Posted inRasifala

ରାଶିଫଳ: ସୋମବାର, ଜୁଲାଇ ୪ ତାରିଖ – Daily Horoscope

ମେଷ
କୃତ୍ତିକା ନକ୍ଷତ୍ରର ପ୍ରତ୍ୟେକ କ୍ଷେତ୍ରରେ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ବନ୍ଧୁମାନଙ୍କ ସହ ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ବନ୍ଧୁବାନ୍ଧବ, ସହକର୍ମୀଙ୍କ ମଧ୍ୟରେ କଳହର ସୂଚନା ରହିଛି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ବୃଷ
ବୃଷ
ରୋହିଣୀ ନକ୍ଷତ୍ର ଦୀର୍ଘ ଦିନର ସୁଚିନ୍ତିତ ନୂତନ ଗୃହ, ଅନୁଷ୍ଠାନ, ବାଣିଜ୍ୟାରମ୍ଭ କରିପାରନ୍ତି। ଆଜି ଜଣେ ଅନ୍ତରଙ୍ଗ ବନ୍ଧୁଙ୍କ କଥା ବାରମ୍ବାର ମନରେ ଆଲୋଡ଼ନ ସୃଷ୍ଟି କରିବ। ଘରେ କିମ୍ବା ଅଫିସ୍‌ରେ ମୂଲ୍ୟବାନ ଦବ୍ର୍ୟ ନଷ୍ଟ ହୋଇପାରେ। ହଠାତ୍‌ ବାହାରକୁ ଯିବା ସମୟରେ କୌଣସି ଦରକାରୀ କାଗଜପତ୍ର ନ ପାଇ ବ୍ୟସ୍ତ ହୋଇପାରନ୍ତି।
ମିଥୁନ
ମିଥୁନ
ତୃତୀୟସ୍ଥାନ ଶନି ଦୃଷ୍ଟ ହେତୁ ପାରିବାରିକ ଅସ୍ଥିରତା ଓ ଅଶାନ୍ତିରୁ ମନ ଭଲ ରହିବ ନାହିଁ। ବ୍ୟବସାୟିକ କ୍ଷେତ୍ରରେ ଅର୍ଥଲାଭ କରିବେ। ନୂତନ ବନ୍ଧୁ ସମ୍ପର୍କ ଯୋଡ଼ିବା ପାଇଁ ଚେଷ୍ଟା କଲେ ଉପକୃତ ହେବେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ କୈାଣସି ପ୍ରକାର ଅସୁବିଧା ନ ହେଲେ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା ବୃଦ୍ଧି ହେତୁ ମନ ଅସ୍ଥିର ରହିପାରେ।
କର୍କଟ
କର୍କଟ
କେତୁଙ୍କ କୁପ୍ରଭାବରୁ ସାମାଜିକ ସ୍ତରରେ ଯେଉଁ ଆଶା ନେଇ କାହା ପାଇଁ କିଛି କରିବେ ପ୍ରତିବଦଳରେ କିଛି ପାଇବେ ନାହିଁ। ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା ସଫଳ ହେବାରେ ଜଣେ ଅଜଣା ବ୍ୟକ୍ତି ସାହାଯ୍ୟ କରିବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଆଇନ ଅଦାଲତ କ୍ଷେତ୍ରରୁ ସୁଫଳ ପାଇବେ।
ସି˚ହ
ସି˚ହ
କର୍ମକ୍ଷେତ୍ରର ବିଭିନ୍ନ ସମସ୍ୟା ବିଷୟରେ ଚିନ୍ତା କରି ମନରେ ସରସତା ରହିବ ନାହିଁ। ଶୁକ୍ରଜନିତ ଶୁଭ ଖବର ସାଙ୍ଗକୁ ଅର୍ଥଲାଭରୁ ମନ ଖୁସି ହୋଇଯିବ। ନିକଟସ୍ଥ ବ୍ୟକ୍ତି ବିଶେଷମାନେ ପରୋକ୍ଷ ସମାଲୋଚନା କରିପାରନ୍ତି। ତରବରିଆ ଯାତ୍ରାରୁ ଦୂରେଇ ରହିଲେ ଭଲ, ସତର୍କ ନ ରହିଲେ ସାଧାରଣ ଆଘାତ ଲାଗିପାରେ।
କନ୍ୟା
ଆଜି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସହଜରେ ଗ୍ରହଣ କରିପାରିବେ ନାହିଁ। ଅନ୍ୟ ଦ୍ୱାରା ସମ୍ପନ୍ନ କରାଯାଇଥିବା କାମଗୁଡିକର ସମୀକ୍ଷା କରି ବ୍ୟସ୍ତତା ଅନୁଭବ କରିବେ। ରାଶ୍ୟାଧିପତି ବକ୍ରିଥିବାରୁ ପିଲାଙ୍କ କାର୍ଯ୍ୟକଳାପ ନିଜ ପାଇଁ ଅସନ୍ତୋଷ ସୃଷ୍ଟି କରିବ। ଅବଶ୍ୟ ପାରିବାରିକ ସମସ୍ୟାକୁ ସମାଧାନ କରିବାରେ ସମର୍ଥ ହେବେ।
ତୁଳା
ତୁଳା
ପାରିବାରିକ ସମସ୍ୟାର ସରଳ ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ଚିତ୍ରା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ବାଧାବିଘ୍ନ ଘଟିପାରେ। ଜମିଜମା, କଚେରି ମାମଲା ସକାଶେ ଚିନ୍ତା ବଢ଼ିପାରେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ବିଛା
ବିଛା
ଆଜି ସପ୍ତମଭାବସ୍ଥ ଶୁକ୍ର ହେତୁ ସକାଳୁ ଖୁସି ମନରେ ଦୂରଯାତ୍ରା କରିବାକୁ ପଡ଼ିବ। ବ୍ୟବସାୟ ଓ ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ସହଜରେ ଲକ୍ଷ୍ୟ ହାସଲ କରିବେ। ଉପକାର କରିଥିବା ବ୍ୟକ୍ତିଙ୍କଠାରୁ ପ୍ରତିଦାନ ପାଇବା ଦୁର୍ଲଭ ହେବ। ପାରିବାରିକ କ୍ଷେତ୍ରରେ ଉଚ୍ଚବର୍ଗଙ୍କ ସହାୟତା ପାଇବେ ନାହିଁ ତଥାପି ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ।
ଧନୁ
ଧନୁ
ବୃହସ୍ପତିଙ୍କ କେନ୍ଦ୍ରାବସ୍ଥାନ କାରଣରୁ ବନ୍ଧୁଙ୍କ ସଦ୍‌ଭାବ ଓ ସହକର୍ମୀଙ୍କ ସହଯୋଗ କର୍ମକ୍ଷେତ୍ରକୁ ତ୍ୱରାନ୍ବିତ କରିବ। ପ୍ରତୀକ୍ଷିତ କାର୍ଯ୍ୟ ସକାଶେ ଆମତ୍ୀୟଙ୍କ ଉପସ୍ଥିତି ଯୋଗୁ ଖୁସି ହେବେ। ଆଲୋଚନା ପରିସରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ। ପାରିବାରିକ ଭୁଲ୍‌ ବୁଝାମଣା ହେତୁ ଅଭାବ ନ ଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗି ରହିବ।
ମକର
ମକର
ନୀରବ ସମର୍ଥନଜନିତ ବନ୍ଧୁଙ୍କୁ ଆପ୍ୟାୟିତ କରି କାମ ହାସଲ କରିବେ। ସାମାନ୍ୟ ପ୍ରତିବନ୍ଧକ ରହିଲେ ମଧ୍ୟ ବ୍ୟବସାୟ,ବାଣିଜ୍ୟ ଓ ପରିବହନରେ ଉନ୍ନତି ଘଟିବ। ସମସ୍ୟାର ସମ୍ମୁଖୀନ ହୋଇ ନିର୍ମାଣାଧୀନ କାମଟି ଆଜି ସମ୍ପୂର୍ଣ୍ଣ କରିପାରିବେ ନାହିଁ। ମିଥ୍ୟା ଗୁଜବ ଶୁଣିବା ପରେ ମନରେ ବିଭିନ୍ନ ପ୍ରକାର ସମସ୍ୟା ସୃଷ୍ଟି ହେବାର ସୂଚନା ରହିଛି।
କୁମ୍ଭ
କୁମ୍ଭ
ସମସ୍ୟା ବିଜଡ଼ିତ ହେବା କାରଣରୁ ମାନସିକ ସ୍ଥିରତା କ୍ଷୁଣ୍ଣ ହେବ। ତଥାପି କେନ୍ଦ୍ରସ୍ଥ ଶୁକ୍ରଜନିତ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇ କେତେକ କାମ ହାସଲ କରିବେ। ଭାବପ୍ରବଣତାରେ ହଜି ନ ଯାଇ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ଚେଷ୍ଟା କରନ୍ତୁ। ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ତଥା ପରିବହନ ସକାଶେ ଦିନଟି ବିଶେଷ ଭାବରେ ଅନୁକୂଳ।
ମୀନମୀନ
ଆଜି ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ବ୍ୟବସାୟ, ବାଣିଜ୍ୟ, ନିର୍ମାଣ କ୍ଷେତ୍ରରେ ତରବରିଆ ପଦକ୍ଷେପ ନିଅନ୍ତୁ ନାହିଁ। ଅତି ଭଲ ସମ୍ପର୍କ ରହିଥିବା ନିଜ ଲୋକମାନଙ୍କ ଈର୍ଷାପରାୟଣତା ହେତୁ ବ୍ୟସ୍ତବିବ୍ରତ ହୋଇପାରନ୍ତି। ସଭାସମିତି, କଳା, ସାହିତ୍ୟ, ବନ୍ଧୁ ସମ୍ପର୍କରେ କିଛିଟା ସମସ୍ୟା ସୃଷ୍ଟି ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ସ୍ବରାଶିସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ପାରିବାରିକ ପରିସ୍ଥିତି ଶାନ୍ତ, ସୁନ୍ଦର ଏବଂ ମଧୁମୟ ରହିବ। ଅଶ୍ୱିନୀ ନକ୍ଷତ୍ର ଆକସ୍ମିକ ଭାବରେ ସମସ୍ୟାରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜିର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଶୁଭଗ୍ରହ ତୃତୀୟସ୍ଥ ଯୋଗୁ ବନ୍ଧୁଙ୍କ ମାଧ୍ୟମରେ ପାରିବାରିକ ଅସଙ୍ଗତୀ ଦୂର କରିବାରେ ସାହାଯ୍ୟ କରିବେ। ଆଜିର ଯାତ୍ରା, ସରକାରୀ କର୍ମଚାରୀଙ୍କୁ ସାକ୍ଷାତ, ବାଣିଜ୍ୟ ପାଇଁ ଦିନଟି…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ଭାଗ୍ୟସ୍ଥାନ ପ୍ରତି ଦୁଷ୍ଟିସମ୍ବନ୍ଧ ଯୋଗୁ ନୂତନ କର୍ମାରମ୍ଭ ସହ ପାରିବାରିକ ସୁଖଶାନ୍ତି ଅନୁଭବ କରିବେ। ସକାଳୁ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟି ପ୍ରଭାବରେ କାର୍ଯ୍ୟ ହାସଲ କରିବେ। ରାହୁଙ୍କ ପ୍ରଭାବଜନିତ ପଡ଼ୋଶୀ ପ୍ରତିବାଦ କରିପାରନ୍ତି। ପାରିବାରିକ ସହମତି ସଙ୍ଗକୁ ବନ୍ଧୁମାନଙ୍କ ସହଯୋଗ…

ରାଶିଫଳ:ମଙ୍ଗଳବାର , ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଧନଭାବସ୍ଥ ଚନ୍ଦ୍ର ପ୍ରଭାବରେ ଆଜି ପାରିବାରିକ ସ୍ଥିତି, କର୍ମକ୍ଷେତ୍ର ଓ ଅର୍ଥ ସମ୍ପର୍କ ଭଲ ରହିବ। ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି।…

ରାଶିଫଳ:ସୋମବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ଦ୍ୱାରା ଆହୂତ ଆନୁଷ୍ଠାନିକ କାମରେ ମନୋନିବେଶ କରି ପ୍ରଶଂସିତ ହେବେ। ଆତ୍ମୀୟଙ୍କ ସହିତ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri