Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ଆଜି ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭକରିବେ। ଦୃଢ଼ ମନୋବଳ ଓ ସୁଚିନ୍ତିତ ବିଚାରଧାରା ହେତୁ କିଛି ଅସୁବିଧା ହେବନାହିଁ। ଆର୍ଥିକ ସଙ୍କଟ ଦୂରହେବା ସହ ନୂତନ ଯୋଜନା ସକାଶେ ମନ ବଳାଇବେ। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା, ଏପରିକି ପାରିବାରିକ ଜୀବନରେ ମଧ୍ୟ ଉନ୍ନତି ପରିଲକ୍ଷିତ ହେବ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନହୋଇ କାମ କରିବାକୁ ବାଧ୍ୟହେବେ। ସାମାଜିକ ସ୍ତରରେ ସମ୍ମାନ ପାଇବେ, ଯାହାକି ଆପଣଙ୍କୁ ଆଗକୁ ବଢ଼ିବାରେ ସାହାଯ୍ୟକରିବ। କଳା, ସାହିତ୍ୟ, କ୍ରୀଡ଼ା ପ୍ରଭୃତିରେ ଉନ୍ନତି କରିବେ। ଆର୍ଥିକ ସ୍ଥିତି ଭଲ ହେବା କାରଣରୁ ଖୁସି ମିଜାଜରେ କାମ କରିବେ।
ମିଥୁନ
ମିଥୁନ
ଆପଣଙ୍କ ସଯୌକ୍ତିକ ମନ୍ତବ୍ୟ ବୁଦ୍ଧିଜୀବୀ, କର୍ମକ୍ଷେତ୍ର ଓ ସାମାଜିକ ଜୀବନରେ ପ୍ରଶଂସନୀୟ କରାଇବ। ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱୀମାନେ ଜୋକ ମୁହଁରେ ଲୁଣ ଦେଲା ଭଳି ନୀରବ ରହିବେ। ପୁରୁଣା କଥାକୁ ଦୋହରାଇବା ଠିକ୍‌ ହେବନାହିଁ। ପାଖରେ ନ ଥିବା ଫାଇଲ୍‌ପତ୍ର କିମ୍ବା କୌଣସି ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ସଫଳତା ଓ ସମ୍ମାନ ଯୋଗୁ ପ୍ରତ୍ୟେକ ସ୍ଥାନରେ ପ୍ରଶଂସିତ ହେଲେ ମଧ୍ୟ ତାହା ପୂର୍ଣ୍ଣ ସନ୍ତୋଷ ଦେଇ ନ ପାରେ। କର୍ମାରମ୍ଭ ପ୍ରୀତିପଦ ହେବ। ସାମାଜିକ କ୍ଷେତ୍ରରେ ତଥା ବନ୍ଧୁଙ୍କ ମଧ୍ୟରେ ପ୍ରଶଂସିତ ହେବେ। ପରିବାରରେ କୌଣସି ବ୍ୟକ୍ତିର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତହେବା ସମ୍ଭାବନା ରହିଛି।
ସି˚ହ
ସି˚ହ
ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭ କରିବା ସହ ସାମାଜିକ ପ୍ରତିଷ୍ଠା ଲାଭକରିବେ। ପାରିବାରିକ କ୍ଷେତ୍ର ଭଲ ରହିବ, କିନ୍ତୁ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପାରିବାରିକ ଜୀବନରେ ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କନ୍ୟା
ବିଭିନ୍ନ ପ୍ରତିବନ୍ଧକ ଲାଗି ରହିବା କାରଣରୁ ସାମୟିକ ବ୍ୟସ୍ତତା ବୃଦ୍ଧିପାଇବା ସୂଚନା ରହିଛି। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅନ୍ୟ ମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରିୟ ବନ୍ଧୁଟି ସାହାଯ୍ୟ କରିବା ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବ ନାହିଁ। ଆଜି ବାଣିଜ୍ୟ, ବ୍ୟବସାୟରେ ଲାଭ ଅପେକ୍ଷା କ୍ଷତି ଅଧିକ ହୋଇପାରେ।
ତୁଳା
ତୁଳା
ପ୍ରତ୍ୟେକ ସ୍ତରରେ ସୁନାମ ଅର୍ଜନ ସହ କାର୍ଯ୍ୟ ହାସଲ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟିକଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମକୁ ବଢ଼ାଇ ନେଇପାରନ୍ତି। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭକରିବେ। ଯାତ୍ରା, ବନ୍ଧୁମିଳନ, ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ପାଇପାରନ୍ତି।
ବିଛା
ବିଛା
ଯିଏ ଯେତେ ଶତ୍ରୁତା କରୁନା କାହିଁକି ଆପଣଙ୍କ କୌଣସି ଅସୁବିଧା ହେବନାହିଁ। ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ସୁନାମ ଅର୍ଜନ କରିବେ। କାମ ହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆଜି ଦିନଟି ପାରିବାରିକ ଜୀବନ ପାଇଁ ଲାଭଦାୟକ ହେବନାହିଁ। ଚିହ୍ନା ଲୋକ ଈର୍ଷାପରାୟଣବଶତଃ ସମସ୍ୟା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ପରିବହନ, ବ୍ୟବସାୟ, ଆଧ୍ୟାମତ୍ିକ କାର୍ଯ୍ୟକ୍ରମ ପ୍ରତି ଆଗ୍ରହୀ ହେବେ।
ମକର
ମକର
କଠିନଶ୍ରମ ଓ ଭ୍ରମଣଜନିତ ଅସୁସ୍ଥତା କାରଣରୁ ମନ ଭଲ ଲାଗିବ ନାହିଁ। କିନ୍ତୁ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ, କଳା ସାହିତ୍ୟରେ, ପରିବାର ଭିତରେ, ପରିବହନରେ, ସମସ୍ୟା ସମାଧାନ ହୋଇଯିବ। ଯେତେ ଭଲକଥା କହିଲେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁ ସୁସମ୍ପର୍କରେ ବ୍ୟାଘାତ ଘଟିବ। ବନ୍ଧୁଙ୍କ ସହ ଅପରାହ୍ନେ ଯାତ୍ରାରୁ ଆନନ୍ଦ ପାଇବେ।
କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମ୍ପର୍କୀୟଙ୍କ ସହାୟତା ନେବାକୁ ପଡ଼ିପାରେ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟକଲେ ଉପକୃତ ହେବେ। ସଭାସମିତି କିମ୍ବା ଆଲୋଚନା ପରିସରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ।
ମୀନମୀନ

କେତେକ ଛୋଟବଡ଼ ସମସ୍ୟାକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଉପଭୋଗ୍ୟ ହେବ। ନୂଆ କାମ ଆରମ୍ଭ କରି ଖୁସି ରହିବେ ଏବଂ ବନ୍ଧୁମାନଙ୍କ ପ୍ରିୟଭାଜନ ମଧ୍ୟ ହେବେ। ପରିସ୍ଥିତିବଶତଃ ଇଚ୍ଛା ନ ଥାଇ ମଧ୍ୟ ହଠାତ୍‌ ଜରୁରି କାମରେ ବାହାରକୁ ଯିବାକୁ ପଡ଼ିପାରେ। ଆନୁଷ୍ଠାନିକ କାମ, କଳା, ସଙ୍ଗୀତ ଓ ସାଂସ୍କୃତିକ କାର୍ଯ୍ୟରେ ଅଂଶଗ୍ରହଣ କରି ଖୁସି ମନାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri