Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୩ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା, ବିବାଦୀୟ କଥା ଓ ଗୃହାରମ୍ଭ ସମସ୍ୟା ବହୁଳ ହୋଇପାରେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଉଚ୍ଚାରୋହୀ ମଙ୍ଗଳ ହେତୁ ସ୍ବାସ୍ଥ୍ୟରେ କ୍ରମଶଃ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ।
ବୃଷ
ବୃଷ
ରାଶିରେ ବଳବାନ୍‌ ରାହୁ ଥିବା ହେତୁ କୌଶଳରେ କାମ ହାସଲ କରିବେ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବୃଦ୍ଧି ପାଇବ । ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟ ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ।
ମିଥୁନ
ମିଥୁନ
ଦୁଃସ୍ଥାନରେ ଗ୍ରହଙ୍କ ସମାବେଶ କାରଣରୁ ସାଧାରଣ ଘଟଣାକୁ କେନ୍ଦ୍ରକରି ବିବାଦ ସୃଷ୍ଟି ହୋଇପାରେ। ଉଚ୍ଚଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ ସ୍ଥାପନରେ ଆଶା ଅନୁଯାୟୀ ଫଳ ପାଇବେ। ବନ୍ଧୁଙ୍କ ନିକଟରେ ମନକଥା ଲୁଚାଇ ପାରିବେ ନାହିଁ କିନ୍ତୁ କହିବା ପରେ ମନସ୍ତାପ କରିବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
କର୍କଟ
କର୍କଟ
ଅଷ୍ଟମସ୍ଥ ଗୁରୁଚାନ୍ଦ୍ରୀ ଯୋଗ ଅର୍ଥନୈତିକ ଅଭିବୃଦ୍ଧି ସହିତ ନୂତନ ଯୋଜନା ପାଇଁ ସୁଯୋଗ ଆଣିଦେବ। ସାମାଜିକ ସ୍ତରରେ ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ବୁଝି ପାରିବେ ନାହିଁ। ଅଫିସ କାମରେ ଯେଉଁଥିପାଇଁ ଚିନ୍ତା କରୁଥିଲେ ସେହି ବିଷୟରେ କୌଣସି ଅସୁବିଧା ରହିବ ନାହିଁ। ବ୍ୟବସାୟରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ଶତ୍ରୁତା କରୁଥିବା ବନ୍ଧୁମାନେ ଈର୍ଷାପରାୟଣ ହୋଇ ବିଭିନ୍ନ ସମସ୍ୟା ସୃଷ୍ଟି କରିପାରନ୍ତି। ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ଏବଂ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ। ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା କାରଣରୁ କେତେକ ସୁଯୋଗ ହାତଛଡା ହେବ। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ବ୍ୟବସାୟ କ୍ଷେତ୍ରରେ ପ୍ରତିଯୋଗିତା ଅବଶ୍ୟମ୍ଭାବୀ।
କନ୍ୟା
କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ମିତ୍ରମାନେ ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି। ସାମାଜିକ ସ୍ତରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡିବେ। ଭାଇଙ୍କ ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପାଇଁ ଚିନ୍ତା କରିବେ। ବ୍ୟବସାୟ, ଯାତ୍ରା, କର୍ମାରମ୍ଭ ଯଥାବିଧି ସମ୍ପନ୍ନ ହେବାର ଆଶା ରହିଛି।
ତୁଳା
ତୁଳା
ବିଶାଖା ନକ୍ଷତ୍ର ସକାଶେ ବନ୍ଧୁଙ୍କ ସହାୟତାରେ ପାରିବାରିକ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହେବ। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ସତ୍‌ସଙ୍ଗ ଓ ମନୋରଞ୍ଜନ କାମରୁ ପ୍ରଶଂସିତ ହେବେ। ସହକର୍ମୀଙ୍କ ପରୋକ୍ଷ ସୂଚନାରୁ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିବ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କ ସୌଜନ୍ୟରୁ ହୋଇଯିବ। ବନ୍ଧୁଙ୍କ ସହାୟତାରେ ବ୍ୟବସାୟୀଙ୍କ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିପାରେ। କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିବେ। ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ, ଆନୁଷ୍ଠାନିକ କାମ, ରାଜନୈତିକ ପରିସ୍ଥିତି କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ଧନୁ
ଧନୁ
ନିଜ ପରିସରରେ ଅନ୍ୟମାନଙ୍କ ସାହାଯ୍ୟରୁ ଆଶା କରିଥିବା ଦିଗରୁ ଅର୍ଥଲାଭ ହେବ। ହଠାତ୍‌ ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ଶୁଣାଇ ପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବିଳାସ ଉପକରଣ କ୍ରୟ କରିବା ଲାଗି ଘରୁ ବରାଦ ପାଇବେ।
ମକର
ମକର
ଉତ୍ତରାଷାଢ଼ା ନକ୍ଷତ୍ର କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଗତକାଲିଠାରୁ ଯେଉଁ କାମଟିକୁ ଆରମ୍ଭ କରିଛନ୍ତି, ସେଥିରେ ବ୍ୟତିକ୍ରମ ଦେଖା ଦେଇ ପାରେ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିବେ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ସମସ୍ୟା ରହିଥିଲେ ମଧ୍ୟ ଉପସ୍ଥିତବୁଦ୍ଧି ପ୍ରୟୋଗକରି ପରିବାରରେ ସୁସମ୍ପର୍କ ସ୍ଥାପନରେ ସଫଳ ହେବେ। ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ମଜଭୁତ ରହିବ, ଅବଶ୍ୟ ଏଥି ସକାଶେ କଷ୍ଟ ସ୍ବୀକାର କରିବାକୁ ପଡିପାରେ। ସଭାସମିତି ଓ ମାଙ୍ଗଳିକ କାମରେ ଅନ୍ୟମାନଙ୍କ ସାହାଯ୍ୟ ଲୋଡ଼ିବେ।
ମୀନମୀନ
ସକାଳୁ ସକାଳୁ ଚେଷ୍ଟା କରୁଥିବା କାମଗୁଡ଼ିକ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ସମସ୍ୟାରେ ପଡ଼ିପାରନ୍ତି। ସାହାଯ୍ୟ ଓ ସହଯୋଗ ଅଭାବରୁ ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ। ବ୍ୟବସାୟ, ପରିବହନ ଓ ଯାତ୍ରାରେ ସୁଫଳ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri