Posted inRasifala

ରାଶିଫଳ: ଗୁରୁବାର, ଜାନୁୟାରୀ ୪ ତାରିଖ – Daily Horoscope

ମେଷ
ଧନାଧିପ ଧନସ୍ଥାନକୁ ଦେଖୁଥିବାରୁ ଦିନଟି ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ। ବକେୟା ଟଙ୍କା ଦେଉ ନ ଥିବା ଲୋକଟି ଘରକୁ ଆସି ଟଙ୍କା ଦେଇଯିବ। ଅଭାବ ଅସୁବିଧା ଦୂରୀକରଣରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ।
ବୃଷ
ବୃଷ
କୃତ୍ତିକା ନକ୍ଷତ୍ର ଭୁଲ୍‌ ନିଷ୍ପତ୍ତି ନେଇ ସମାଲୋଚିତ ହେବାକୁ ପଡିପାରେ। ରୋହିଣୀ ନକ୍ଷତ୍ରର ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବ, ଯାହାକି କାମ ହାସଲ କରିବାରେ ସହାୟକ ହେବ। ପୁତ୍ରକନ୍ୟାଙ୍କ ହେତୁକ ସୁଖ ମିଳିବ ଏବଂ ପରିବାରରେ ଶାନ୍ତି ଫେରି ଆସିବ। ମନ ଚାହୁଁ ନ ଥିଲେ ମଧ୍ୟ ପରିସ୍ଥିତିରେ ପଡି ଖର୍ଚ୍ଚାନ୍ତ ହେବେ।
ମିଥୁନ
ମିଥୁନ
ବୁଧ ସହ ଶୁକ୍ର ସଂଯୋଗରୁ ଆଜିର ଦିନଟି ବହୁତ ବଢିଆ। ପାରିବାରିକ କ୍ଷେତ୍ରରେ ସବୁ ଜାଣିଶୁଣି କେତେକ ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେଇ ବ୍ୟସ୍ତତା ମଧ୍ୟରେ ରହିପାରନ୍ତି। ବନ୍ଧୁ ଗହଣରେ କୌଣସି ଆଲୋଚନାରେ ମଧ୍ୟସ୍ଥତା କଲେ ଅପମାନିତ ହୋଇପାରନ୍ତି।
କର୍କଟ
କର୍କଟ
ମଜାମଉଜର ଆଲୋଚନାରେ ନିଜକୁ ହଜାଇଦେଇ ପାରନ୍ତି। ଦକ୍ଷତାର ସହ କାର୍ଯ୍ୟ ସମ୍ପାଦନ କରିଥିବାରୁ ବନ୍ଧୁଙ୍କଠାରୁ ପ୍ରଶଂସା ପାଇ ମନୋବଳ ବୃଦ୍ଧି ପାଇବ। ଅଶ୍ଳେଷା ନକ୍ଷତ୍ର ପେଟ ଗୋଳମାଳଜନିତ ପୀଡ଼ା ଅନୁଭବ କରିପାରନ୍ତି। ଶିଳ୍ପ, ବ୍ୟବସାୟ, ନିର୍ମାଣ ଓ ପରିବହନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ।
ସି˚ହ
ସି˚ହ
ସହଜାତ ପ୍ରବୃତ୍ତିର ପରିଚୟ ଦେଇ ସମ୍ପର୍କୀୟଙ୍କ ସୁଖଦୁଃଖର ସାଥୀ ବନିଯିବେ। ପୂର୍ବାଫାଲଗୁନୀ ନକ୍ଷତ୍ର ଯେମିତି ପାଇବେ ଅନ୍ୟମାନଙ୍କୁ ମଧ୍ୟ ଦେବାରେ କୁଣ୍ଠାବୋଧ କରିବେ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ଭୁଲ୍‌ ବୁଝାମଣାଜନିତ ଦ୍ୱନ୍ଦ୍ୱରେ ପଡି ପାରନ୍ତି। ଭ୍ରମଣ, ରାଜନୀତି, ପ୍ରକାଶନ ଓ ପ୍ରଶାସନ ପାଇଁ ଦିନଟି ଭଲ।
କନ୍ୟା
ଆପଣ ଯେଉଁ କାମ ସହଜରେ କରିପାରୁଛନ୍ତି, ଆଜି ଚେଷ୍ଟକଲେ ମଧ୍ୟ ନିରାଶ ହେବାକୁ ପଡିପାରେ। କ୍ରୀଡା, କଳା, ସାହିତ୍ୟ, ସାମ୍ବାଦିକତା, ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ମିଳିବ। ଶ୍ରୁତିରୋଚକ କଥା କହିଲେ ମଧ୍ୟ ବନ୍ଧୁଙ୍କୁ ତାହା ସୁହାଇ ନ ପାରେ। ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖା ଦେବାର ଆଶଙ୍କା ରହିଛି।
ତୁଳା
ତୁଳା
ଆଲୋଚନା ପରିସରରେ ଭଲ ସମ୍ପର୍କ ନ ଥିବା ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ। ନୀଚ୍ଚଜାତି ବିଶେଷଙ୍କ ଦ୍ୱାରା ମିଥ୍ୟା ଗୁଜବ ମନକୁ ଆନ୍ଦୋଳିତ କରିପାରେ। ସ୍ବାତୀ ନକ୍ଷତ୍ର ସକାଶେ ଦେବ ଦର୍ଶନ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ। ଯାତ୍ରା, ପ୍ରଶାସନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି।
ବିଛା
ବିଛା
ଯେତେ ଅସୁବିଧା ହେଲେ ମଧ୍ୟ ଆପଣ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ଜ୍ୟେଷ୍ଠା ନକ୍ଷତ୍ର ସକାଶେ ଆନୁଷ୍ଠାନିକ କାମରେ ସମ୍ମାନ ବୃଦ୍ଧି ପାଇବ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ସୃଷ୍ଟିହେଲା ଭଳି କାମ କରିବେ। ଜମିଜମା, ଗାଡିମୋଟର, କ୍ରୟବିକ୍ରୟ, ନିର୍ମାଣ ସମ୍ପର୍କିତ ଦୁଶ୍ଚିନ୍ତା ଆସିପାରେ।
ଧନୁ
ଧନୁ
ବନ୍ଧୁଙ୍କ ସହ ବ୍ୟବହାରରେ କଠୋରତା ଅଯଥା ଶତ୍ରୁତା ସୃଷ୍ଟି କରିବ। ପରସ୍ପର ମିଳାମିଶା ଓ ଆପୋସ ଆଲୋଚନାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ଅବହେଳାଜନିତ କାର୍ଯ୍ୟ ସମ୍ପାଦନରେ ଅନିୟମିତତା ହେତୁକ କୈଫିୟତ ଦେବାକୁ ପଡିପାରେ। ମୁଳା ନକ୍ଷତ୍ର ସ୍ବାର୍ଥକୁ ଧରି ଅନ୍ୟଙ୍କୁ ନଜରହୀନ କରି ସମାଲୋଚିତ ହେବେ।
ମକର
ମକର
ନିଜ ଲୋକ ମୁହଁରେ ମିଠାକଥା କହି ପଛରେ ଖାଲରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଉତ୍ତରାଷାଢା ନକ୍ଷତ୍ର ଅବିଚଳିତ ରହି କାମକଲେ ସମସ୍ୟାର ସମାଧାନ ହେବ। ଅତ୍ୟାବଶ୍ୟକ ଜିନିଷଟି ଅପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଆଜି ନିର୍ମାଣାଧୀନ ଗୃହକାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବା ପୂର୍ବରୁ କୌଣସି ସମସ୍ୟା ଦେଖାଦେଇପାରେ।
କୁମ୍ଭ
କୁମ୍ଭ
ଆଜି ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଗାଳି ଖାଇବାକୁ ପଡିପାରେ। ଶତଭିଷା ନକ୍ଷତ୍ର ପ୍ରତ୍ୟେକ କ୍ଷେତ୍ରରେ ସାବଧାନତା ସହକାରେ କାମ କରିବା ଭଲ। ବନ୍ଧୁଙ୍କ ସମର୍ଥନ ଲାଭକରି ଯୁକ୍ତତର୍କ କରି ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। କର୍ମକ୍ଷେତ୍ରରେ ଅବହେଳିତ କାର୍ଯ୍ୟ ସକାଶେ ଅନୁତାପ କରିପାରନ୍ତି।
ମୀନମୀନ

ବୈଷମ୍ୟତା ଲାଗିରହିଥିଲେ ମଧ୍ୟ ଅନ୍ୟମାନଙ୍କ ସମ୍ମୁଖରେ ସାମ୍ୟଭାବ ପ୍ରଦର୍ଶନ କରିବେ। ଉତ୍ତରଭାଦ୍ରପଦ ନକ୍ଷତ୍ରର ସାମୟିକ ଅସୁସ୍ଥତା ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପ୍ରତିଶ୍ରୁତି ଦେଇଥିବା ବନ୍ଧୁଙ୍କୁ ପ୍ରତୀକ୍ଷା କରି ବିରକ୍ତ ହେବେ କିନ୍ତୁ ତାଙ୍କ ଦେଖା ମିଳିବ ନାହିଁ। ଆନୁଷ୍ଠାନିକ କାମରୁ କିମ୍ବା ଶୁଭେଚ୍ଛୁଙ୍କ ନିକଟରୁ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଜାନୁଆରୀ ୩୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ଯାତ୍ରା, ବାଣିଜ୍ୟ, ପାରିବାରିକ ସୁଖ, ସମୃଦ୍ଧିକୁ ଋଦ୍ଧିମନ୍ତ କରିବ। ଏପରି କି ଏକାଧାରରେ ଅର୍ଥ, ସମ୍ମାନ, ସ୍ବାଗତ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି।…

ରାଶିଫଳ: ଗୁରୁବାର, ଜାନୁଆରୀ ୨୯ ତାରିଖ – Daily Horoscope

ମେଷ ଆପଣଙ୍କ ସହ ସବୁସମୟରେ ମିଶୁଥିବା ବନ୍ଧୁମାନେ ମୁହଁ ସାମ୍ନାରେ ମିଠାକଥା କହି ପଛରେ ଓଲଟା କଥା କହିବୁଲିବେ। କର୍ମାରମ୍ଭ ସକାଶେ ବିଜାତୀୟ ବନ୍ଧୁଙ୍କ ସହାୟତାରେ ଅର୍ଥ…

ରାଶିଫଳ: ବୁଧବାର, ଜାନୁଆରୀ ୨୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ରାହୁ ନକ୍ଷତ୍ରରେ ଅବସ୍ଥାନ କରି ଭୁଲ୍‌ ବୁଝାମଣାରୁ ପାରିବାରିକ କିମ୍ବା ବନ୍ଧୁଙ୍କ ସହ ମନାନ୍ତର ସୃଷ୍ଟି କରିବ। ସମ୍ପର୍କୀୟଙ୍କ ବେପରୁଆ କଥା ମନକୁ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୨୭ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ର ଆପଣଙ୍କ ବୈଷୟିକ ଅଭିବୃଦ୍ଧି ସହିତ କୈାଣସି ପ୍ରତିରୋଧ ଆପଣଙ୍କୁ ଅଟକାଇ ପାରିବ ନାହିଁ। ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜାନୁଆରୀ ୨୬ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରସ୍ଥ ଚନ୍ଦ୍ର ଦୈହିକ ଓ ମାନସିକ ସୁସ୍ଥତା ରକ୍ଷା କରିବାରେ ଅସମର୍ଥ ହେବେ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍‍ସନର କାରଣ ହେବ।…

ରାଶିଫଳ: ରବିବାର, ଜାନୁଆରୀ ୨୫ ତାରିଖ – Daily Horoscope

ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…

ରାଶିଫଳ: ଶନିବାର, ଜାନୁଆରୀ ୨୪ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨୩ ତାରିଖ – Daily Horoscope

ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri