Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୩ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ରର କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ମଉଜିଆ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି । ବିଭିନ୍ନ କ୍ଷେତ୍ରରେ ମତାନ୍ତରଜନିତ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ରର ସ୍ବାସ୍ଥ୍ୟହାନିଜନିତ ପୀଡ଼ା ସଙ୍ଗେ ସଙ୍ଗେ ଆତ୍ମୀୟଙ୍କ ପାଇଁ ଚିନ୍ତା ବଢିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବାର ସୂଚନା ରହିଛି। ଦୀର୍ଘଦିନର ଆଶା ମଉଳି ଯାଇପାରେ ଯାହାକି ଦୁଶ୍ଚିନ୍ତାର କାରଣ ପାଲଟିଯିବ।
ମିଥୁନ
ମିଥୁନ
ସଚେତନତା ଅଭାବରୁ ସ୍ବାସ୍ଥ୍ୟସମସ୍ୟା ଉଦ୍‌ବେଗଜନକ ହୋଇପାରେ । ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ବନ୍ଧୁମାନଙ୍କ ସହାୟତାରେ ସମାଧାନ କରିପାରନ୍ତି। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ଆରଦ୍ରା ନକ୍ଷତ୍ର ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ତଥାପି ଅନୁକୂଳ ପରିବେଶ ସୃଷ୍ଟି ହେବାରୁ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ପୁଷ୍ୟା ନକ୍ଷତ୍ର ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ନିଜ ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ସହକର୍ମୀଙ୍କ ସାହାଯ୍ୟ ନେଇ ସଫଳତା ହାସଲ କରିବେ। ଈର୍ଷାପରାୟଣବଶତଃ ନିଜଲୋକ କେହି ହଇରାଣ କରିବାକୁ ଚେଷ୍ଟା କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଉତ୍ତରାଫାଲଗୁନୀର ବ୍ୟୟ ବୃଦ୍ଧି କିମ୍ବା ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ ।
କନ୍ୟା
ସବୁକିଛି ଠିକ୍‌ଠାକ୍‌ ରହିଥିଲେ ମଧ୍ୟ ଆଜିର ଯାତ୍ରା କୌଣସି କାରଣରୁ ସ୍ଥଗିତ ରହିଯାଇପାରେ। ଚିତ୍ରା ନକ୍ଷତ୍ର ହଠାତ୍‌ ପୁରାତନ ରୋଗର ପୀଡ଼ା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବାର ସମ୍ଭାବନା ରହିଛି ।
ତୁଳା
ତୁଳା
ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ଠିକ୍‌ଠାକ୍‌ ହୋଇଯିବ। ତଥାପି କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରିବାକୁ ପଡ଼ିପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି। ସ୍ବାତୀ ନକ୍ଷତ୍ର ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭକରି ବିଶେଷ ଆନନ୍ଦ ଅନୁଭବ କରିବେ।
ବିଛା
ବିଛା
ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଅନୁରାଧା ନକ୍ଷତ୍ର ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ ଓ ନିର୍ମାଣ, ଆଲୋଚନା, ସଭାସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ। କଳା ସାହିତ୍ୟ ଓ ସାମ୍ବାଦିକତାରେ ସମସ୍ୟା ଅମୀମାଂସିତ ରହିପାରେ।
ଧନୁ
ଧନୁ
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ମୁଳା ନକ୍ଷତ୍ର ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ସ୍ବତନ୍ତ୍ର ନିମନ୍ତ୍ରଣ କ୍ରମେ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଶଂସିତ ହେବାର ସୌଭାଗ୍ୟ ଅର୍ଜନ କରିପାରନ୍ତି।
ମକର
ମକର
ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ନିକଟରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କୌଶଳ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ। ପୂର୍ବଭାଦ୍ରପଦ ନକ୍ଷତ୍ରର ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri