Posted inRasifala

ରାଶିଫଳ: ରବିବାର, ଜୁଲାଇ ୩ ତାରିଖ – Daily Horoscope

ମେଷ
କର୍ମାଧିପ ଶନିଙ୍କ ପ୍ରଭାବରୁ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ରହିଥିଲେ ମଧ୍ୟ ସରକାରୀ ସ୍ତରରୁ ସାହାଯ୍ୟ ପାଇବେ। ନୂତନ ଯୋଜନା ଆରମ୍ଭ ସକାଶେ ମନ ବଳାଇବେ ଓ ସଫଳତା ମଧ୍ୟ ପାଇବେ। ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ବୃଷ
ବୃଷ
ରାଶ୍ୟାଧିପତି ଶୁକ୍ର ଥିବାରୁ କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହେବାରେ ଅସୁବିଧା ହେବ ନାହିଁ। ଆନୁଷ୍ଠାନିକ କାମରେ ବୁଦ୍ଧିଜିବୀମାନଙ୍କ ସାନ୍ନିଧ୍ୟରୁ ସାମାଜିକ ସ୍ତରରେ ସମ୍ମାନ ପାଇବେ। କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ।
ମିଥୁନ
ମିଥୁନ
ଆଜି ବୁଧାଦିତ୍ୟ ଯୋଗ ସୃଷ୍ଟି ହୋଇଥିବାରୁ ଯୋଜନା ଅନୁଯାୟୀ କାର୍ଯ୍ୟ କରିବାରେ ସମର୍ଥ ହେବେ। ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ବିଚାର କରି ଉଚିତ ପଦେକ୍ଷପ ନିଅନ୍ତୁ। କୌଣସି ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ। ବ୍ୟବସାୟିକ ସ୍ଥିତି ପୂର୍ବପରି ରହିବ, କିନ୍ତୁ ସମସ୍ୟା ବହୁଳ ରହିବ।
କର୍କଟ
କର୍କଟ
କର୍ମଭାବସ୍ଥ ରାହୁମଙ୍ଗଳ ଯୋଗଜନିତ ପ୍ରତ୍ୟେକ କାମ ସହଜ ଓ ସୁବିଧାରେ ସମ୍ପନ୍ନ ହୋଇଯିବ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଲାଭ ପାଇବେ, ମାତ୍ର ଆଶାନୁରୂପ ନ ହୋଇପାରେ। କାର୍ଯ୍ୟଦକ୍ଷତା ହେତୁ ବନ୍ଧୁମାନଙ୍କ ମଧ୍ୟରେ ପ୍ରଶଂସିତ ହେବେ। ନିର୍ମାଣ ତଥା ଜମିଜମା କ୍ଷେତ୍ରରେ ସମସ୍ୟା ସମାଧାନ ହେବ।
ସି˚ହ
ସି˚ହ
କୌଣସି ବିଭ୍ରାନ୍ତିକର ଖବର ପାଇ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଶନିଙ୍କ ପ୍ରଭାବରୁ ଆଜି ଇଚ୍ଛା ନ ଥିଲେ ମଧ୍ୟ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ଅଂଶ ଗ୍ରହଣ କରିପାରନ୍ତି। ପ୍ରଶାସନିକ ସ୍ତରରେ କିମ୍ବା ସାଙ୍ଗଠନିକ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ।
କନ୍ୟା
ସ୍ଥଗିତ କାମ ଯଥାସମୟରେ ସମ୍ପନ୍ନ ହେବାରୁ ଖୁସି ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବ ନାହିଁ। ଜମିଜମା କିଣାବିକା, ବ୍ୟବସାୟ, ପରିବହନରେ ଝଗଡ଼ା ଲାଗିପାରେ। ପିଲାଙ୍କ ସମ୍ପର୍କରେ ସୁଖବର ପ୍ରାପ୍ତ।
ତୁଳା
ତୁଳା
ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ଭଲ ଖବର ପାଇ ମନ ଏକଦମ୍‌ ଖୁସି ହୋଇଯିବ। କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ସମାଧାନ ହୋଇଯିବ। ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ, ଅବଶ୍ୟ ଖର୍ଚ୍ଚାନ୍ତ ହୋଇ କାମକୁ ବଢ଼ାଇ ନେଇପାରନ୍ତି। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ଆଶ୍ୱସ୍ତି ଲଭିବେ।
ବିଛା
ବିଛା
ଗୁରୁଙ୍କ ପ୍ରଭାବରୁ ଗୌରବାନ୍ବିତ ହେବା ସହ ଶୁଭ ଖବର ପ୍ରାପ୍ତ ହୋଇ ଆନନ୍ଦ ଅନୁଭବ କରିବେ। ସାଙ୍ଗସାଥୀଙ୍କ ସହ ନୂଆ ସ୍ଥାନକୁ ଯାଇପାରନ୍ତି। ଅସାବଧାନତା କାରଣରୁ ଦରକାରୀ କାଗଜପତ୍ର କିମ୍ବା ଟଙ୍କା ପଇସା ହଜି ଯାଇପାରେ। କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହୋଇପାରନ୍ତି।
ଧନୁ
ଧନୁ
ବୃହସ୍ପତିଙ୍କ ଅବସ୍ଥାନଜନିତ ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ଆମତ୍ୀୟଙ୍କ ଜରିଆରେ ବକେୟା ଆଦାୟରେ ସକ୍ଷମ ହେବେ। ଆଇନ ଅଦାଲତ କ୍ଷେତ୍ରରେ ବାରମ୍ବାର ଦୌଡ଼ିବାକୁ ପଡ଼ିପାରେ। ବିବାଦୀୟ ଘଟଣାରେ, ପରିବହନରେ, ବ୍ୟବସାୟରେ, ଶତ୍ରୁଠାରୁ ଦୂରେଇ ରହିବା ଭଲ ହେବ।
ମକର
ମକର
ଦୀର୍ଘ ଦିନରୁ ଦେଖି ନ ଥିବା କୌଣସି ବନ୍ଧୁ କିମ୍ବା ହିତୈଷୀଙ୍କ ଦର୍ଶନ ପାଇଁ ମନ ଛଟପଟ ହୋଇପାରେ। ଶ୍ରବଣା ନକ୍ଷତ୍ରର ଅସୁସ୍ଥତାଜନିତ କାରଣରୁ ମନ ଭଲ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି ଆଶା ରହିଛି। କଳା, ସାହିତ୍ୟ, ସାମ୍ବାଦିକତାରେ, ପରିବାର ଭିତରେ, ପରିବହନରେ ସମସ୍ୟା ସମାଧାନ ହୋଇଯିବ।
କୁମ୍ଭ
କୁମ୍ଭ
ଲକ୍ଷ୍ମୀ ଯୋଗ ପ୍ରଭାବରୁ ଆଜି ଏକାଧାରରେ ଅର୍ଥ, ସମ୍ମାନ ଓ ବନ୍ଧୁଙ୍କ ସଦ୍ଦିଛା ଲାଭ କରିପାରିବେ। ପାରିବାରିକ ଶୃଙ୍ଖଳା ରକ୍ଷା ଲାଗି ସମ୍ପର୍କୀୟଙ୍କ ସହାୟତା ନେବାକୁ ପଡ଼ିପାରେ। କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇ ପାରନ୍ତି। ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ, ଯାହାକି ଅଶାନ୍ତ ପରିସ୍ଥିତି ସୃଷ୍ଟି କରିବ।
ମୀନମୀନ
ବନ୍ଧୁଙ୍କ କାମରେ ଆପଣଙ୍କୁ ହଠାତ୍‌ ବାହାରକୁ ଯିବାକୁ ପଡ଼ିପାରେ। ରାଜନୈତିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବା କାରଣରୁ ମାନସିକ ସୁସ୍ଥତା ରହିବ ନାହିଁ। କେନ୍ଦ୍ରସ୍ଥ ରବି ବୁଧଜନିତ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ଅସୁବିଧା ନ ହେଲେ ମଧ୍ୟ କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ...

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି।...

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ,...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି...

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର...

ରାଶିଫଳ: ରବିବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ଆଜି ଗୁର୍ବାଦିତ୍ୟ ଯୋଗ ପ୍ରଭାବରୁ ବିଶିଷ୍ଟ ବ୍ୟକ୍ତିମାନଙ୍କ ସାନ୍ନିଧ୍ୟରୁ ସମ୍ମାନିତ ହେବେ। ବନ୍ଧୁ ପରିଜନଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଉପସ୍ଥିତ ସମସ୍ୟାର...

ରାଶିଫଳ: ଶନିବାର , ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି କାରଣରୁ ଆପଣଙ୍କ ଆକର୍ଷଣୀୟ ବ୍ୟବହାର ସମସ୍ୟା ସମାଧାନରେ ସହାୟକ ହେବ। ଲୋକସମ୍ପର୍କ ବୃଦ୍ଧି, ପାରିବାରିକ ସହଯୋଗ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୂଚନା ରହିଛି। ଦ୍ୱିଜା ନକ୍ଷତ୍ରର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଭଲ ସମ୍ପର୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri