Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୩ ତାରିଖ – Daily Horoscope

ମେଷ
ଅଶ୍ୱିନୀ ନକ୍ଷତ୍ରର କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ମଉଜିଆ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି । ବିଭିନ୍ନ କ୍ଷେତ୍ରରେ ମତାନ୍ତରଜନିତ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ରର ସ୍ବାସ୍ଥ୍ୟହାନିଜନିତ ପୀଡ଼ା ସଙ୍ଗେ ସଙ୍ଗେ ଆତ୍ମୀୟଙ୍କ ପାଇଁ ଚିନ୍ତା ବଢିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଆଳସ୍ୟ ଓ ଅବହେଳା ପ୍ରଦର୍ଶନ କରି ସମାଲୋଚିତ ହେବେ। ବାଣିଜ୍ୟ ଓ ପରିବହନାଦି ବିଭିନ୍ନ ଦିଗରୁ ଲାଭବାନ ହେବାର ସୂଚନା ରହିଛି। ଦୀର୍ଘଦିନର ଆଶା ମଉଳି ଯାଇପାରେ ଯାହାକି ଦୁଶ୍ଚିନ୍ତାର କାରଣ ପାଲଟିଯିବ।
ମିଥୁନ
ମିଥୁନ
ସଚେତନତା ଅଭାବରୁ ସ୍ବାସ୍ଥ୍ୟସମସ୍ୟା ଉଦ୍‌ବେଗଜନକ ହୋଇପାରେ । ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ବନ୍ଧୁମାନଙ୍କ ସହାୟତାରେ ସମାଧାନ କରିପାରନ୍ତି। ପରିବାରରେ ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍‌ଧ ହେବେ। ଆରଦ୍ରା ନକ୍ଷତ୍ର ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ତଥାପି ଅନୁକୂଳ ପରିବେଶ ସୃଷ୍ଟି ହେବାରୁ ପରିସ୍ଥିତିର ମୁକାବିଲା କରିବାରେ ସମର୍ଥ ହେବେ। ପୁଷ୍ୟା ନକ୍ଷତ୍ର ବନ୍ଧୁଙ୍କ ପ୍ରହେଳିକାପୂର୍ଣ୍ଣ କଥା ଶୁଣି ମରୀଚିକା ପଛରେ ଦୌଡିପାରନ୍ତି। ନିଜ ପରିସରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ ।
ସି˚ହ
ସି˚ହ
କୌଣସି ନୂତନ କାର୍ଯ୍ୟରେ ସହକର୍ମୀଙ୍କ ସାହାଯ୍ୟ ନେଇ ସଫଳତା ହାସଲ କରିବେ। ଈର୍ଷାପରାୟଣବଶତଃ ନିଜଲୋକ କେହି ହଇରାଣ କରିବାକୁ ଚେଷ୍ଟା କରିବେ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଉତ୍ତରାଫାଲଗୁନୀର ବ୍ୟୟ ବୃଦ୍ଧି କିମ୍ବା ପରିବହନରେ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ପାଇବ ।
କନ୍ୟା
ସବୁକିଛି ଠିକ୍‌ଠାକ୍‌ ରହିଥିଲେ ମଧ୍ୟ ଆଜିର ଯାତ୍ରା କୌଣସି କାରଣରୁ ସ୍ଥଗିତ ରହିଯାଇପାରେ। ଚିତ୍ରା ନକ୍ଷତ୍ର ହଠାତ୍‌ ପୁରାତନ ରୋଗର ପୀଡ଼ା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ସାହିତ୍ୟ, କଳା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବାର ସମ୍ଭାବନା ରହିଛି ।
ତୁଳା
ତୁଳା
ବନ୍ଧୁଙ୍କ ସହ ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ଠିକ୍‌ଠାକ୍‌ ହୋଇଯିବ। ତଥାପି କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରିବାକୁ ପଡ଼ିପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି କଟୁ ମନ୍ତବ୍ୟ ଦେଇପାରନ୍ତି। ସ୍ବାତୀ ନକ୍ଷତ୍ର ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭକରି ବିଶେଷ ଆନନ୍ଦ ଅନୁଭବ କରିବେ।
ବିଛା
ବିଛା
ପାରସ୍ପରିକ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ। ଅନୁରାଧା ନକ୍ଷତ୍ର ଶୀଘ୍ର ଶେଷ କରିବା ସକାଶେ ଭାବୁଥିବା କାମଟିକୁ ଶେଷ କରିପାରିବେନି। ପରିବହନ ଓ ନିର୍ମାଣ, ଆଲୋଚନା, ସଭାସମିତି ଓ ଚୁକ୍ତିପତ୍ର ପାଇଁ ଦିନଟି ଭଲ। କଳା ସାହିତ୍ୟ ଓ ସାମ୍ବାଦିକତାରେ ସମସ୍ୟା ଅମୀମାଂସିତ ରହିପାରେ।
ଧନୁ
ଧନୁ
ଆକସ୍ମିକ ଭାବରେ ଉଚ୍ଚବର୍ଗଙ୍କ ସାହାଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ। ମୁଳା ନକ୍ଷତ୍ର ପଡ଼ୋଶୀଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି । ସ୍ବତନ୍ତ୍ର ନିମନ୍ତ୍ରଣ କ୍ରମେ ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଶଂସିତ ହେବାର ସୌଭାଗ୍ୟ ଅର୍ଜନ କରିପାରନ୍ତି।
ମକର
ମକର
ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ। ଶ୍ରବଣା ନକ୍ଷତ୍ର ବନ୍ଧୁଙ୍କ ନିକଟରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ।
କୁମ୍ଭ
କୁମ୍ଭ
ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । କୌଶଳ ଖଟାଇ କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ। ବାଦବିବାଦ କ୍ରମେ ଜଟିଳ ହେବ କିନ୍ତୁ ଆପଣ ସଫଳତା ହାସଲ କରିବେ। ପୂର୍ବଭାଦ୍ରପଦ ନକ୍ଷତ୍ରର ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ଘଟଣାଗୁଡିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ। ଅଫିସରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପାରନ୍ତି। ଅପୂରଣୀୟ ଅଭିଳାଷ ନେଇ ନୈରାଶ୍ୟଜନିତ ଦୁଃଖ ଅନୁଭବ କରିବେ। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri