Posted inRasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ଆଜି ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଲାଭକରିବେ। ଦୃଢ଼ ମନୋବଳ ଓ ସୁଚିନ୍ତିତ ବିଚାରଧାରା ହେତୁ କିଛି ଅସୁବିଧା ହେବନାହିଁ। ଆର୍ଥିକ ସଙ୍କଟ ଦୂରହେବା ସହ ନୂତନ ଯୋଜନା ସକାଶେ ମନ ବଳାଇବେ। ବ୍ୟବସାୟ, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା, ଏପରିକି ପାରିବାରିକ ଜୀବନରେ ମଧ୍ୟ ଉନ୍ନତି ପରିଲକ୍ଷିତ ହେବ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନହୋଇ କାମ କରିବାକୁ ବାଧ୍ୟହେବେ। ସାମାଜିକ ସ୍ତରରେ ସମ୍ମାନ ପାଇବେ, ଯାହାକି ଆପଣଙ୍କୁ ଆଗକୁ ବଢ଼ିବାରେ ସାହାଯ୍ୟକରିବ। କଳା, ସାହିତ୍ୟ, କ୍ରୀଡ଼ା ପ୍ରଭୃତିରେ ଉନ୍ନତି କରିବେ। ଆର୍ଥିକ ସ୍ଥିତି ଭଲ ହେବା କାରଣରୁ ଖୁସି ମିଜାଜରେ କାମ କରିବେ।
ମିଥୁନ
ମିଥୁନ
ଆପଣଙ୍କ ସଯୌକ୍ତିକ ମନ୍ତବ୍ୟ ବୁଦ୍ଧିଜୀବୀ, କର୍ମକ୍ଷେତ୍ର ଓ ସାମାଜିକ ଜୀବନରେ ପ୍ରଶଂସନୀୟ କରାଇବ। ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱୀମାନେ ଜୋକ ମୁହଁରେ ଲୁଣ ଦେଲା ଭଳି ନୀରବ ରହିବେ। ପୁରୁଣା କଥାକୁ ଦୋହରାଇବା ଠିକ୍‌ ହେବନାହିଁ। ପାଖରେ ନ ଥିବା ଫାଇଲ୍‌ପତ୍ର କିମ୍ବା କୌଣସି ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ସଫଳତା ଓ ସମ୍ମାନ ଯୋଗୁ ପ୍ରତ୍ୟେକ ସ୍ଥାନରେ ପ୍ରଶଂସିତ ହେଲେ ମଧ୍ୟ ତାହା ପୂର୍ଣ୍ଣ ସନ୍ତୋଷ ଦେଇ ନ ପାରେ। କର୍ମାରମ୍ଭ ପ୍ରୀତିପଦ ହେବ। ସାମାଜିକ କ୍ଷେତ୍ରରେ ତଥା ବନ୍ଧୁଙ୍କ ମଧ୍ୟରେ ପ୍ରଶଂସିତ ହେବେ। ପରିବାରରେ କୌଣସି ବ୍ୟକ୍ତିର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତହେବା ସମ୍ଭାବନା ରହିଛି।
ସି˚ହ
ସି˚ହ
ବିଶିଷ୍ଟ ବ୍ୟକ୍ତିଙ୍କ ସଙ୍ଗଲାଭ କରିବା ସହ ସାମାଜିକ ପ୍ରତିଷ୍ଠା ଲାଭକରିବେ। ପାରିବାରିକ କ୍ଷେତ୍ର ଭଲ ରହିବ, କିନ୍ତୁ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପାରିବାରିକ ଜୀବନରେ ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିବେ।
କନ୍ୟା
ବିଭିନ୍ନ ପ୍ରତିବନ୍ଧକ ଲାଗି ରହିବା କାରଣରୁ ସାମୟିକ ବ୍ୟସ୍ତତା ବୃଦ୍ଧିପାଇବା ସୂଚନା ରହିଛି। ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ଅନ୍ୟ ମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରିୟ ବନ୍ଧୁଟି ସାହାଯ୍ୟ କରିବା ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବ ନାହିଁ। ଆଜି ବାଣିଜ୍ୟ, ବ୍ୟବସାୟରେ ଲାଭ ଅପେକ୍ଷା କ୍ଷତି ଅଧିକ ହୋଇପାରେ।
ତୁଳା
ତୁଳା
ପ୍ରତ୍ୟେକ ସ୍ତରରେ ସୁନାମ ଅର୍ଜନ ସହ କାର୍ଯ୍ୟ ହାସଲ ପାଇଁ ଅନୁକୂଳ ପରିବେଶ ସୃଷ୍ଟିହେବ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟିକଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମକୁ ବଢ଼ାଇ ନେଇପାରନ୍ତି। ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭକରିବେ। ଯାତ୍ରା, ବନ୍ଧୁମିଳନ, ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ପାଇପାରନ୍ତି।
ବିଛା
ବିଛା
ଯିଏ ଯେତେ ଶତ୍ରୁତା କରୁନା କାହିଁକି ଆପଣଙ୍କ କୌଣସି ଅସୁବିଧା ହେବନାହିଁ। ଅନ୍ୟମନସ୍କ କାରଣରୁ କିମ୍ବା ଅସାବଧାନତା ହେତୁ ଟଙ୍କା ପଇସା ହଜି ଯାଇପାରେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ସୁନାମ ଅର୍ଜନ କରିବେ। କାମ ହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆଜି ଦିନଟି ପାରିବାରିକ ଜୀବନ ପାଇଁ ଲାଭଦାୟକ ହେବନାହିଁ। ଚିହ୍ନା ଲୋକ ଈର୍ଷାପରାୟଣବଶତଃ ସମସ୍ୟା ସୃଷ୍ଟି କରିପାରନ୍ତି। ସାମାଜିକ ସ୍ତରରେ କିମ୍ବା ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟହେବେ। ପରିବହନ, ବ୍ୟବସାୟ, ଆଧ୍ୟାମତ୍ିକ କାର୍ଯ୍ୟକ୍ରମ ପ୍ରତି ଆଗ୍ରହୀ ହେବେ।
ମକର
ମକର
କଠିନଶ୍ରମ ଓ ଭ୍ରମଣଜନିତ ଅସୁସ୍ଥତା କାରଣରୁ ମନ ଭଲ ଲାଗିବ ନାହିଁ। କିନ୍ତୁ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ, କଳା ସାହିତ୍ୟରେ, ପରିବାର ଭିତରେ, ପରିବହନରେ, ସମସ୍ୟା ସମାଧାନ ହୋଇଯିବ। ଯେତେ ଭଲକଥା କହିଲେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁ ସୁସମ୍ପର୍କରେ ବ୍ୟାଘାତ ଘଟିବ। ବନ୍ଧୁଙ୍କ ସହ ଅପରାହ୍ନେ ଯାତ୍ରାରୁ ଆନନ୍ଦ ପାଇବେ।
କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମ୍ପର୍କୀୟଙ୍କ ସହାୟତା ନେବାକୁ ପଡ଼ିପାରେ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟକଲେ ଉପକୃତ ହେବେ। ସଭାସମିତି କିମ୍ବା ଆଲୋଚନା ପରିସରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି। ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସ୍ପର୍ଶକାତର କଥାରେ ଚିହ୍ନା ପଡ଼ନ୍ତୁ ନାହିଁ।
ମୀନମୀନ

କେତେକ ଛୋଟବଡ଼ ସମସ୍ୟାକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଉପଭୋଗ୍ୟ ହେବ। ନୂଆ କାମ ଆରମ୍ଭ କରି ଖୁସି ରହିବେ ଏବଂ ବନ୍ଧୁମାନଙ୍କ ପ୍ରିୟଭାଜନ ମଧ୍ୟ ହେବେ। ପରିସ୍ଥିତିବଶତଃ ଇଚ୍ଛା ନ ଥାଇ ମଧ୍ୟ ହଠାତ୍‌ ଜରୁରି କାମରେ ବାହାରକୁ ଯିବାକୁ ପଡ଼ିପାରେ। ଆନୁଷ୍ଠାନିକ କାମ, କଳା, ସଙ୍ଗୀତ ଓ ସାଂସ୍କୃତିକ କାର୍ଯ୍ୟରେ ଅଂଶଗ୍ରହଣ କରି ଖୁସି ମନାଇପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri