Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ସମସ୍ୟା ଅବଶ୍ୟ ରହିବ, କିନ୍ତୁ ଦୃଢ଼ ମନୋବଳ ହେତୁ କିଛି ଅସୁବିଧା ହେବନାହିଁ । ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଥିଲେ ମଧ୍ୟ ନୂତନ ଯୋଜନା ସକାଶେ ମନ ବଳାଇ ସଫଳତା ପାଇବେ। କୃତ୍ତିକା ନକ୍ଷତ୍ରର ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ରର ମାନସିକ ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସାମାଜିକ ସ୍ତରରେ ସମ୍ମାନ ପାଇବେ, ଯାହାକି ଆପଣଙ୍କୁ ଆଗକୁ ବଢ଼ିବାରେ ସାହାଯ୍ୟ କରିବ । କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ ।
ମିଥୁନ
ମିଥୁନ
ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱୀମାନେ ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି, ଯାହାକି କଳହର କାରଣ ହୋଇପାରେ । ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ନିଅନ୍ତୁ। ଆରର୍ଦ୍ରାର ପାଖରେ ପାଇ ପାରି ନ ଥିବା ଫାଇଲ୍‌ପତ୍ର ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ଆଜି ଯାହା କରନ୍ତୁ ନା କାହିଁକି, ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ଏଥିପାଇଁ ବହୁତ ଶ୍ରମ ଓ ସମୟ ବିନିଯୋଗ କରିବାକୁ ପଡ଼ିବ । ପୁନର୍ବସୁ ନକ୍ଷତ୍ରର କର୍ମକ୍ଷେତ୍ରରେ ତଥା ବନ୍ଧୁଙ୍କ ମଧ୍ୟରେ ପ୍ରଶଂସିତ ହେବେ। ପରିବାରରେ କୌଣସି ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ର ଭଲ ରହିବ, ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପୂର୍ବାଫାଲଗୁନୀ ପ୍ରତ୍ୟେକ କ୍ଷେତ୍ରରେ ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କନ୍ୟା
ବିଭିନ୍ନ ପ୍ରତିବନ୍ଧକ କାରଣରୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, କୌଣସି କାରଣ ନ ଥାଇ ଅନ୍ୟମାନେ ଦୋଷ ଦେଇପାରନ୍ତି। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ପାଖ ମାଡ଼ିବ ନାହିଁ। ଚିତ୍ରା ନକ୍ଷତ୍ରର ବ୍ୟବସାୟରେ ଲାଭ ଅପେକ୍ଷା କ୍ଷତି ଅଧିକ ହେବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ଅବଶ୍ୟ ଏହି ଦିଗରେ ଜଣେ ବୁଦ୍ଧିଜୀବୀ ସାହାଯ୍ୟ ସହଯୋଗ କରିବେ। କାର୍ଯ୍ୟ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ସ୍ବାତୀ ନକ୍ଷତ୍ର ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ବିଛା
ବିଛା
ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜିଯାଇପାରେ। କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କାମ ହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଜ୍ୟେଷ୍ଠା ନକ୍ଷତ୍ର ସମ୍ପର୍କୀୟମାନେ ମିତ୍ରତା ସ୍ଥାପନ କରିବା ସକାଶେ ମନ ବଳାଇପାରନ୍ତି।
ଧନୁ
ଧନୁ
ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଉତ୍ତରାଷାଢ଼ା ନକ୍ଷତ୍ର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବିବାଦୀୟ ଘଟଣାରେ, ପରିବହନରେ, ବ୍ୟବସାୟରେ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପ୍ରତି ଆଗ୍ରହୀ ହେବେ।
ମକର
ମକର
ସାମାନ୍ୟ ଅସୁସ୍ଥତା ଜନିତ କାରଣରୁ ମନଟା ଭଲ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ, କଳା, ସାହିତ୍ୟ, ପରିବହନରେ ସମସ୍ୟା ସମାଧାନ ହୋଇଯିବ। ଶ୍ରବଣା ନକ୍ଷତ୍ର ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାଜନକ ହୋଇ ପାରୁଛି ଆପଣଙ୍କ ପାଇଁ ତାହା ନ ହେବା କାରଣରୁ ଚିନ୍ତା କରିବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମ୍ପର୍କୀୟଙ୍କ ସହାୟତା ନେଇପାରନ୍ତି। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବେ। ପୂର୍ବଭାଦ୍ରବ ନକ୍ଷତ୍ର କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। ଇଚ୍ଛା ନ ଥିଲେ ମଧ୍ୟ ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ଅଫିସ୍‌ କାମରେ କିମ୍ବା ରାଜନୈତିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ। ରେବତୀ ନକ୍ଷତ୍ର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ...

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ...

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri