Posted inRasifala

ରାଶିଫଳ: ସୋମବାର, ଜୁଲାଇ ୩ ତାରିଖ – Daily Horoscope

ମେଷ
ଭାଗ୍ୟସ୍ଥ ଚନ୍ଦ୍ର ଯୋଗୁ ପୂର୍ବ ଯୋଜନା ଅନୁଯାୟୀ କର୍ମରେ ସଫଳତା ପାଇବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ। ବହୁତ ଦିନରୁ ଲାଗିରହିଥିବା କଚେରି ମାମଲା ଚିନ୍ତାର କାରଣ ହୋଇପାରେ।
ବୃଷ
ବୃଷ
ଆଜି ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭଲ ରହି ନ ପାରେ। ଦୁଃସ୍ଥ ପରିବେଶରେ ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ। ଜୀବନଚର୍ଯ୍ୟାରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ।
ମିଥୁନ
ମିଥୁନ
ଆଜିର ପ୍ରତ୍ୟୁଷ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଏବଂ ଯାହା ଆଶା କରୁଛନ୍ତି ତାହା ପାଇବେ। ସଭାସମିତି, ବନ୍ଧୁ ସମ୍ପର୍କ ଓ ପାରିବାରିକ ଦିଗରୁ ଆଜି ଅନୁକୂଳ ଫଳ ପାଇବେ। ମାଲି ମକଦ୍ଦମା, ଆଲୋଚନା, ଗବେଷଣା କ୍ଷେତ୍ରରେ ପ୍ରତିବନ୍ଧକର ସମ୍ମୁଖୀନ ହେବେ। ରୋଗର ଦାଉ, ଋଣବୋଝ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ।
କର୍କଟ
କର୍କଟ
ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା ସାଙ୍ଗକୁ ବନ୍ଧୁମିଳନ ଯୋଗୁ ମନ ଖୁସି ରହିବ। ଅର୍ଥାଭାବ, କାର୍ଯ୍ୟସିଦ୍ଧିରେ ବିଳମ୍ବ ଓ କେତେକ ମାନସିକ ଦ୍ୱନ୍ଦ୍ୱ ଭିତରେ ଅପରାହ୍ନଟି କଟାଇବେ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ। ବାଣିଜ୍ୟ, ବ୍ୟବସାୟ ଏପରିକି ଯୋଗାଣ କାରବାରରେ ଉନ୍ନତି କରିବେ।
ସି˚ହ
ସି˚ହ
ପାରିବାରିକ ସମସ୍ୟାକୁ ନେଇ ଅନ୍ତର୍ଦ୍ୱନ୍ଦ୍ୱ ଲାଗି ରହିବା ସହ ସଦାବେଳେ ହାତଖାଲି ରହିବ। ଅପୂରଣୀୟ ଆଶା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି। ଅଫିସ୍‌ କାମରେ ଅବହେଳା ନେଇ ଅନ୍ୟକୁ କୈଫିୟତ ଦେବାକୁ ପଡ଼ିପାରେ। ପରିବାରରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବାର ସୂଚନା ରହିଛି।
କନ୍ୟା
ବିଳମ୍ବିତ ସମୟରେ ଅପେକ୍ଷା କରିଥିବା ଖବରଟି ପାଇବେ। ଅର୍ଥ ସମ୍ପର୍କ ଓ ଜମିବାଡ଼ିକୁ ନେଇ ଭ୍ରାତୃ ବିବାଦ ଦେଖାଦେଇପାରେ। ପ୍ରତିଯୋଗିତା, ବ୍ୟବସାୟ ବାଣିଜ୍ୟ, ମକଦ୍ଦମା ଓ ଯାତ୍ରା ସମ୍ପର୍କରେ ଚିନ୍ତା ବଢିବ। ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।
ତୁଳା
ତୁଳା
ନିଜ ଲୋକମାନେ ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେବାରେ ସମର୍ଥ ହେବେ। ଆଜିର ପ୍ରତ୍ୟୁଷ ଯାତ୍ରା ଶୁଭପ୍ରଦ ହେବ, ଭ୍ରମଣ ପାଇଁ ମନ ବଳାଇବେ ଓ ବନ୍ଧୁ ମିଳନ ଘଟିବ। ଛୋଟ ଛୋଟ କାମ ହାତକୁ ନେଲେ ଦ୍ୱନ୍ଦ୍ୱରେ ପଡ଼ିପାରନ୍ତି। ଦୃଢ଼ ମନୋବଳ ସମସ୍ୟା ସମାଧାନରେ ସହାୟକ ହେବ।
ବିଛା
ବିଛା
ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। କେତେକ କ୍ଷେତ୍ରରେ କହିବେ ସିନା ସହିବେ ନାହିଁ, ଫଳରେ ମତାନ୍ତରର ସମ୍ଭାବନା ରହିଛି। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିପାରନ୍ତି।
ଧନୁ
ଧନୁ
ଆପଣଙ୍କ ସୁଚିନ୍ତିତ ଯୋଜନା, ଶୁଦ୍ଧ ଭାବନା, ସଂଯତ ସୁମଧୁର କଥା ସମସ୍ୟାର ସମାଧାନ, ଅର୍ଥଲାଭ, ସମ୍ମାନ, କାର୍ଯ୍ୟସିଦ୍ଧି କରାଇବ। ଠିକ୍‌ ବିଚାର ବିନା ସରଳ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ହଠାତ୍‌ କାୈଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ। ଲେଖାପଢ଼ା ତଥା ପ୍ରକାଶନ ଓ ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ।
ମକର
ମକର
ଆଜିର ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ସ୍ତ୍ରୀ ସମ୍ପର୍କ, ବିବାଦୀୟ ଘଟଣା, ନିର୍ମାଣ ଓ ପରିବହନରେ ସମସ୍ୟା ଦେଖାଦେବ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ଭୁଲ୍‌ ବୁଝାମଣା କାରଣରୁ ଦାମ୍ପତ୍ୟରେ ତିକ୍ତତା ଦେଖାଦେବ। ନିର୍ଦ୍ଦିଷ୍ଟ ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ।
କୁମ୍ଭ
କୁମ୍ଭ
ବିଭିନ୍ନ ପ୍ରକାର ସୁଖ ସମ୍ଭୋଗ ଓ ବିଳାସବ୍ୟସନ ଦିଗକୁ ମନ ଚାହିଁବ। ନୂତନ ଗୃହ, ଯାନବାହନ, ଯାନ୍ତ୍ରିକ ଜିନିଷ, ଧାତୁ ଅଳଙ୍କାର ପ୍ରଭୃତି ମୂଲ୍ୟବାନ ଜିନିଷ ପାଇଁ ମନ ବଳାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଆର୍ଥିକ ସମସ୍ୟା, ମାମଲା, ଜମିଜମା, ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତାରେ ମନ ଅସ୍ଥିର ରହିବ।
ମୀନମୀନ
ଆଜି ଦିନଟିରେ ଅର୍ଥଲାଭ,ସ୍ବାଦିଷ୍ଟ ଭୋଜନ ଏବଂ ବନ୍ଧୁଙ୍କ ଆଦରସୁହାଗ, ମନକୁ ପ୍ରଫୁଲ୍ଲିତ କରି ରଖିବ। ସାଧାରଣ କଥାକୁ କେନ୍ଦ୍ରକରି ପରିବାର ମଧ୍ୟରେ ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ। ସାଙ୍ଗଠନିକ କାର୍ଯ୍ୟରେ ନେତୃତ୍ୱ ନେବେ ଓ ସଭାସମିତିରେ ପ୍ରଶଂସିତ ହେବେ। ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ରବିବାର, ମେ ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। କୃତ୍ତିକା ନକ୍ଷତ୍ରକୁ ଅର୍ଥ ଲାଭ ସହ ଶାରୀରିକ ସୁସ୍ଥତା କାମ କରିବା…

ରାଶିଫଳ: ଶନିବାର, ମେ ୯ ତାରିଖ – Daily Horoscope

ମେଷ ସମ୍ପର୍କୀୟ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ କୌଣସି କାମ ଅଟକି ରହିବନାହିଁ। ବିବାଦୀୟ ଘଟଣାରେ କୌଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ ନାହିଁ। ଦ୍ୱିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri