Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ
ଦୈହିକ ଅସୁସ୍ଥତା ସଙ୍ଗକୁ ମାନସିକ ଶିଥିଳତା ନିରୁତ୍ସାହତା ସୃଷ୍ଟି କରିବ। ଅଟକି ରହିଯାଇଥିବା ବୃତ୍ତିଗତ ଧନ୍ଦାକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଆତ୍ମୀୟ ସ୍ବଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ। ସଭାସମିତି, ମନୋରଞ୍ଜନ, କିମ୍ବା କୌଣସି ନୂତନ କର୍ମାରମ୍ଭ କରିବାରେ ବ୍ୟସ୍ତ ରହିପାରନ୍ତି।
ବୃଷ
ବୃଷ
ଅଟକି ରହିଥିବା କାମ ସମ୍ପନ୍ନ କରିବା ସକାଶେ ବ୍ୟସ୍ତତା ବୃଦ୍ଧି ପାଇବ। ଆପଣଙ୍କ ପ୍ରଶଂସା ଓ ପ୍ରତିଷ୍ଠାକୁ ଅନ୍ୟମାନେ ସହି ନ ପାରି ଭିନ୍ନ ମନ୍ତବ୍ୟ ଦେଇପାରନ୍ତି। ସବୁ କାମରେ ଆଗୁଆ ରହିବାରୁ କ୍ଳାନ୍ତି ଅନୁଭବ କରିବେ। ପରିବାରର ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ।
ମିଥୁନ
ମିଥୁନ
ଦିନଭିତରେ ଯେତିକି ଅର୍ଥ ପାଇବେ ତାହାଠାରୁ ଅଧିକ ଖର୍ଚ୍ଚ କରିବାକୁ ପଡ଼ିବ। ଅନ୍ୟମାନଙ୍କ କଥାରେ ଭାସିଯାଇ କାମ କଲେ ପରେ ଅନୁତାପ କରିବାକୁ ପଡ଼ିପାରେ। ସାମାଜିକ କ୍ଷେତ୍ରରେ କେବଳ ବେଠି ଖଟିବା ବ୍ୟତୀତ କିଛି ଲାଭ ହେବନି। ମାତ୍ର ବ୍ୟବସାୟ, ବାଣିଜ୍ୟ ଓ ପ୍ରତିଦ୍ୱନ୍ଦ୍ୱିତା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
କର୍କଟ
କର୍କଟ
ସମସ୍ୟା ରହିଲେ ମଧ୍ୟ ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା ସାନ୍ତ୍ୱନା ପ୍ରଦାନରେ ସହାୟକ ହେବ। ଆପଣଙ୍କୁ କୌଣସି ବନ୍ଧୁ ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନରେ ଅଭିଯୋଗ ଆସିପାରେ। ଘରୋଇ କଥାରେ କିଛି ମତ ପାର୍ଥକ୍ୟ ସୃଷ୍ଟିଜନିତ ମାନସିକ ଦ୍ୱନ୍ଦ୍ୱର ଆଶଙ୍କା ରହିଛି।
ସି˚ହ
ସି˚ହ
ଅର୍ଥସଂକଟ କେତେକ ଗୁରୁତ୍ୱପୂର୍ଣ୍ଣ କାମରେ ଅନ୍ତରାୟ ସୃଷ୍ଟି କରିବ। କୌଣସି ସମ୍ପର୍କୀୟାଙ୍କ ସହ ଉଚ୍ଚବାଚ୍ଚ ଜନିତ କଳହର ସୂଚନାକୁ ଏଡ଼ି ହେବନାହିଁ। ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ପାଇବା କଷ୍ଟକର ହୋଇପାରେ। କର୍ମକ୍ଷେତ୍ରରେ ମଧ୍ୟ ପରିସ୍ଥିତି ବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାପାଇଁ ବାଧ୍ୟ ହେବେ।
କନ୍ୟା
ନିଜଲୋକଙ୍କ ତରଫରୁ କିମ୍ବା ପାଖପଡ଼ୋଶୀଙ୍କ ବାକ୍ୟବାଣରେ ଅତିଷ୍ଠ ହୋଇପାରନ୍ତି। ରୋଗୀଣା ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ଥିତି, କର୍ମକ୍ଷେତ୍ର, ବ୍ୟବସାୟିକ ସ୍ଥିତି, ପାରିବାରିକ ଜୀବନ ଗତାନୁଗତିକ ରୀତିରେ ଗଡ଼ିଚାଲିବ। ହସ୍ତା ନକ୍ଷତ୍ର ପାଇଁ ଦିନଟି ଅନୁକୂଳ ରହିବ, ଅର୍ଥ ଓ ସମ୍ମାନ ପାଇବେ ।
ତୁଳା
ତୁଳା
ଭଲ ଓ ମନ୍ଦର ମିଶ୍ରିତ ଫଳାନୁଭୂତି ମଧ୍ୟରେ ଦିନଟି କଟିବ। ଯେତିକି ଆଶା ଓ ଆଗ୍ରହ ନେଇ ବନ୍ଧୁଙ୍କ କାମରେ ବାହାରିଥିଲେ ଫେରିବା ବେଳକୁ ଆଉ ତାହା ନ ଥିବ। ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ, ଫଳରେ ମନ ହାଲୁକା ହୋଇଯିବ। ବୈଷୟିକ କ୍ଷେତ୍ରରେ ଯାହା ଆଶା କରୁଥିଲେ କିଛି ପରିମାଣରେ ଅବଶ୍ୟ ପାଇବେ।
ବିଛା
ବିଛା
ଏକ ଭିନ୍ନ ପରିବେଶରେ ପରିସ୍ଥିତି ବଦଳିଯିବ, ଯାହା କି ଆପଣଙ୍କ ସକାଶେ ରୁଚିକର ହୋଇପାରେ। ଯେତେ କାମ କଲେ ମଧ୍ୟ ସମ୍ପର୍କୀୟମାନେ ଦୂରେଇ ରହୁଥିବାର ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ନାନା ସମସ୍ୟାରେ ପଡ଼ି ବିଚଳିତ ହୋଇପାରନ୍ତି। କଳା, ସାହିତ୍ୟ ଓ ବନ୍ଧୁ ମିଳନ କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।
ଧନୁ
ଧନୁ
ଭାଙ୍ଗି ପଡ଼ିଥିବା ସମ୍ପର୍କକୁ ପୁନଃ ଯୋଡ଼ିବା ସକାଶେ ଚେଷ୍ଟା କରି କିଛି ଲାଭ ପାଇବେ ନାହିଁ। ଶିଳ୍ପ,ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଉନ୍ନତି କରିବେ। ଦୀର୍ଘ ଦିନରୁ ଭିତରେ ଭିତରେ କୁହୁଳୁଥିବା ପାରିବାରିକ ସମସ୍ୟାର ସରଳ ସମାଧାନ ଆଶା ମଉଳି ଯାଇପାରେ। ଯାନବାହନ ଚଳାଚଳରେ ଦେଖିଚାହିଁ ପଦକ୍ଷେପ ନିଅନ୍ତୁ।
ମକର
ମକର
କର୍ମକ୍ଷେତ୍ରରେ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ଭାବାବେଗକୁ ରୋକିପାରିବେ ନାହିଁ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ, ମାତ୍ର ବହୁତ ତକଲିପି ସହିବାକୁ ପଡ଼ିବ। ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ, କିନ୍ତୁ ମନଟା କାହିଁକି ଅଜଣା ଆଶଙ୍କାରେ ଉଦ୍‌ବେଳିତ ହୋଇପାରେ। ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
କୁମ୍ଭ
କୁମ୍ଭ
ନିଜର ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦ ଭିତରକୁ ଟାଣି ହୋଇପାରନ୍ତି। ଗତକାଲିର କୌଣସି ଘଟଣାକୁ ନେଇ ଆଜି ମନଟା ଭାରାକ୍ରାନ୍ତ ରହିବ। ସବୁ କାମ ନିରୁତ୍ସାହିତ ଭାବେ କରିବେ ଏବଂ କୌଣସିଥିରେ ଆନ୍ତରିକତା ନ ଥିବ। ଶାରୀରିକ ଅସୁସ୍ଥତା ମଧ୍ୟ ଏହାର ଏକ କାରଣ ହେଇପାରେ।
ମୀନମୀନ
ପ୍ରତ୍ୟେକ ଦିଗରୁ ସମୟ ଅନୁକୂଳ ରହିଲେ ମଧ୍ୟ ଆର୍ଥିକ ଅନଟନ ଓ ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଯେତେ ଭାବିଚିନ୍ତି କାମ କଲେ ମଧ୍ୟ ପାରିବାରିକ ପ୍ରତିରୋଧ କେତେକ କାମକୁ ବିଶୃଙ୍ଖଳିତ କରିବ। କର୍ମ କ୍ଷେତ୍ରରେ ସାଧାରଣ ଘଟଣାରେ ବନ୍ଧୁଙ୍କ ସହ କଳହ ଘଟିପାରେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ କିନ୍ତୁ ସମ୍ପୂର୍ଣ୍ଣ ନିରାମୟର ଆଶା ରହିବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?