Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ
ଆଜିର ଅନୁକୂଳ ଗ୍ରହସ୍ଥିତି କାରଣରୁ ଦିନଟି ପ୍ରାୟତଃ ଭଲରେ ଯିବ। ଦୂରଯାତ୍ରାରେ କେତୁ ପ୍ରଭାବରୁ ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଆଜିହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।
ବୃଷ
ବୃଷ
ଶୁକ୍ରଙ୍କ ଦୃଷ୍ଟିରୁ ସ୍ବାସ୍ଥ୍ୟ କେତେକାଂଶରେ ଭଲ ରହିବ। ଏହା ସାଙ୍ଗକୁ ଅର୍ଥ ପ୍ରାପ୍ତି ସହ ଭୋଗ ବିଳାସ ମଧ୍ୟରେ ସମୟଟି ଭଲରେ କଟିବ। ପାରିବାରିକ କ୍ଷେତ୍ରରେ ସୁଯୋଗ ପାଇବା ସାଙ୍ଗକୁ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିବାକୁ ମନସ୍ଥ କରିପାରନ୍ତି।
ମିଥୁନ
ମିଥୁନ
ଅଷ୍ଟମସ୍ଥ ଶନି ହେତୁ ସାଧାରଣ କଥାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହନ୍ତୁ । ବନ୍ଧୁମାନଙ୍କ ପ୍ରେରଣା ଓ ପରାମର୍ଶରେ ଆନୁଷ୍ଠାନିକ କାମ ସକାଶେ ତପତ୍ରତା ବଢ଼ିପାରେ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ଅର୍ଥର ଅଭାବ ଭିତରେ ଅଣନିଃଶ୍ୱାସୀ ହୋଇପାରନ୍ତି।
କର୍କଟ
କର୍କଟ
ନିକଟରେ ରହୁଥିବା ମିତ୍ରମାନେ କିଛି ପାଇବା ଆଶାରେ ପ୍ରଶଂସା ଗାଇ ବୁଲିବେ। କ୍ରୀଡ଼ା, କଳା, ସାହିତ୍ୟ, ସାମ୍ବାଦିକତା ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବିବାଦୀୟ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ନୀରବ ରହିବାକୁ ବାଧ୍ୟ ହେବେ। ବୁଝାମଣା ଠିକ୍‌ ରହୁନଥିବାରୁ ପରିବାରରେ ଡରିମରିି ଚଳିବାକୁ ବାଧ୍ୟ ହୋଇପାରନ୍ତି।
ସି˚ହ
ସି˚ହ
ଅତୀତର ଘଟଣାଗୁଡ଼ିକର ସମୀକ୍ଷା କରି ମନଟି ଭଲ ଲାଗିବ ନାହିଁ। ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ଋଣସୂତ୍ରରେ ଅର୍ଥଲାଭ କରିବେ ଏବଂ ବାଣିଜ୍ୟ, ବ୍ୟବସାୟରେ ଉନ୍ନତି ଘଟିବ। ସାହିତ୍ୟ, କଳା, ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। କୋର୍ଟରେ ପଡ଼ିରହିଥିବା ମାମଲାର ଫଇସଲା ଆଶା।
କନ୍ୟା
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା କାରଣରୁ ସାମୟିକ ଖୁସି ରହିବେ। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି। କ୍ରୀଡ଼ା, କଳା, ସଙ୍ଗୀତ, ଚଳଚ୍ଚିଦ୍ରାଦ୍ରି କ୍ଷେତ୍ରରେ ଥିବା ସମସ୍ୟାସୁଧୁରି ଯିବ। ପରୋକ୍ଷ ଶତ୍ରୁତା କାରଣରୁ ବିବାଦ ଭିତରକୁ ଟାଣି ହେବେ। ସମ୍ପର୍କୀୟ ବନ୍ଧୁଙ୍କ ଆଗମନ ସମ୍ଭାବନା।
ତୁଳା
ତୁଳା
ପାପଗ୍ରହ ପ୍ରଭାବରୁ ସମ୍ପର୍କୀୟଙ୍କ ଶତ୍ରୁତା ଯୋଗୁ ବିଚଳିତ ବୋଧ କରିବେ। ପାରିବାରିିକ ସଦ୍ଭାବ ଅକ୍ଷୁଣ୍ଣ ରହିବ, ମାତ୍ର ନିଜକୁ ଟିକିଏ ନରମି କହିବାକୁ ପଡ଼ିପାରେ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍‌ ସମୟରେ ଆସିବେ ଏବଂ ଆପଣଙ୍କ କାମରେ ସହଯୋଗ ମଧ୍ୟ କରିବେ। ନିର୍ମାଣ କିମ୍ବା କୌଣସି ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ପରିସ୍ଥିତି ଗମ୍ଭୀର ରହିବ।
ବିଛା
ବିଛା
ଲୋକ ସମ୍ପର୍କ ବୃଦ୍ଧି ପାଇବାରେ ନିଜ ଲୋକମାନେହଁି ପ୍ରତିବନ୍ଧକ ସୃଷ୍ଟି କରିବେ। ଅଫିସ୍‌ରେ ଥିବା ସମୟରେ ବନ୍ଧୁମାନଙ୍କ ବିଷୟରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ। ମାତ୍ର କର୍ମକ୍ଷେତ୍ରରେ ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବ। ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ କମିଯାଇପାରେ। ସନ୍ତାନଙ୍କ କୃତ୍ୱିତ୍ୱରେ ଖୁସି ହେବେ।
ଧନୁ
ଧନୁ
ବନ୍ଧୁମାନଙ୍କ ଆହ୍ବାନକ୍ରମେ କୌଣସି ଶୁଭକାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆଜିର ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ । ରାଜନୀତି, ପ୍ରକାଶନ, ପ୍ରଶାସନ, ଗବେଷଣା ଓ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଦିନଟି ବହୁତ ଭଲ। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ସଭା ସମିତିରେ ସୁନାମ ଅର୍ଜନ କରିବାର ପରିବେଶ ସୃଷ୍ଟି ହେବ।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ମନର ବଳ ଖୁବ୍‌ ଟାଣ ରହିବ ଏବଂ ନିଜ ଜିଦ୍‌ରେ ଅଟଳ ରହିବେ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଝଗଡ଼ା ଲାଗିପାରେ। ସଭାସମିତିରେ, ଆଲୋଚନା, ଗଠନମୂଳକ କାମ, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ।
କୁମ୍ଭ
କୁମ୍ଭ
ପରିବାରରେ ଭୁଲ୍‌ ବୁଝାମଣା ଓ ସନ୍ଦେହ ବୃଦ୍ଧି ପାଇବା କାରଣରୁ ବିଶୃଙ୍ଖଳା ଦେଖାଦେଇପାରେ। ଯାତ୍ରାରେ ଜିନିଷପତ୍ର ପ୍ରତି ସତର୍କ ରହନ୍ତୁ, ଅନ୍ୟଥା ଅଦଳବଦଳ ହୋଇଯାଇପାରେ। ଆଶା ଅନୁସାରେ କାମ ହୋଇଯିବାରୁ ଖୁସି ରହିବେ। ଅନ୍ୟାନ୍ୟ ପ୍ରତ୍ୟେକ କ୍ଷେତ୍ରରେ ଆଶାନୁରୂପ ଫଳ ମିଳିବା ସମ୍ଭାବନା ବେଶି।
ମୀନମୀନ
ସ୍ବାର୍ଥ ସାଧନର ମସୁଧା କରି ଭଲ ସମ୍ପର୍କ ଥିବା ବନ୍ଧୁ ଅସୁବିଧାରେ ପକାଇପାରନ୍ତି। ସମସ୍ୟା ଲାଗି ରହୁଥିବାରୁ ଅଧିକାଂଶ ସମୟରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। କଳା, ସଙ୍ଗୀତ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। କେତେକ ଘଟଣାକୁ ନେଇ ମନ କଥା ମନ ଭିତରେ ଲୁଚାଇ ରଖି କାନ୍ଦିବାକୁ ପଡ଼ିପାରେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri