Posted inRasifala

ରାଶିଫଳ: ଶନିବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ସମସ୍ୟା ଅବଶ୍ୟ ରହିବ, କିନ୍ତୁ ଦୃଢ଼ ମନୋବଳ ହେତୁ କିଛି ଅସୁବିଧା ହେବନାହିଁ । ଅଫିସରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ଥିଲେ ମଧ୍ୟ ନୂତନ ଯୋଜନା ସକାଶେ ମନ ବଳାଇ ସଫଳତା ପାଇବେ। କୃତ୍ତିକା ନକ୍ଷତ୍ରର ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ବୃଷ
ବୃଷ
ରୋହିଣୀ ନକ୍ଷତ୍ରର ମାନସିକ ଶାନ୍ତି ପାଇବେ। ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସାମାଜିକ ସ୍ତରରେ ସମ୍ମାନ ପାଇବେ, ଯାହାକି ଆପଣଙ୍କୁ ଆଗକୁ ବଢ଼ିବାରେ ସାହାଯ୍ୟ କରିବ । କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହେବେ ।
ମିଥୁନ
ମିଥୁନ
ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱୀମାନେ ସମସ୍ୟାକୁ ବଢ଼ାଇ ଦେଇପାରନ୍ତି । ପ୍ରତ୍ୟେକ କ୍ଷେତ୍ରରେ ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି, ଯାହାକି କଳହର କାରଣ ହୋଇପାରେ । ପିଲାଙ୍କ ଅଭିଯୋଗକୁ ଗୁରୁତର ସହ ନିଅନ୍ତୁ। ଆରର୍ଦ୍ରାର ପାଖରେ ପାଇ ପାରି ନ ଥିବା ଫାଇଲ୍‌ପତ୍ର ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ଆଜି ଯାହା କରନ୍ତୁ ନା କାହିଁକି, ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ଏଥିପାଇଁ ବହୁତ ଶ୍ରମ ଓ ସମୟ ବିନିଯୋଗ କରିବାକୁ ପଡ଼ିବ । ପୁନର୍ବସୁ ନକ୍ଷତ୍ରର କର୍ମକ୍ଷେତ୍ରରେ ତଥା ବନ୍ଧୁଙ୍କ ମଧ୍ୟରେ ପ୍ରଶଂସିତ ହେବେ। ପରିବାରରେ କୌଣସି ବ୍ୟକ୍ତିଙ୍କ ସ୍ବାସ୍ଥ୍ୟ ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ର ଭଲ ରହିବ, ମାତ୍ରାଧିକ ଭ୍ରମଣ ଯୋଗୁ କ୍ଳାନ୍ତି ଅନୁଭବ କରିବେ। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପୂର୍ବାଫାଲଗୁନୀ ପ୍ରତ୍ୟେକ କ୍ଷେତ୍ରରେ ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କନ୍ୟା
ବିଭିନ୍ନ ପ୍ରତିବନ୍ଧକ କାରଣରୁ ସାମୟିକ ବ୍ୟସ୍ତତା ବୃଦ୍ଧି ପାଇବ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, କୌଣସି କାରଣ ନ ଥାଇ ଅନ୍ୟମାନେ ଦୋଷ ଦେଇପାରନ୍ତି। ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମନୋଭାବ ବଦଳିଯିବା କାରଣରୁ ପ୍ରିୟ ବନ୍ଧୁଟି ପାଖ ମାଡ଼ିବ ନାହିଁ। ଚିତ୍ରା ନକ୍ଷତ୍ରର ବ୍ୟବସାୟରେ ଲାଭ ଅପେକ୍ଷା କ୍ଷତି ଅଧିକ ହେବ।
ତୁଳା
ତୁଳା
କର୍ମକ୍ଷେତ୍ରରେ ଦୀର୍ଘ ଦିନରୁ ଲାଗି ରହିଥିବା ସମସ୍ୟା ସମାଧାନ ହେବ। ଅବଶ୍ୟ ଏହି ଦିଗରେ ଜଣେ ବୁଦ୍ଧିଜୀବୀ ସାହାଯ୍ୟ ସହଯୋଗ କରିବେ। କାର୍ଯ୍ୟ କ୍ଷେତ୍ରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ସ୍ବାତୀ ନକ୍ଷତ୍ର ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ।
ବିଛା
ବିଛା
ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜିଯାଇପାରେ। କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ। କାମ ହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଜ୍ୟେଷ୍ଠା ନକ୍ଷତ୍ର ସମ୍ପର୍କୀୟମାନେ ମିତ୍ରତା ସ୍ଥାପନ କରିବା ସକାଶେ ମନ ବଳାଇପାରନ୍ତି।
ଧନୁ
ଧନୁ
ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମାନସିକ ସ୍ଥିତି ଠିକ୍‌ ରହିବ ନାହିଁ। ଉତ୍ତରାଷାଢ଼ା ନକ୍ଷତ୍ର ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବିବାଦୀୟ ଘଟଣାରେ, ପରିବହନରେ, ବ୍ୟବସାୟରେ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପ୍ରତି ଆଗ୍ରହୀ ହେବେ।
ମକର
ମକର
ସାମାନ୍ୟ ଅସୁସ୍ଥତା ଜନିତ କାରଣରୁ ମନଟା ଭଲ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ, କଳା, ସାହିତ୍ୟ, ପରିବହନରେ ସମସ୍ୟା ସମାଧାନ ହୋଇଯିବ। ଶ୍ରବଣା ନକ୍ଷତ୍ର ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିବେ। ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କୁମ୍ଭ
କୁମ୍ଭ
ଅନ୍ୟମାନଙ୍କ ସକାଶେ ଯେତିକି ସହଜ ଓ ସୁବିଧାଜନକ ହୋଇ ପାରୁଛି ଆପଣଙ୍କ ପାଇଁ ତାହା ନ ହେବା କାରଣରୁ ଚିନ୍ତା କରିବେ। ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମ୍ପର୍କୀୟଙ୍କ ସହାୟତା ନେଇପାରନ୍ତି। କେତେକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବେ। ପୂର୍ବଭାଦ୍ରବ ନକ୍ଷତ୍ର କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଦେଖାଦେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ। ଇଚ୍ଛା ନ ଥିଲେ ମଧ୍ୟ ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ଅଫିସ୍‌ କାମରେ କିମ୍ବା ରାଜନୈତିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବ। ରେବତୀ ନକ୍ଷତ୍ର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୭ ତାରିଖ – Daily Horoscope

ମେଷ ଆଜିର ଏକାଦଶସ୍ଥ ଗ୍ରହ ସ୍ଥିତି ପ୍ରଭାବରେ ପରୀକ୍ଷା, ଇଣ୍ଟରଭ୍ୟୁ, ସନ୍ତାନଙ୍କ ଉନ୍ନତି ସାଙ୍ଗକୁ ଆର୍ଥିକକ୍ଷେତ୍ର ଭଲ ରହିବ। କର୍ମମୁଖର ରହିବା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ…

ରାଶିଫଳ: ସୋମବାର, ଫେବୃଆରୀ ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସମସ୍ତ କାର୍ଯ୍ୟ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। କିନ୍ତୁ ଅଶ୍ଳେଷା ସକାଶେ ଯେତେ ଭଲ କଲେ ମଧ୍ୟ ଅନ୍ୟମାନଙ୍କର ଆନ୍ତରିକତା ରହିବନି।…

ରାଶିଫଳ: ରବିବାର, ଫେବୃଆରୀ ୧୫ ତାରିଖ – Daily Horoscope

ମେଷ ଆଜିର କର୍ମଭାବସ୍ଥ ଚନ୍ଦ୍ରମଙ୍ଗଳଯାଗ ଆପଣଙ୍କୁ ଧୈର୍ଯ୍ୟର ସହ କାମ ହାସଲ ଦିଗରେ ସାହାଯ୍ୟ କରିବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଅବ୍ୟାହତ…

ରାଶିଫଳ: ଶନିବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତି ଭଲ ରହିବ। ଆନୁଷ୍ଠାନିକ କାମରେ ବନ୍ଧୁମିଳନ ସହିତ କିଛି ସମୟ ଅତିବାହିତ କରିବାକୁ ପଡ଼ିପାରେ। ବନ୍ଧୁଙ୍କ ସହାୟତାରେ…

ରାଶିଫଳ: ଶୁକ୍ରବାର, ଫେବୃଆରୀ ୧୩ ତାରିଖ – Daily Horoscope

ମେଷ ଆଜିର ନବମସ୍ଥ ଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି, ବନ୍ଧୁ ସମ୍ପର୍କ ଏବଂ କାର୍ଯ୍ୟସିଦ୍ଧି କରାଇବ। କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‍ ସମ୍ଭାବନାକୁ…

ରାଶିଫଳ: ଗୁରୁବାର, ଫେବୃଆରୀ ୧୨ ତାରିଖ – Daily Horoscope

ମେଷ ଆଜି ତ୍ୟାଗସ୍ବୀକାର ପୂର୍ବକ କୌଣସି ସାହାଯ୍ୟପ୍ରାର୍ଥୀଙ୍କୁ ସହାନୁଭୂତି ପ୍ରଦର୍ଶନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନରେ ପ୍ରତିବନ୍ଧକ ଦୂରେଇଯିବ। ସନ୍ତାନଙ୍କ ସ୍ବାସ୍ଥ୍ୟ, ସମ୍ପର୍କୀୟଙ୍କ…

ରାଶିଫଳ: ବୁଧବାର, ଫେବୃଆରୀ ୧୧ ତାରିଖ – Daily Horoscope

ମେଷ ଆଜି ରବିଙ୍କ ସହ ମଙ୍ଗଳଙ୍କ ସଂଯୋଗ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ଆଲୋଚନା ସକାଶେ ଅନୁକୂଳ ରହିବ। ବିଶିଷ୍ଟବ୍ୟକ୍ତିଙ୍କ ଗହଣରେ ସମ୍ବର୍ଦ୍ଧିତ ହେବାର ସୌଭାଗ୍ୟ…

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ବନ୍ଧୁ ଓ ପରିଜନଙ୍କ ସହ ଦୂରଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ ସମ୍ପନ୍ନ କରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri