବେ କିନ୍ତୁ କିଛି ବ୍ୟତିକ୍ରମ ମଧ୍ୟରେ। ନିଜ ଲୋକମାନେ ଏହାଦ୍ୱାରା ଖୁସି ହେବା ବଦଳରେ ବାରକଥା କହିପାରନ୍ତି। ବ୍ୟବସାୟରେ ଲାଭ ମିଳିବ; ମାତ୍ର ନିଜର ଅବହେଳାରୁ ଅନ୍ୟ ବାଟରେ ବ୍ୟୟ ହେବ। ବନ୍ଧୁମାନେ ଠିକ୍‌ ଖବର ଦେବାରେ ହେଳା କରିପାରନ୍ତି।
ତୁଳା
ତୁଳା
ଯେକୌଣସି କ୍ଷେତ୍ରରେ ହେଉନା କାହିଁକି, ଆପଣ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡ଼ିବେ। ବନ୍ଧୁଙ୍କ ପରାମର୍ଶରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିବେ। ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବେ।
ବିଛା
ବିଛା
ଆନୁଷ୍ଠାନିକ କାମରେ ଅବହେଳା, ଘରୋଇ କଥାରେ ଝଗଡ଼ା, ନୂତନ କାମରେ ପ୍ରତିବନ୍ଧକ ହେତୁ ବ୍ୟସ୍ତତା ବୃଦ୍ଧି ପାଇବ। ବ୍ୟବସାୟିକ ଆଲୋଚନା, ରାଜନୀତି, ସଂଗଠନ, ମାଲିମକଦ୍ଦମା କିମ୍ବା ସଭାସମିତିରେ ମଜିରହିପାରନ୍ତି। ପ୍ରଶାସନ ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପାଇବେ। ପିଲାଙ୍କ ପାଠପଢ଼ା ସମସ୍ୟା ନେଇ ଚିନ୍ତିତ ରହିବେ।
ଧନୁ
ଧନୁ
ଆଜି ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ବିଳମ୍ବ ହେଲେ ମଧ୍ୟ ସଫଳତା ଅବଶ୍ୟମ୍ଭାବୀ। କଳା, ସାହିତ୍ୟ, କ୍ରୀଡ଼ା କ୍ଷେତ୍ରରେ ଥିବା ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ଅବହେଳିତ କାମ ସକାଶେ ଅନୁତାପ କରିବାକୁ ପଡ଼ିପାରେ। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ମକର
ମକର
ମନ ବୁଝିଲା ଭଳି କିଛି ପ୍ରତିଶ୍ରୁତି, ମିଷ୍ଠାନ୍ନ ଭୋଜନ ଓ ମନୋରଞ୍ଜନ ହେତୁ ମନ ପ୍ରାୟତଃ ଖୁସି ରହିବ। କୌଣସି ପ୍ରତୀକ୍ଷିତ ଖବରଟି ପଡ଼ୋଶୀଙ୍କଠାରୁ ପାଇ ଖୁସି ହେବେ। ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇପାରେ।
କୁମ୍ଭ
କୁମ୍ଭ
ଶତ୍ରୁତା କରୁଥିବା ବ୍ୟକ୍ତିମାନଙ୍କ ପ୍ରତି ସାବଧାନତା ଅବଲମ୍ବନ କରିବା ଭଲ। ଯାନବାହନରେ ସତର୍କ ରହନ୍ତ, ଅନ୍ୟଥା ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଖଳ ଲୋକମାନଙ୍କ ଦ୍ୱାରା ପ୍ରଚାରିତ ମିଥ୍ୟା ଗୁଜବ ପ୍ରତି ମନ ଦିଅନ୍ତୁ ନାହିଁ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି।
ମୀନମୀନ

ସବୁ ଭଲ ଥିଲେ ମଧ୍ୟ ଅତୀତର କୌଣସି ଅଭୁଲା କଥା ମନକୁ ବାରମ୍ବାର ଆଲୋଡ଼ିତ କରିବ। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଫଳରେ କେତେକ କାମ ବିଗିଡ଼ି ଯାଇପାରେ। ତଥାପି ଆପଣ ଚାତୁରିକଥା କହି ବନ୍ଧୁଙ୍କଠାରୁ କାର୍ଯ୍ୟ ହାସଲ କରିବେ। ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

ରାଶିଫଳ: ରବିବାର, ଜୁଲାଇ ୫ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର ବନ୍ଧୁମାନଙ୍କ ପରାମର୍ଶକ୍ରମେ ଦୂରଯାତ୍ରା କରିବାକୁ ମନ ବଳାଇବେ। ଗୃହ ମରାମତି, ଭୂମିକ୍ରୟ, ଗାଡ଼ିମୋଟର, ଯାନ୍ତ୍ରିକ ଜିନିଷ କ୍ରୟ କରିପାରନ୍ତି। ଟଙ୍କା ପଇସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri