Posted inRasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୩ ତାରିଖ – Daily Horoscope

ମେଷ
ଆଜିର ଗ୍ରହଯୋଗ ପ୍ରଭାବ ନିଜ ନିଜ ସ୍ତରରେ ଅର୍ଥ, ସମ୍ମାନ, ସାମାଜିକ ପ୍ରତିଷ୍ଠା ପ୍ରଦାନ କରିବ। ଆର୍ଥିକ ସଙ୍କଟ ଦୂର ହେବା ସହ ନୂତନ ଯୋଜନା ଆରମ୍ଭ କରିବାକୁ ମନ ବଳାଇବେ ଓ ସଫଳତା ମଧ୍ୟ ପାଇବେ। ବ୍ୟବସାୟ କ୍ଷେତ୍ର, ଯାତ୍ରା, ପ୍ରତିଦ୍ୱନ୍ଦ୍ୱିତା, ଏପରି କି ପାରିବାରିକ ଜୀବନରେ ଉନ୍ନତି ପରିଲକ୍ଷିତ ହେବ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବାକୁ ବାଧ୍ୟ ହେବେ। ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର ପ୍ରଭୃତିରେ ଉନ୍ନତି କରିବେ। ଆନୁଷ୍ଠାନିକ କାମରେ କିମ୍ବା ରାଜନୈତିକ କ୍ଷେତ୍ରରେ ଅପ୍ରିୟ ସତ୍ୟ ବିରୋଧଭାବ ପୋଷଣ କରିବ। ଆର୍ଥିକ ସ୍ଥିତି ଭଲ ରହିବାରୁ ଖୁସି ମିଜାଜରେ କାମ କରିବାର ସ୍ପୃହା ଜାଗ୍ରତ ହେବ।
ମିଥୁନ
ମିଥୁନ
ସଯୌକ୍ତିକ ମନ୍ତବ୍ୟ ବୁଦ୍ଧିଜୀବୀ, କର୍ମକ୍ଷେତ୍ର ଓ ସାମାଜିକ ଜୀବନରେ ପ୍ରଶଂସନୀୟ କରାଇବ। ବିବାଦୀୟ ପରିସ୍ଥିତିରେ ପ୍ରତିଦ୍ୱନ୍ଦ୍ୱୀମାନେ ନୀରବ ରହିବେ। ପୁରୁଣା କଥାକୁ ବେଶି ଦୋହରାଇବା ଠିକ୍‌ ହେବନି। ପାଖରେ ପାଇପାରୁ ନ ଥିବା ଫାଇଲ୍‌ ପତ୍ର କିମ୍ବା କୌଣସି ଜିନିଷଟି ପାଇଁ ବିବାଦ ବଢ଼ିପାରେ।
କର୍କଟ
କର୍କଟ
ସଫଳତାଜନିତ ପ୍ରତ୍ୟେକ ସ୍ଥାନରେ ପ୍ରଶଂସିତ ହେଲେ ମଧ୍ୟ ତାହା ପୂର୍ଣ୍ଣ ସନ୍ତୋଷ ଦେଇ ନ ପାରେ। କର୍ମାରମ୍ଭ ପ୍ରୀତିପଦ ହେବ, ମାତ୍ର ବହୁତ ଶ୍ରମ ସ୍ବୀକାର କରିବାକୁ ପଡ଼ିବ। ନିର୍ମାଣ, ବାଣିଜ୍ୟ ତଥା ପରିବହନରେ ସମସ୍ୟା ସମାଧାନ ହେବ। ପରିବାରରେ କୌଣସି ବ୍ୟକ୍ତିର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସମ୍ଭାବନା ରହିଛି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ର ଭଲ ରହିବ କିନ୍ତୁ ମାତ୍ରାଧିକ ଭ୍ରମଣ ଯୋଗୁ କ୍ଲାନ୍ତି ଅନୁଭବ କରିପାରନ୍ତି। ଉଚ୍ଚ ପଦାଧିକାରୀଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ପାରିବାରିକ ଜୀବନରେ ଅସଫଳତାର କାରଣ ଖୋଜିବାକୁ ଯାଇ ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ସାଂଗଠନିକ କ୍ଷେତ୍ରରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇପାରେ।
କନ୍ୟା
ପରୋକ୍ଷ ଶତ୍ରୁତାଜନିତ ବିଭିନ୍ନ ପ୍ରତିବନ୍ଧକ ଲାଗି ରହିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ। କର୍ମକ୍ଷେତ୍ରର ବିବାଦୀୟ ଆଲୋଚନାରେ ମୁଣ୍ଡ ନ ପୂରାଇବା ଭଲ। ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ପ୍ରିୟ ବନ୍ଧୁଟି ସାହାଯ୍ୟ କରିବାର ପ୍ରତିଶ୍ରୁତି ଦେଇ ମଧ୍ୟ ପାଖ ମାଡ଼ିବ ନାହିଁ। ଆଜି ବ୍ୟବସାୟରେ କ୍ରମଶଃ ଲାଭ ଅପେକ୍ଷା କ୍ଷତି ଅଧିକ ହେବ।
ତୁଳା
ତୁଳା
ଆଜି ପ୍ରତ୍ୟେକ ସ୍ତରରେ ସୁନାମ ଅର୍ଜନ କରିବା ସହ କାର୍ଯ୍ୟ ହାସଲ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମକୁ ବଢ଼ାଇ ନେଇପାରନ୍ତି । ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରିତ ହେବାରୁ ଆଶ୍ୱସ୍ତି ଲାଭ କରିବେ। ଯାତ୍ରା, ବନ୍ଧୁମିଳନ, ନୂତନ ସ୍ଥାନ ପରିଦର୍ଶନର ସୁଯୋଗ ପାଇପାରନ୍ତି।
ବିଛା
ବିଛା
ଯିଏ ଯେତେ ଶତ୍ରୁତା କରୁନା କାହିଁକି ଆପଣଙ୍କ କୌଣସି ଅସୁବିଧା ହେବନାହିଁ। ଅନ୍ୟମନସ୍କ କିମ୍ବା ଅସାବଧାନତାରୁ ଟଙ୍କା ପଇସା ହଜିଯାଇପାରେ। ସାହିତ୍ୟ, ସଂଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତିରେ ସୁନାମ ଅର୍ଜନ କରିବାର ସୁଯୋଗ ପ୍ରାପ୍ତ ହେବ। କାମ ହାସଲ ପାଇଁ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ।
ଧନୁ
ଧନୁ
ଆପଣଙ୍କ ଜଣାଶୁଣା ବ୍ୟକ୍ତି ଈର୍ଷାପରାୟଣବଶତଃ ସମସ୍ୟା ସୃଷ୍ଟି କରିପାରନ୍ତି। ଆଲୋଚନା ବେଳେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ବିବାଦୀୟ ଘଟଣାରେ, ପରିବହନରେ, ବ୍ୟବସାୟରେ, ଆଧ୍ୟାତ୍ମିକ କାର୍ଯ୍ୟକ୍ରମ ପ୍ରତି ଆଗ୍ରହ ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଯଥା ସମ୍ଭବ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ।
ମକର
ମକର
କର୍ମବ୍ୟସ୍ତତା ମଧ୍ୟରେ ଅସୁସ୍ଥତାଜନିତ ମନ ଭଲ ଲାଗିବ ନାହିଁ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ, ସାହିତ୍ୟରେ, ପରିବାରରେ, ପରିବହନରେ ସମସ୍ୟା ସମାଧାନ ହୋଇଯିବ। ଯେତେ ଭଲକଥା କହିଲେ ମଧ୍ୟ ଭୁଲ୍‌ ବୁଝାମଣା ଯୋଗୁ ଅନ୍ୟମାନଙ୍କ ସହ ସୁସମ୍ପର୍କ ରହିବ ନାହିଁ। ଆଜିର ଯାତ୍ରାରେ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ।
କୁମ୍ଭ
କୁମ୍ଭ
ପାରିବାରିକ ଶୃଙ୍ଖଳା ରକ୍ଷା କରିବାରେ ସମ୍ପର୍କୀୟଙ୍କ ସହାୟତା ନେବାକୁ ପଡ଼ିପାରେ। ସଭାସମିତି କିମ୍ବା ଆଲୋଚନା ପରିସରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି। ସହକର୍ମୀଙ୍କ ସ୍ପର୍ଶକାତର କଥାରେ ମୁଣ୍ଡ ପୂରାଇଲେ ଅପଦସ୍ଥ ହେବାକୁ ପଡ଼ିପାରେ। ଆଜିର ବ୍ୟବସାୟିକ ସ୍ଥିତି ପ୍ରାୟତଃ ସନ୍ତୋଷଜନକ ରହିବ।
ମୀନମୀନ

ଆଜି ନୂଆ କାମଟିଏ ଆରମ୍ଭ କରି ଖୁସି ରହିବେ ଏବଂ ବନ୍ଧୁଙ୍କ ପ୍ରିୟଭାଜନ ହେବେ। ଇଚ୍ଛା ନ ଥାଇ ମଧ୍ୟ ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ। ରାଜନୈତିକ ସ୍ତରରେ ସମସ୍ୟା ବୃଦ୍ଧି ପାଇବା କାରଣରୁ ମାନସିକ ସୁସ୍ଥତା ରହିବ ନାହିଁ। ଆନୁଷ୍ଠାନିକ କାମ, ସଙ୍ଗୀତ ଓ ସାଂସ୍କୃତିକ କାର୍ଯ୍ୟରେ ଅଂଶଗ୍ରହଣ କରି ଖୁସି ମନାଇ ପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଚିନ୍ତାନୁଯାୟୀ ଆଜିର କାମ ବନ୍ଧୁଙ୍କ ସହାୟତାରେ ସହଜରେ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ଅଭିଯୋଗ ଯୋଗୁ ମାନସିକ ଅସୁସ୍ଥତା ସୃଷ୍ଟି…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୭ ତାରିଖ – Daily Horoscope

ମେଷ ଆଜି ଏକାଦଶ ସ୍ଥାନରେ ଚନ୍ଦ୍ର ସମେତ ଚତୁଃଗ୍ରହ ଯୋଗ କାରଣରୁ ପ୍ରତ୍ୟେକ ଦିଗରୁ ଲାଭବାନ୍‍ ହେବେ। ସନ୍ତାନଙ୍କ କୃତି ଓ କୃତିତ୍ୱରୁ ଖୁସିହେବା ସହ ବନ୍ଧୁ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତିରୁ ଯେଉଁ କାମରେ ହାତଦେବେ ସଫଳତା ନିଶ୍ଚିତ। ବିବାଦୀୟ ସ୍ଥିତି ସୁଧୁରିବ ଏବଂ ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ। ପରିବାରରେ ମତାନ୍ତର…

ରାଶିଫଳ: ରବିବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଦଶମ ସ୍ଥାନରେ ରହିଥିବାରୁ ସ୍ବାସ୍ଥ୍ୟରେ ଉନ୍ନତି, ଉନ୍ନତ ଚିନ୍ତା ଓ ନୂତନ କାମ କରିବାକୁ ମନସ୍ଥ କରିବେ। କେତେକ କ୍ଷେତ୍ରରେ ନିଜର ପ୍ରତିକୂଳ…

ରାଶିଫଳ: ଶନିବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଆଜି ବୃହସ୍ପତି କ୍ଷେତ୍ରସ୍ଥ ଚନ୍ଦ୍ର ଭଲ କାମରେ ଖର୍ଚ୍ଚାନ୍ତ କରାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସମସ୍ୟାକୁ କେନ୍ଦ୍ର କରି ଅସ୍ଥିରତା କ୍ରମଶଃ ଦୂରେଇଯିବ। ଯାନବାହନ ଚଳାଚଳରେ,…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପରୋକ୍ଷ ଶତ୍ରୁତା, ଅବହେଳାରୁ କାର୍ଯହାନି ଏବଂ ସମ୍ପର୍କ ସ୍ଥାପନରେ ପ୍ରତିବନ୍ଧକ, ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିଲେ ମଧ୍ୟ କିଛି ଗୁରୁତର ହେବନାହିଁ।…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଗହଣରେ ଆମୋଦ ପ୍ରମୋଦର ମଉକା ଜୁଟିବ ଏବଂ ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ। କୃତ୍ତିକା ନକ୍ଷତ୍ର ବିଶିଷ୍ଟ ବ୍ୟକ୍ତିଙ୍କ ଅନୁକମ୍ପାରୁ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ମନ ଚଞ୍ଚଳ ରହିବ କିନ୍ତୁ ଅର୍ଥପ୍ରାପ୍ତିରେ ବାଧା ଉପୁଜିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ ସୁଖ, ସୌଭାଗ୍ୟ ସଙ୍ଗକୁ ଯାତ୍ରା, ବାଣିଜ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri