Posted inRasifala

ରାଶିଫଳ: ବୁଧବାର, ନଭେମ୍ବର ୩ ତାରିଖ – Daily Horoscope

ମେଷ
କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆଲୋଚନା ପରିସରରେ ମିଠା କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ। ସାମାଜିକ ସ୍ତରରେ ଗଠନମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟି କାମ ହାସଲ ସକାଶେ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ଆନୁଷ୍ଠାନିକ କ୍ଷେତ୍ରରେ ମିତ୍ର ବନ୍ଧୁଙ୍କ ସହ ଆଲୋଚନାରେ, ଲେଖାପଢ଼ାରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହ ଆଦି ଦିଗରୁ ଲାଭବାନ ହେବେ। ସହକର୍ମୀଙ୍କ ସହିତ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଆର୍ଥିକ ଦିଗରୁ ଦିନଟି ପ୍ରାୟତଃ ଭଲ ରହିବ।
ମିଥୁନ
ମିଥୁନ
ପାରିବାରିକ ସ୍ତରରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ବହୁତ ଦିନରୁ ଅପେକ୍ଷା କରି ପରିଶେଷରେ ଆଜି ପ୍ରତୀକ୍ଷିତ ଖବରଟି ପାଇପାରନ୍ତି। ଶାରୀରିକ ସୁସ୍ଥତା ସଙ୍ଗକୁ ଆର୍ଥିକ ସ୍ଥିତି ମଧ୍ୟ ଭଲ ରହିବ।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଖଳପ୍ରକୃତିର ଲୋକେ ବିରୁଦ୍ଧାଚରଣ କରିପାରନ୍ତି। ତଥାପି ଅନୁକୂଳ ପରିବେଶ ସୃଷ୍ଟି ହେବାରୁ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ଆଗାମୀ ଆନୁଷ୍ଠାନିକ କାମ ସକାଶେ ଘର ସାଜସଜ୍ଜାରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡ଼ି ନିରାଶ ହେବାକୁ ପଡ଼ିପାରେ।
ସି˚ହ
ସି˚ହ
ବାରମ୍ବାର ଚେଷ୍ଟା କରିବା ପରେ କୌଣସି ନୂତନ କାର୍ଯ୍ୟରେ ହାତଦେଇ ସଫଳତା ପାଇବେ। ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ନିଜଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। କର୍ମକ୍ଷେତ୍ରରେ ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ। ବ୍ୟୟ ବୃଦ୍ଧି ଯୋଗୁ କିମ୍ବା ପରିବହନରେ ସମସ୍ୟା ଯୋଗୁ ବ୍ୟସ୍ତ ହେବେ।
କନ୍ୟା
ଆକସ୍ମିକ କୌଣସି ଅସୁବିଧା ଜନକସ୍ଥିତି ଉପୁଜିବାରୁ ଆଜିର ଯାତ୍ରା କୌଣସି କାରଣରୁ ସ୍ଥଗିତ ରହିଯାଇପାରେ। ହଠାତ୍‌ ପୁରାତନ ରୋଗର ପୀଡ଼ା ଅନୁଭବ ମାନସିକ ଅଶାନ୍ତିର କାରଣ ହେବ। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବାର ସୌଭାଗ୍ୟ ଅର୍ଜନ କରିବେ।
ତୁଳା
ତୁଳା
ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡିକ ଠିକ୍‌ ଠିକ୍‌ ହୋଇଯିବ। ତଥାପି କେତେକ କ୍ଷେତ୍ରରେ ଇଚ୍ଛା ବିରୁଦ୍ଧରେ କାମ କରିବାକୁ ପଡ଼ିପାରେ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ।
ବିଛା
ବିଛା
ସହକର୍ମୀଙ୍କ ସହ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ପାରିବାରିିକ ସମସ୍ୟାର ମଧ୍ୟ ସରଳ ସମାଧାନ କରିବାରେ ସମର୍ଥ ହେବେ। କିନ୍ତୁ କର୍ମକ୍ଷେତ୍ରରେ ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ ଓ ନିର୍ମାଣ, ଆଲୋଚନା, ସଭା ସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ।
ଧନୁ
ଧନୁ
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ହୁଅନ୍ତୁ ନାହିଁ, ଯାହା କି ସମସ୍ୟାର କାରଣ ହୋଇପାରେ। ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି। ସାଧାରଣ କଥାକୁ କେନ୍ଦ୍ରକରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ।
ମକର
ମକର
ଅଫିସରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ବନ୍ଧୁଙ୍କ ନିକଟରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇ ଖୁସୀ ହେବେ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ। ବନ୍ଧୁଙ୍କ ସହ ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ। ଆର୍ଥତ୍କ ଦୁରବସ୍ଥା କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାମ ନ ହୋଇପାରିବା କାରଣରୁ ବ୍ୟଥିତ ହେବ। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣ ଭିତରେ ରହିବ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ନିଜ ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଫେବୃଆରୀ ୧୮ ତାରିଖ – Daily Horoscope

ମେଷ ଏକାଦଶ ସ୍ଥାନରେ ପଞ୍ଚଗ୍ରହକୂଟ କୋଣଭାବକୁ ପ୍ରଭାବିତ କରି ଶିକ୍ଷା, ସନ୍ତାନ, ବନ୍ଧୁସମ୍ପର୍କ ଏବଂ ଆଲୋଚନାରେ ସମସ୍ୟା ସୃଷ୍ଟି କରିପାରନ୍ତି। ଶନିଙ୍କ ଦୃଷ୍ଟି ଦ୍ୱିତୀୟଭାବକୁ ରହିଥିବାରୁ ଧନହାନି…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri