Posted inRasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୪ ତାରିଖ – Daily Horoscope

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜ ସୀମା ଭିତରେ ରହି କାମ କରିବା ଭଲ । ଅବଶ୍ୟ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ସାମାନ୍ୟ ଅସୁବିଧା ଥିବାର ଅନୁଭବ କରିବେ ।
ବୃଷ
ବୃଷ
କର୍ମକ୍ଷେତ୍ରରେ ଦକ୍ଷତା ହେତୁ ପ୍ରଶଂସା ଓ ପ୍ରୋତ୍ସାହନ ପାଇ ମନୋବଳ ବୃଦ୍ଧି ପାଇବ। ଆନୁଷ୍ଠାନିକ କ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍‌ ଦୂର ହେବ ଏବଂ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। କଳା ସାହିତ୍ୟ ଓ ସାମ୍ବାଦିକତା, ଚୁକ୍ତିପତ୍ର କ୍ଷେତ୍ରରୁ ସୁଫଳ ମିଳିବ। କର୍ମକ୍ଷେତ୍ର ସମସ୍ୟାବହୁଳ ହୋଇପାରେ।
ମିଥୁନ
ମିଥୁନ
ସ୍ବାସ୍ଥ୍ୟ ଭଲ ରହିଲେ ମଧ୍ୟ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଅତୀତ ଘଟଣାକୁ କେନ୍ଦ୍ରକରି ପଡ଼ୋଶୀଙ୍କ ସହ ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ।
କର୍କଟ
କର୍କଟ
ମାନସିକ ସ୍ଥିତି ଭଲ ନ ଥିବାରୁ ଘରର ଆବଶ୍ୟକତାକୁ ପାସୋରି ଦେବେ, ଯାହାକି କଳହର କାରଣ ହୋଇପାରେ। ପୂର୍ବରୁ କଳହ ଲାଗିଥିବା ବନ୍ଧୁଟି ପ୍ରତି ସତର୍କ ରହିବା ଭଲ ହେବ। ନିର୍ମାଣ, ଯୋଗାଯୋଗ, ଆଲୋଚନା ଓ ସଭାସମିତି ସମସ୍ୟାମୁକ୍ତ ରହିବ। ବହୁତ ଦିନରୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇ ଖୁସି ହୋଇପାରନ୍ତି।
ସି˚ହ
ସି˚ହ
ବନ୍ଧୁଙ୍କ ପରାମର୍ଶରେ କୌଣସି ନୂତନ ଯୋଜନା ଆରମ୍ଭ କରିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବା ସହ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ। ଅବହେଳା କାରଣରୁ କେତେକ ଆକସ୍ମିକ ସୁଯୋଗ ହାତଛଡ଼ା ହୋଇପାରେ । ସ୍ବାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଅତି ଜରୁରୀ ନତୁବା ଅସୁବିଧାରେ ପଡ଼ିପାରନ୍ତି ।
କନ୍ୟା
ନିଜର ସନ୍ଦେହୀ ମନୋଭାବ ହେତୁ କେତେକ ଅନାକାଂକ୍ଷିତ ସମସ୍ୟା ଦେଖାଦେଇପାରେ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଚିତ୍ରା ନକ୍ଷତ୍ରର ବିଭିନ୍ନ ସମସ୍ୟା ମଧ୍ୟରେ ମନ ଅଶାନ୍ତ ରହିବାର ସମ୍ଭାବନା ରହିଛି ।
ତୁଳା
ତୁଳା
କେତେକ ଅପୂରଣୀୟ ଆଶା ମନରେ ଆଲୋଡନ ସୃଷ୍ଟି କରିବ। ସହକର୍ମୀଙ୍କ ସହଯୋଗ ଦ୍ୱାରା ଅଫିସରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ। ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ସହକର୍ମୀ ଅବଶ୍ୟ ସାହାଯ୍ୟ କରିବେ। କଳା, ସାହିତ୍ୟ, ସାମ୍ବାଦିକତା, ରାଜନୀତି ଓ ଅର୍ଥନୀତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିବେ।
ବିଛା
ବିଛା
ପରିବାରରେ ଆପୋସ ଆଲୋଚନା ଦ୍ୱାରା ଘରୋଇ ସମସ୍ୟାର ସରଳ ସମାଧାନ ହୋଇଯିବ। କଳା ସାହିତ୍ୟରେ ସମସ୍ୟା ସମାଧାନ ହେବାର ଆଶା ରହିଛି। ଚାହିଁ ଚାହିଁ ଆଖିରୁ ପାଣି ମରିଯିବ ପଛକେ କୌଣସି ବନ୍ଧୁଙ୍କର ଦେଖା ପାଇବେ ନାହିଁ। କ୍ରନିକ୍‌ ରୋଗର ଯନ୍ତ୍ରଣା କିଛି ସମୟ ପରେ ଉପଶମ ହେବ ।
ଧନୁ
ଧନୁ
ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ତାହାର ଠିକ୍‌ ସାମ୍‌ନା କରିବା ପାଇଁ ଚେଷ୍ଟା କରିବେ। ବ୍ୟବସାୟ, ପରିବହନ, ପ୍ରକାଶନ, ନିର୍ମାଣ, ସଭାସମିତି ଓ ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବ। ସଚେତନତା ଅଭାବରୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଦୂରାଗତ ବନ୍ଧୁଙ୍କ ଆମନ୍ତ୍ରଣକୁ ଉପେକ୍ଷା କରିପାରିବେ ନାହିଁ।
ମକର
ମକର
ଦୀର୍ଘ ଦିନରୁ ପ୍ରତୀକ୍ଷା କରିଥିବା କାୈଣସି ଖବର ପାଇ ଖୁସି ହେବେ। ଶିଳ୍ପ, ପରିବହନ ଓ ବାଣିଜ୍ୟରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ନିଜର ପ୍ରତିବେଶୀଙ୍କ ସହ ସମ୍ପର୍କ ଯୋଡ଼ିବା ସକାଶେ ଆପ୍ରାଣ ଚେଷ୍ଟା କରିପାରନ୍ତି । ଭ୍ରମଣ ସୁଯୋଗ ପାଇ ସାମୟିକ ଭାବରେ ଖୁସି ହେବେ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରୀମାନଙ୍କୁ ସନ୍ତୁଷ୍ଟ କରିବାକୁ ଯାଇ ଆପଣଙ୍କୁ ବହୁତ କଷ୍ଟ ସ୍ବୀକାର କରିବାକୁ ପଡ଼ିବ । ଆଜି ଦିନଟିରେ ବାଣିଜ୍ୟ ଓ ବ୍ୟବସାୟିକ ସଫଳତା ମିଳିବାର ଆଶା ରହିଛି। ନିକଟ ସମ୍ପର୍କୀୟମାନଙ୍କ ପକ୍ଷପାତିତାକୁ ନାପସନ୍ଦ କରିବେ। ସମ୍ପର୍କୀୟ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇ ଆଶା ପୂରଣ କରିବେ ।
ମୀନମୀନ
ଶୁଣାକଥାକୁ ବିଶ୍ୱାସ କରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ବନ୍ଧୁଙ୍କ ଖାପଛଡା କଥା ଓ ବେଖାତିର ମନୋଭାବ ଯୋଗୁ ଚିନ୍ତାପ୍ରକଟ କରିବେ। କେତେକ ସ୍ଥାନରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ନିଜର କାର୍ଯ୍ୟଦକ୍ଷତା ହେତୁ ବନ୍ଧୁମାନଙ୍କ ଗହଣରେ ପ୍ରଶଂସିତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri