Posted inRasifala

ରାଶିଫଳ: ଗୁରୁବାର, ଫେବୃୟାରୀ ୩ ତାରିଖ – Daily Horoscope

ମେଷ
ଆଜିର ଯାତ୍ରା, ବିବାଦୀୟ କଥା ଓ ଗୃହାରମ୍ଭ ସମସ୍ୟା ବହୁଳ ହୋଇପାରେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ସକାଶେ ନିଷ୍ପତ୍ତି ନେଇପାରନ୍ତି। ଉଚ୍ଚାରୋହୀ ମଙ୍ଗଳ ହେତୁ ସ୍ବାସ୍ଥ୍ୟରେ କ୍ରମଶଃ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ।
ବୃଷ
ବୃଷ
ରାଶିରେ ବଳବାନ୍‌ ରାହୁ ଥିବା ହେତୁ କୌଶଳରେ କାମ ହାସଲ କରିବେ। ଗୃହସୀମା, ଗାଡି ମୋଟର, ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ମାନସିକ ଉତ୍ତେଜନା ଓ ଉଦ୍‌ବେଗ ବୃଦ୍ଧି ପାଇବ । ଅପରାହ୍ନରେ ବନ୍ଧୁଙ୍କଠାରୁ ସାହାଯ୍ୟ ପ୍ରତିଶ୍ରୁତି ପାଇ ଟେନସନ୍‌ ଦୂର ହେବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ।
ମିଥୁନ
ମିଥୁନ
ଦୁଃସ୍ଥାନରେ ଗ୍ରହଙ୍କ ସମାବେଶ କାରଣରୁ ସାଧାରଣ ଘଟଣାକୁ କେନ୍ଦ୍ରକରି ବିବାଦ ସୃଷ୍ଟି ହୋଇପାରେ। ଉଚ୍ଚଶିକ୍ଷା, ପରୀକ୍ଷା, ବନ୍ଧୁ ସମ୍ପର୍କ ସ୍ଥାପନରେ ଆଶା ଅନୁଯାୟୀ ଫଳ ପାଇବେ। ବନ୍ଧୁଙ୍କ ନିକଟରେ ମନକଥା ଲୁଚାଇ ପାରିବେ ନାହିଁ କିନ୍ତୁ କହିବା ପରେ ମନସ୍ତାପ କରିବେ। ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ।
କର୍କଟ
କର୍କଟ
ଅଷ୍ଟମସ୍ଥ ଗୁରୁଚାନ୍ଦ୍ରୀ ଯୋଗ ଅର୍ଥନୈତିକ ଅଭିବୃଦ୍ଧି ସହିତ ନୂତନ ଯୋଜନା ପାଇଁ ସୁଯୋଗ ଆଣିଦେବ। ସାମାଜିକ ସ୍ତରରେ ଭଲ ଚିନ୍ତା କଲେ ମଧ୍ୟ ଅନ୍ୟମାନେ ଆପଣଙ୍କ ମନୋଭାବକୁ ବୁଝି ପାରିବେ ନାହିଁ। ଅଫିସ କାମରେ ଯେଉଁଥିପାଇଁ ଚିନ୍ତା କରୁଥିଲେ ସେହି ବିଷୟରେ କୌଣସି ଅସୁବିଧା ରହିବ ନାହିଁ। ବ୍ୟବସାୟରେ ସଫଳତା ହାସଲ କରିବେ।
ସି˚ହ
ସି˚ହ
ଶତ୍ରୁତା କରୁଥିବା ବନ୍ଧୁମାନେ ଈର୍ଷାପରାୟଣ ହୋଇ ବିଭିନ୍ନ ସମସ୍ୟା ସୃଷ୍ଟି କରିପାରନ୍ତି। ଅଫିସରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ଏବଂ ସ୍ଥଗିତ କାର୍ଯ୍ୟ ସମ୍ପନ୍ନ କରିବେ। ସମ୍ପର୍କୀୟଙ୍କ ପରୋକ୍ଷ ଶତ୍ରୁତା କାରଣରୁ କେତେକ ସୁଯୋଗ ହାତଛଡା ହେବ। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ବ୍ୟବସାୟ କ୍ଷେତ୍ରରେ ପ୍ରତିଯୋଗିତା ଅବଶ୍ୟମ୍ଭାବୀ।
କନ୍ୟା
କର୍ମକ୍ଷେତ୍ରରେ ସହକର୍ମୀ କିମ୍ବା ମିତ୍ରମାନେ ସମସ୍ୟାମୂଳକ କାମ ପ୍ରତି ପ୍ରଲୋଭିତ କରାଇ ପାରନ୍ତି। ସାମାଜିକ ସ୍ତରରେ ସାଧାରଣ କଥାକୁ ଜଟିଳ ଆକାରରେ ଗ୍ରହଣ କରି ଦ୍ୱନ୍ଦ୍ୱରେ ପଡିବେ। ଭାଇଙ୍କ ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟା ପାଇଁ ଚିନ୍ତା କରିବେ। ବ୍ୟବସାୟ, ଯାତ୍ରା, କର୍ମାରମ୍ଭ ଯଥାବିଧି ସମ୍ପନ୍ନ ହେବାର ଆଶା ରହିଛି।
ତୁଳା
ତୁଳା
ବିଶାଖା ନକ୍ଷତ୍ର ସକାଶେ ବନ୍ଧୁଙ୍କ ସହାୟତାରେ ପାରିବାରିକ ଅବସ୍ଥାରେ ଉନ୍ନତି ପରିଲକ୍ଷିତ ହେବ। ବାଣିଜ୍ୟ,ବ୍ୟବସାୟ କ୍ଷେତ୍ରରେ ବିଭିନ୍ନ ପ୍ରକାରର ସମସ୍ୟା ଦେଖା ଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ସତ୍‌ସଙ୍ଗ ଓ ମନୋରଞ୍ଜନ କାମରୁ ପ୍ରଶଂସିତ ହେବେ। ସହକର୍ମୀଙ୍କ ପରୋକ୍ଷ ସୂଚନାରୁ ହଠାତ୍‌ କୌଣସି ଘଟଣା ମନକୁ ବିବ୍ରତ କରିବ।
ବିଛା
ବିଛା
ଦୀର୍ଘଦିନରୁ ଅଟକି ରହିଥିବା କାମଟି ଉପରିସ୍ଥଙ୍କ ସୌଜନ୍ୟରୁ ହୋଇଯିବ। ବନ୍ଧୁଙ୍କ ସହାୟତାରେ ବ୍ୟବସାୟୀଙ୍କ ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ଆସିପାରେ। କିଣାବିକାରେ ସତର୍କ ନ ହେଲେ ଠକାମିରେ ପଡ଼ିବେ। ଶିଳ୍ପ, ବ୍ୟବସାୟ, ପରିବହନ, ବାଣିଜ୍ୟ, ଆନୁଷ୍ଠାନିକ କାମ, ରାଜନୈତିକ ପରିସ୍ଥିତି କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ଧନୁ
ଧନୁ
ନିଜ ପରିସରରେ ଅନ୍ୟମାନଙ୍କ ସାହାଯ୍ୟରୁ ଆଶା କରିଥିବା ଦିଗରୁ ଅର୍ଥଲାଭ ହେବ। ହଠାତ୍‌ ସକାଳୁ ସକାଳୁ ଜଣେ ବନ୍ଧୁ ଆସି କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ଶୁଣାଇ ପାରନ୍ତି। କର୍ମକ୍ଷେତ୍ରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବାକୁ ବାଧ୍ୟ ହେବେ। ବିଳାସ ଉପକରଣ କ୍ରୟ କରିବା ଲାଗି ଘରୁ ବରାଦ ପାଇବେ।
ମକର
ମକର
ଉତ୍ତରାଷାଢ଼ା ନକ୍ଷତ୍ର କର୍ମକ୍ଷେତ୍ରରେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଗତକାଲିଠାରୁ ଯେଉଁ କାମଟିକୁ ଆରମ୍ଭ କରିଛନ୍ତି, ସେଥିରେ ବ୍ୟତିକ୍ରମ ଦେଖା ଦେଇ ପାରେ। ସାଧାରଣ ଘଟଣାରେ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିବେ। ପଡ଼ୋଶୀଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ।
କୁମ୍ଭ
କୁମ୍ଭ
ସମସ୍ୟା ରହିଥିଲେ ମଧ୍ୟ ଉପସ୍ଥିତବୁଦ୍ଧି ପ୍ରୟୋଗକରି ପରିବାରରେ ସୁସମ୍ପର୍କ ସ୍ଥାପନରେ ସଫଳ ହେବେ। ବ୍ୟବସାୟ, ପରିବହନ, ନିର୍ମାଣ, କଚେରି ମାମଲାରେ ଉନ୍ନତି ହେବ। ଆର୍ଥିକ ସ୍ଥିତି ମଜଭୁତ ରହିବ, ଅବଶ୍ୟ ଏଥି ସକାଶେ କଷ୍ଟ ସ୍ବୀକାର କରିବାକୁ ପଡିପାରେ। ସଭାସମିତି ଓ ମାଙ୍ଗଳିକ କାମରେ ଅନ୍ୟମାନଙ୍କ ସାହାଯ୍ୟ ଲୋଡ଼ିବେ।
ମୀନମୀନ
ସକାଳୁ ସକାଳୁ ଚେଷ୍ଟା କରୁଥିବା କାମଗୁଡ଼ିକ ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହୋଇପାରିବ। କର୍ମକ୍ଷେତ୍ରର କେତେକ ଫାଇଲ୍‌ କାମ ସକାଶେ ସମସ୍ୟାରେ ପଡ଼ିପାରନ୍ତି। ସାହାଯ୍ୟ ଓ ସହଯୋଗ ଅଭାବରୁ ଆନୁଷ୍ଠାନିକ କାମରେ ଖଟଣି ବଢ଼ିଯିବ। ବ୍ୟବସାୟ, ପରିବହନ ଓ ଯାତ୍ରାରେ ସୁଫଳ ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଫେବୃଆରୀ ୧୯ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ ସକାଶେ କରଜ କରିବାକୁ ବନ୍ଧୁଙ୍କୁ…

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri