Posted inRasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ
ପାରିବାରିକ ସ୍ତରରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। ସତର୍କତା ଅଭାବରୁ ହାତ ମୁଠାରୁ ସୁଯୋଗ ଖସିଯିବାର ଆଶଙ୍କା ରହିଛି। ବାଣିଜ୍ୟ, ବ୍ୟବସାୟ, ପ୍ରକାଶନ, ପ୍ରଶାସନ, ଗବେଷଣା କ୍ଷେତ୍ରରେ ଶୁଭଫଳ ପାଇବେ।
ବୃଷ
ବୃଷ
କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଚେଷ୍ଟା କରୁଥିବା କାର୍ଯ୍ୟହାନି କାରଣରୁ ମନରେ ସରସତା ରହିବ ନାହିଁ। ସ୍ନାୟବିକ ଦୁର୍ବଳତା ଅନୁଭବ କରିବା ସହ ଶତ୍ରୁ ଉପଦ୍ରବ କ୍ରମଶଃ ହ୍ରାସ ପାଇବ।
ମିଥୁନ
ମିଥୁନ
କାର୍ଯ୍ୟ ହାସଲ ସକାଶେ ପର ଉପରେ ନିର୍ଭର କରି ଚିନ୍ତାକୁଳ ହେବେ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ଆଗାମୀ ମାଙ୍ଗଳିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବେ। କାର୍ଯ୍ୟବ୍ୟସ୍ତତା କାରଣରୁ ଅଧିକାଂଶ ସମୟ ଅନ୍ୟମନସ୍କ ରହିପାରନ୍ତି।
କର୍କଟ
କର୍କଟ
ଆଶା ଅପୂରଣ ରହିବା କାରଣରୁ ଭାବପ୍ରବଣତା ବୃଦ୍ଧି ପାଇବ। ଭୁଲ୍‌ ବୁଝାମଣାବଶତଃ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ। ଆଗାମୀ ମାଙ୍ଗଳିକ କାର୍ଯ୍ୟ ସକାଶେ ବ୍ୟୟ ଅଟକଳ କରିପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ସି˚ହ
ସି˚ହ
କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ। କ୍ରନିକ ରୋଗଜନିତ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିପାରନ୍ତି। ଆଜିର ପ୍ରତ୍ୟେକ କାର୍ଯ୍ୟ ସ୍ତ୍ରୀ କିମ୍ବା ସ୍ବାମୀଙ୍କ ସହମତିରେ ହେଲେ ଉପକୃତ ହେବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବ।
କନ୍ୟା
ବନ୍ଧୁଙ୍କ ପରାମର୍ଶରେ ତୀର୍ଥାଟନ କଥା ଚିନ୍ତା କରିପାରନ୍ତି। ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ସ୍ତରରେ ଦୁର୍ଭାବନା ବଢି ବଢି ଚାଲିବ। ଏଣେ ବାରମ୍ବାର ଧୋକା ଖାଇ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ନିଜର ଫାଇଦା ହାସଲ ପାଇଁ ଫନ୍ଦିଫିକର କରିବା ଲାଗି ମନ ବଳାଇବେ।
ତୁଳା
ତୁଳା
ଯୁକ୍ତିତର୍କଜନିତ ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ଆବଶ୍ୟକତା ଭରଣା କରିବା ସକାଶେ ଧାର ସୂତ୍ରରେ ଅର୍ଥ ପାଇବେ। ନିଜ ନିଜର ସ୍ବାର୍ଥସାଧନ କରିବା ଉଦ୍ଦେଶ୍ୟରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି। ବନ୍ଧୁଙ୍କ ପ୍ରେରଣାରେ ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ।
ବିଛା
ବିଛା
କଠିନ ଶ୍ରମ ପରିପ୍ରେକ୍ଷୀରେ ଆର୍ଥିକ ପରିସ୍ଥିତିରେ ସୁଧାର ଆସିପାରେ। ସ୍ବାର୍ଥସାଧନ ନୈରାଶ୍ୟରେ ଆତ୍ମୀୟମାନେ କ୍ରମଶଃ ଦୂରେଇ ଯିବେ। ଏଣେ ପାରିବାରିକ ଅସ୍ଥିରତା କାରଣରୁ ସାୟାହ୍ନେ ମନ ଭଲ ରହିବ ନାହିଁ। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିପାରେ।
ଧନୁ
ଧନୁ
ଅପ୍ରିୟ ସତ୍ୟ ଭାଷଣଜନିତ ଅନ୍ୟମାନଙ୍କର ଚକ୍ଷୁଶୂଳ ହେବେ। ଆକସ୍ମିକ ଭାବରେ ଦୂରଯାତ୍ରା ପାଇଁ ପ୍ରସ୍ତୁତି କରିପାରନ୍ତି। କୌଣସି ଆଗନ୍ତୁକଙ୍କ ସହ ତର୍କଜନିତ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ପାରିବାରିକ ସ୍ତରରେ ସ୍ତ୍ରୀଙ୍କ ଚିଡ଼ା ସ୍ବଭାବ ପାଇଁ କ୍ଷୁବ୍ଧ ହେବେ।
ମକର
ମକର
କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମାନସିକ ସ୍ଥିତିକୁ ଦୋହଲାଇ ଦେଇପାରେ। ନିଜ ଚତୁଃପାର୍ଶ୍ୱରେ ଘଟିଯାଉଥିବା ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ।
କୁମ୍ଭ
କୁମ୍ଭ
ଅତୀତକୁ ଧରିବସିଲେ ଏହି ସମୟର ସୁବିଧା, ସୁଯୋଗକୁ ହରାଇବାକୁ ପଡ଼ିବ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟରେ ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
ମୀନମୀନ
ଦେହ ଭଲ ରହିଲେ ମଧ୍ୟ ସାମୟିକ ପୁରାତନ ରୋଗରେ କଷ୍ଟ ପାଇବେ। ଗୋଟିଏ କାମରେ ହାତ ଦିଅନ୍ତୁ କିନ୍ତୁ ଏକାଧିକ କାମରେ ହାତ ଦିଅନ୍ତୁ ନାହିଁ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri