Posted inRasifala

ରାଶିଫଳ: ବୁଧବାର, ମେ ୩ ତାରିଖ – Daily Horoscope

ମେଷ
ଆଜିର ଶୁଭଚନ୍ଦ୍ର ଯୋଗୁ କାମଗୁଡ଼ିକ ସୁବିଧାରେ ଓ ସୁରୁଖୁରୁରେ ହୋଇଯିବ। ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ରାଜନୀତି ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି।
ବୃଷ
ବୃଷ
ବନ୍ଧୁମାନଙ୍କ ସହ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବାକୁ ପଡ଼ିପାରେ। ଆନୁଷ୍ଠାନିକ କିମ୍ବା ମାଙ୍ଗଳିକ କାର୍ଯ୍ୟ ସକାଶେ ତପତ୍ରତା ବଢ଼ିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଭୁଲ୍‌ ବୁଝାମଣା ଯୋଗୁ ସାଧାରଣ ଘଟଣାକୁ ଦୁର୍ଘଟଣା ମନେକରିବେ ଓ ଚିନ୍ତିତ ରହିବେ।
ମିଥୁନ
ମିଥୁନ
ପାରିବାରିକଶାନ୍ତି ଏବଂ କାର୍ଯ୍ୟସିଦ୍ଧି ସକାଶେ ଚନ୍ଦ୍ରଙ୍କ କେନ୍ଦ୍ରସଂସ୍ଥାନ ସାହାଯ୍ୟ କରିବ। ଖୋଜୁଥିବା ଜିନିଷ, ଦରକାରୀ କାଗଜପତ୍ର କିମ୍ବା ସରକାରୀ ସୁବିଧା ସହଜରେ ପାଇଯିବେ। ମନୋରଞ୍ଜନ ପ୍ରୀତିପ୍ରଦ ହେବ ଓ ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। କଳା, ସାହିତ୍ୟ, ସଙ୍ଗୀତ ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଆବଶ୍ୟକତା ପୂରଣ ସକାଶେ ଋଣ ସୂତ୍ରରେ ଅର୍ଥଲାଭ କରିବେ ଏବଂ କୌଣସି ନୂତନ କର୍ମାରମ୍ଭର ଯୋଜନା ମଧ୍ୟ କରିବେ। ଗୃହୋପଯୋଗୀ ଜମିଜମା ସମ୍ପର୍କିତ କଥାରେ ଅଗ୍ରଗତି ଘଟିବ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବାର ସୁଯୋଗ ପ୍ରାପ୍ତି ହେବ।
ସି˚ହ
ସି˚ହ
ଅନ୍ୟ କଥାରେ ପ୍ରଭାବିତ ହୋଇ ଭଲ ସମ୍ପର୍କ ଥିବା ବ୍ୟକ୍ତିଟି ଭୁଲ୍‌ ବୁଝିବ। ପାରିବାରିକ ସ୍ତରରେ କିଛି ନା କିଛି ଅସୁବିଧା ସୃଷ୍ଟି ହୋଇପାରେ। ଉତ୍ତରା-ଫାଲଗୁନୀ ନକ୍ଷତ୍ରର ସମସ୍ୟା ସମାଧାନ ହୋଇଯିବ ଓ ଶିଳ୍ପ, ବାଣିଜ୍ୟ, ଏଜେନ୍ସିପରୁ ଖୁସି ରହିବେ। ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
କନ୍ୟା
କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ଆଜି ହିଁ ସମାଧାନ ହୋଇଯିବ। ଆର୍ଥିକ ଅନଟନ ଲାଗି ରହିବା କାରଣରୁ ମାନସିକ ସ୍ଥିତି ଠିକ୍‌ ରହି ନ ପାରେ। ନିକଟ ସମ୍ପର୍କୀୟମାନଙ୍କ ସନ୍ଦେହଜନକ କାର୍ଯ୍ୟକଳାପ ହେତୁ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଭଲ ଓ ମନ୍ଦ ମଧ୍ୟରେ ପାରିବାରିିକ ସଦ୍ଭାବ ପ୍ରାୟତଃ ଅକ୍ଷୁଣ୍ଣ ରହିବ।
ତୁଳା
ତୁଳା
ଆଜି ବିଭିନ୍ନ ପ୍ରକାର କାମ ହାତକୁ ନେଇ ବିଶ୍ରାମହୀନ କାମ କରିବେ। ପରିବାରର ଆବଶ୍ୟକତାକୁ ଉପଲବ୍ଧି କରି ମୂଲ୍ୟବାନ ଜିନିଷ କିଣିବା ସକାଶେ ମନ ବଳାଇ ପାରନ୍ତି। ସରକାରୀ ସ୍ତରରେ କୌଣସି ଖବର ପାଇ ବହୁତ ଖୁସି ହୋଇଯିବେ। ସାମାଜିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ।
ବିଛା
ବିଛା
କର୍ମକ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କଲେ ସବୁ ଓଲଟ ପାଲଟ ହୋଇଯିବ। ବାରମ୍ବାର ବିଫଳତା ପରେ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ଅନୁରାଧା ନକ୍ଷତ୍ର ଜନମଙ୍ଗଳ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି। ଅନ୍ୟମନସ୍କତା କିମ୍ବା ଅସାବଧାନ ହେତୁ ସାମୟିକ ଯାତ୍ରାରେ ଅସୁବିଧା ଘଟିପାରେ।
ଧନୁ
ଧନୁ
ସ୍ଥଗିତକାମକୁ ପୂର୍ଣ୍ଣାଙ୍ଗ କରିବା ପାଇଁ ଅଫିସିଆଲି କାମରେ ଟେନ୍‌ସନ୍‌ କିିଛି ମାତ୍ରାରେ ବଢ଼ିଯିବ। ବିଭିନ୍ନ ପ୍ରକାରର ସମସ୍ୟା ରହିଥିବା କାରଣରୁ ପରିବାରରେ ଅଶାନ୍ତ ପରିସ୍ଥିତି ଉପୁଜିପାରେ। ସାମାଜିକ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି।
ମକର
ମକର
ଆଜିର ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ ନତୁବା କୌଣସି ଜିନିଷ ହଜିଯାଇପାରେ। କ୍ରନିକ୍‌ ରୋଗରେ ପୀଡ଼ା ବୃଦ୍ଧି ଘଟିବାର ଆଶଙ୍କା ରହିଛି। ପୈତୃକ ସମ୍ପତ୍ତିକୁ କେନ୍ଦ୍ର କରି ଭ୍ରାତୃ ସମ୍ପର୍କ ହାନି ଘଟିପାରେ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରି ପରକ୍ଷଣରେ ଅନୁତପ୍ତ ହେବେ।
କୁମ୍ଭ
କୁମ୍ଭ
ପରିସ୍ଥିତିକୁ ସାମ୍‌ନା କରିବାରେ ଅଧୈର୍ଯ୍ୟ ହେବା ସହ ଅଯଥା ଗୁଡ଼ାଏ କଥା ଚିନ୍ତାକରି ମନକୁ ଭାରାକ୍ରାନ୍ତ କରିପାରନ୍ତି। ଅବଶ୍ୟ ସଭା ସମିତି,ବନ୍ଧୁ ଗହଣରେ ପ୍ରଶଂସିତ ହେବେ। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ଶିଳ୍ପ ବାଣିଜ୍ୟ, ବ୍ୟବସାୟ, ପ୍ରଶାସନ କ୍ଷେତ୍ରରେ ସଫଳତା ହାସଲ କରିବେ।
ମୀନମୀନ
ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ଦୂରଯାତ୍ରାର ସୁଯୋଗ ପାଇବେ। ଆଲୋଚନା କ୍ଷେତ୍ରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ପରିବହନ, ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭୁଲ୍‌ ବୁଝାମଣା ଜନିତ ମତଭେଦ କାରଣରୁ ସାଧାରଣ କଥାରେ ବେଶି ବିବ୍ରତ ଅନୁଭବ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମାଧିପ ଭାଗ୍ୟାଧିପ ଦୃଷ୍ଟିରେ ଥିବାରୁ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ। ପରିବର୍ତ୍ତିତ ଜୀବନଶୈଳୀ ଓ ସ୍ବାସ୍ଥ୍ୟ ସଚେତନତା ଅଭାବରୁ ଶାରୀରିକ ସୁସ୍ଥତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଦୁର୍ବଳ…

ରାଶିଫଳ:ଶୁକ୍ରବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି କୋଣଭାବସ୍ଥ ଚନ୍ଦ୍ର ପାପଗ୍ରହ ଯୁକ୍ତ କାରଣରୁ ସନ୍ତାନ ହେତୁକ ଦୁଃଶ୍ଚିନ୍ତା ଲାଗିରହିବ।ରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିନପାରେ। ସ୍ବଗୃହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?