Posted inRasifala

ରାଶିଫଳ: ସୋମବାର, ମେ ୦୩ ତାରିଖ – Daily Horoscope

ମେଷ
ଉଚ୍ଚସ୍ଥ ରବି ସାଙ୍ଗକୁ କର୍ମସ୍ଥ ଶନି ଓ ଚନ୍ଦ୍ର ସାମାଜିକ ସମ୍ମାନ ଓ ଉଚ୍ଚ ପଦପଦବୀ ପ୍ରଦାନ କରିବେ। ଚେଷ୍ଟା କରୁଥିବା କାମଗୁଡ଼ିକ ସୁବିଧାରେ ଓ ସୁରୁଖୁରୁରେ ହୋଇଯିବ। ଘରେ ବନ୍ଧୁମିଳନ ସହିତ ଖୁସିର ଆସର ଜମିପାରେ। ବାଣିଜ୍ୟ, ବ୍ୟବସାୟ ଦିଗଟି ସନ୍ତୋଷଜନକ ରହିବ।
ବୃଷ
ବୃଷ
ବନ୍ଧୁମାନଙ୍କ ସହ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ଆନୁଷ୍ଠାନିକ କିମ୍ବା ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସାଧାରଣ ଘଟଣାକୁ ଦୁର୍ଘଟଣା ମନେକରିବେ ଓ ଚିନ୍ତିତ ରହିବେ।
ମିଥୁନ
ମିଥୁନ
କର୍ମକ୍ଷେତ୍ରରେ ଉନ୍ନତ ମାନର ଫଳ ପାଇବେ। ଖୋଜୁଥିବା ଜିନିଷ,ଦରକାରୀ କାଗଜପତ୍ର କିମ୍ବା ସରକାରୀ ସୁବିଧା ସହଜରେ ପାଇଯିବେ। ମନୋରଞ୍ଜନ ପ୍ରୀତିପ୍ରଦ ହେବ ଓ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
କର୍କଟ
କର୍କଟ
ଅତୀତ ଘଟଣାର ସମୀକ୍ଷା କରିବା ସାଙ୍ଗକୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣସୂତ୍ରରେ ଅର୍ଥଲାଭ କରିବେ ଏବଂ କଣସି ନୂତନ କର୍ମାରମ୍ଭ କରିପାରନ୍ତି। ନୂତନ ଗୃହୋପଯୋଗୀ ଜମିଜମା ସମ୍ପର୍କୀୟ କଥାରେ ଅଗ୍ରଗତି ଘଟିବ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ।
ସି˚ହ
ସି˚ହ
ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବ୍ୟକ୍ତି ଭୁଲ୍‌ ଧାରଣା ପୋଷଣ କରିପାରେ। ପାରିବାରିକ ସ୍ତରରେ ଅସୁବିଧା ସୃଷ୍ଟି ହେବାର ଲକ୍ଷ୍ୟ କରିବେ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଶିଳ୍ପ, ବାଣିଜ୍ୟ ଓ ଏଜେନ୍‌ଶିପ ଦିଗଟି ଭଲ। ଭଲ କଥାକୁ ବନ୍ଧୁ ଭୁଲ୍‌ ବୁଝିପାରନ୍ତି।
କନ୍ୟା
ଦୀର୍ଘଦିନରୁ କର୍ମକ୍ଷେତ୍ରରେ ରହି ଆସିଥିବା ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ଆଜି ସମାଧାନ ହୋଇଯିବ। ଆର୍ଥିକ ଅନଟନ କାରଣରୁ ମାନସିକ ସ୍ଥିତି ଠିକ୍‌ ରହିନପାରେ। ନିକଟ ସମ୍ପର୍କୀୟମାନଙ୍କ ସନ୍ଦେହଜନକ କାର୍ଯ୍ୟକଳାପ ହେତୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଭଲ ଓ ମନ୍ଦ ମଧ୍ୟରେ ପାରିବାରିିକ ସଦ୍ଭାବ ପ୍ରାୟତଃ ଅକ୍ଷୁଣ୍ଣ ରହିବ।
ତୁଳା
ତୁଳା
ଆଜି ବିଭିନ୍ନ ପ୍ରକାରର କାମଗୁଡ଼ିଏ ହାତକୁ ନେଇ ବିଶ୍ରାମହୀନ କାମ କରିବେ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ମୂଲ୍ୟବାନ୍‌ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ସରକାରୀ ସ୍ତରରେ କାୈଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାମାଜିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ।
ବିଛା
ବିଛା
ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟପାଲଟ ହୋଇଯିବ। ବାରମ୍ବାର ବିଫଳତା ପରେ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ଅନ୍ୟମନସ୍କତା କିମ୍ବା ଅସାବଧାନତା ହେତୁ ସାମୟିକ ଯାତ୍ରାରେ ଅସୁବିଧା ଘଟିପାରେ। ଆଜିର ଅଧିକାଂଶ ସମୟ ବନ୍ଧୁମାନଙ୍କ ସହ ଆଳାପ ଆଲୋଚନାରେ କଟାଇବେ।
ଧନୁ
ଧନୁ
ପ୍ରତ୍ୟେକ କ୍ଷେତ୍ରରେ ସତର୍କତାର ସହ କାମ କରନ୍ତୁ। କାରଣ ଜାଣିଶୁଣି କେତେକ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ଅଫିସିଆଲି କାମରେ ଟେନ୍‌ସନ୍‌ କିିଛି ମାତ୍ରାରେ ବଢ଼ିଯିବ। ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପରିବାର ଓ ପରିବହନରେ ସମସ୍ୟା ଦେଖାଦେଲେ ମଧ୍ୟ ତାହାର ସମାଧାନ ହୋଇଯିବ।
ମକର
ମକର
ଯାତ୍ରାରେ ଜିନିଷ ପତ୍ର ପ୍ରତି ସତର୍କ ରହନ୍ତୁ ଏବଂ ମାଙ୍ଗଳିକ କାମରୁ ଖୁସି ରହିବେ। ବନ୍ଧୁ କରୁଥିବା କାର୍ଯ୍ୟର ବିଳମ୍ବତାକୁ ଲକ୍ଷ୍ୟକରି ବ୍ୟସ୍ତ ହୋଇପଡ଼ିବେ। ଥଣ୍ଡା ଜ୍ୱରଜନିତ ରୋଗରେ ପୀଡ଼ା ବୃଦ୍ଧି ଘଟିବାର ଆଶଙ୍କା ରହିଛି। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ପର କ୍ଷଣରେ ଅନୁତପ୍ତ ହେବେ।
କୁମ୍ଭ
କୁମ୍ଭ
ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ କ୍ଷେତ୍ରରେ ସଫଳତା ହାସଲ କରିବେ। ବନ୍ଧୁଙ୍କ ଜରିଆରେ ମୂଲ୍ୟବାନ୍‌ ଦ୍ରବ୍ୟ ଲାଭରୁ ଖୁସି ହେବେ।
ମୀନମୀନ
ବିଭିନ୍ନ ପ୍ରକାରର କାମରେ କ୍ଷତିର ସାମ୍‌ନା କରି ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେବା ଠିକ୍‌ ହେବ ନାହିଁ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରାର ସୁଯୋଗ ପାଇବେ। ଆଲୋଚନା କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri