Posted inRasifala

ରାଶିଫଳ: ରବିବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ
ଦ୍ୱିଜା ନକ୍ଷତ୍ର ଗତକାଲିର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ, ଟେନସନ୍‌ କିଛି ମାତ୍ରାରେ କମିଯିବ। ନିଜ ଲୋକମାନଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ପାଇପାରନ୍ତି। ସଭାସମିତି, ସଙ୍ଗଠନ, ରାଜନୀତି କ୍ଷେତ୍ରରେ ଉନ୍ନତ ମାନର ସୁଫଳ ପାଇବେ। ଆଲୋଚନା ପରିସରରେ ବୃଥା ତର୍କ ନ କରି ଯୁକ୍ତି ବିବାଦଠାରୁ ଦୂରେଇ ରହିବା ଭଲ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କଲେ ସୁଫଳ ପାଇବେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ପାଇବେ। ଆଜି ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ବିବାଦୀୟ ପାରିବାରିକ ଜଞ୍ଜାଳ କିମ୍ବା ବ୍ୟବସାୟିକ ସମସ୍ୟା ବୃଦ୍ଧି ପାଇପାରେ।
ମିଥୁନ
ମିଥୁନ
ଚନ୍ଦ୍ରଙ୍କ ପ୍ରଭାବରୁ ମିଠା କଥା କହି ପରିସ୍ଥିତି ନିୟନ୍ତ୍ରଣ କରିବାରେ ସମର୍ଥ ହେବେ। ବ୍ୟବସାୟରେ ଉନ୍ନତି କରିବେ। ଋଣ ପରିଶୋଧର ମାର୍ଗ ଉନ୍ମୁକ୍ତ ନୁହେଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତ କ୍ଷେତ୍ରରେ ସମସ୍ୟା ସମାଧାନରେ ସଫଳହେବେ। ଦୂରାଗତ ବନ୍ଧୁଙ୍କ ସହାୟତାରେ ମୂଲ୍ୟବାନ୍‌ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ଚନ୍ଦ୍ର ହେତୁ ସ୍ବାସ୍ଥ୍ୟରେ ବିଶେଷ ଉନ୍ନତି ଘଟିବ, କିନ୍ତୁ ମଙ୍ଗଳ ପ୍ରଭାବରେ କର୍ମକ୍ଷେତ୍ର ସନ୍ତୋଷଜନକ ରହିନପାରେ। ଭୁଲ୍‌ ବୁଝାମଣା ହେତୁ ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି। ଶୀଘ୍ର କାମ ସମ୍ପନ୍ନ ସକାଶେ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିବେ। ପଡ଼ୋଶୀଙ୍କ ସାଧାରଣ କଥାକୁ କେନ୍ଦ୍ର କରି ବିବ୍ରତ ଅନୁଭବ କରିବେ।
ସି˚ହ
ସି˚ହ
ଆର୍ଥିକ ସ୍ବଚ୍ଛଳତା ନ ରହିବା କାରଣରୁ ମାନସିକ ଶାନ୍ତି ବ୍ୟାହତ ହେବ। କର୍ମକ୍ଷେତ୍ରରେ ଯାହା କଲେ ମଧ୍ୟ ସୁଫଳ ମିଳିବ ନାହିଁ ବରଂ ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ମଘାର ବ୍ୟବସାୟ ବହୁମୁଖୀ ଆକାର ଧାରଣ କରିବ, କିନ୍ତୁ ଲାଭର ମାତ୍ରା ବଢ଼ିବ ନାହିଁ। ହିତୈଷୀଙ୍କ ଦ୍ୱାରା ପ୍ରଭାବିତ ହୋଇ ଧର୍ମଚର୍ଚ୍ଚା ପ୍ରତି ମନ ବଳିପାରେ।
କନ୍ୟା
ପାରିବାରିକ ଜୀବନରେ ଉପଯୁକ୍ତ ବୁଝାମଣା ହେବାରୁ ଆଶ୍ୱସ୍ତି ଅନୁଭବ କରିବେ। ବନ୍ଧୁମାନେ ସହଯୋଗର ପ୍ରତିଶ୍ରୁତି ଦେଇ ଠିକ୍‌ ସମୟରେ ଦୂରେଇଯିବେ। ଚିତ୍ରା ନକ୍ଷତ୍ରର ଆମତ୍ୀୟସ୍ବଜନଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତା ବଢ଼ିପାରେ, ଅବଶ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ। ଆଇନ ଅଦାଲତରୁ ସୁଫଳ ପାଇ ସମସ୍ୟା ସମାଧାନ ହୋଇଯିବ।
ତୁଳା
ତୁଳା
ଅନ୍ୟକୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି। ସ୍ବାତୀ ନକ୍ଷତ୍ର ସଭାସମିତିରେ ଯୋଗ ଦେଇ ପ୍ରଶଂସା ପାଇବା ସହ ଲାଭବାନ୍‌ ହେବେ। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ। ଆକସ୍ମିକ ଆବଶ୍ୟକତା କାରଣରୁ ହଠାତ୍‌ ଅନେକ ଟଙ୍କା ଖର୍ଚ୍ଚକରି ଦୁଃଖିତ ହେବେ।
ବିଛା
ବିଛା
ଅଧିକାଂଶ ସମୟ ଭୁଲ୍‌ ବୁଝାମଣା ଓ ଲଘୁ କ୍ରୋଧ କାରଣରୁ ସୁଯୋଗ ହାତମୁଠାରୁ ଖସିଯାଇପାରେ। ମନକଥା ମନରେ ମାରି ରହିବେ ସିନା, ମୁହଁ ଖୋଲିବାର ରାସ୍ତା ପାଇବେ ନାହିଁ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକର ସମ୍ମୁଖୀନ ହୋଇପାରନ୍ତି। ଅନୁରାଧା ନକ୍ଷତ୍ର ସ୍ବାସ୍ଥ୍ୟ ପ୍ରତି ଅବହେଳା ଦୁଶ୍ଚିନ୍ତାକୁ ବୃଦ୍ଧି କରିବ।
ଧନୁ
ଧନୁ
ଆଜି ସହକର୍ମୀଙ୍କ ସହଯୋଗ ଲାଭକରି ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବେ। ପାରିବାରିିକ ଜଞ୍ଜାଳ ବୃଦ୍ଧି ପାଇପାରେ, ତଥାପି ପଛକୁ ଫେରିବାର ଉପାୟ ନଥିବ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦେହ ଭଲ ରହିଲେ ମଧ୍ୟ ରକ୍ତଚାପ କିମ୍ବା ଡାଇବେଟିସ୍‌ ରୋଗରେ କଷ୍ଟ ପାଇପାରନ୍ତି।
ମକର
ମକର
ଯେତେ ସୁବିଧାରେ ଚଳିବା ପାଇଁ ଚେଷ୍ଟା କଲେ ମଧ୍ୟ ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଅନୁଭବ କରିବେ। ପରୋକ୍ଷ ଶତ୍ରୁତା ଯୋଗୁ କର୍ମକ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେବ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ରହିବ। ମନୋରଞ୍ଜନ ପାଇଁ ମନ ଥିଲେ ମଧ୍ୟ ଆର୍ଥିକ ଅବସ୍ଥା ଯୋଗୁ ହୋଇପାରିବ ନାହଁ।
କୁମ୍ଭ
କୁମ୍ଭ
ସାହାଯ୍ୟ ସହଯୋଗ ଅଭାବରୁ ଚେଷ୍ଟା କରୁଥିବା କାମରେ ଆଂଶିକ ସଫଳତା ପାଇବେ। ସାହିତ୍ୟ, କଳା ଓ ରଚନାମତ୍କ କାମରେ ଉଚ୍ଚ ପ୍ରଶଂସା ପାଇବାର ସୁଯୋଗ ଜୁଟିବ, ତଥାପି ନିକଟସ୍ଥ ବନ୍ଧୁମାନେ ଖୁସି ହେବେନାହିଁ। ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପିଲାଙ୍କ ବିଶୃଙ୍ଖଳିତ ଆଚରଣରେ କ୍ଷୁବ୍ଧ ହେବେ।
ମୀନମୀନ
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ଚେଷ୍ଟା କରୁଥିବା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପଡ଼ୋଶୀଙ୍କ ସହାୟତାରେ ହଜି ଯାଇଥିବା ଜିନିଷର ଖୋଜ ଖବର ପାଇପାରନ୍ତି। ଅର୍ଥାଭାବ ଓ ପାରିବାରିକ ସମସ୍ୟା ହେତୁ ଉଦାସୀନ ରହିବେ। ଜମିଜମା କାରବାର, ଆଲୋଚନା, ସଭାସମିତି, କଳା, ସାହିତ୍ୟାଦି କ୍ଷେତ୍ରରେ ସୁଫଳ ପାଇବାର ଆଶା ରହିଛି ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର , ଅକ୍ଟୋବେର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ରଙ୍କ ସୁପ୍ରଭାବରେ ମାନସିକ ସନ୍ତୁଳନ ରକ୍ଷା କରିବାରେ ଅସମର୍ଥ ହେବେ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ହେବ, କିନ୍ତୁ ଯଦି…

ରାଶିଫଳ: ସୋମବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଆପଣଙ୍କ କଠୋରକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହିବେ। ଅଶ୍ୱିନୀ…

ରାଶିଫଳ: ରବିବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ନୀଚାରୋହୀ ଶନିଙ୍କ ଦୃଷ୍ଟିରେ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବନାହିଁ। କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅସ୍ବାସ୍ଥ୍ୟକର ରହିପାରେ। ବିବାଦୀୟ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?