Posted inRasifala

ରାଶିଫଳ: ଶନିବାର, ଜୁନ୍ ୪ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭାରାକ୍ରାନ୍ତ ରହିବ। ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ପାଇବା କଷ୍ଟକର ହୋଇପାରେ। ଅବଶ୍ୟ ଯାତ୍ରା, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ, କିନ୍ତୁ ସମ୍ମୁଖରେ କିଛି କହିପାରିବେ ନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। କୌଶଳ ପ୍ରୟୋଗକରି ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ପାଇବେ।
ମିଥୁନ
ମିଥୁନ
ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ କରିପାରିବେ। କଚେରି ମାମଲାର ଶୁଣାଣି ବିଳମ୍ବ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କର୍ମକ୍ଷେତ୍ର ସମସ୍ୟା ବହୁଳ ହୋଇପାରେ। ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଦୀର୍ଘଦିନରୁ ଅଟକିି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍‌ ଦ୍ରବ୍ୟ କ୍ରୟ କରିବେ।
ସି˚ହ
ସି˚ହ
ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ, ନିର୍ମାଣ, ଗୃହ ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲିମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଅପରାହ୍ନରେ ଜଣେ ବନ୍ଧୁଙ୍କ ଟାଣକଥାକୁ ନେଇ ଝଗଡ଼ା ଲାଗିପାରେ। ଅର୍ଥ ସଂଗ୍ରହରେ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନି।
ତୁଳା
ତୁଳା
ମନର ଭାବନାକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ। କୌଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସାକରି ନୀରବରେ ବସିରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡ଼ିପାରେ। ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶଙ୍କାଗ୍ରସ୍ତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ବକେୟା ଅର୍ଥ ଆଜି ପାଇପାରନ୍ତି।
ଧନୁ
ଧନୁ
ସକାଳୁ ବିଭିନ୍ନ ନକାରାତ୍ମକ ଚିନ୍ତା ମନକୁ ବ୍ୟତିବ୍ୟସ୍ତ କରିବ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କାଠିକର ପାଠ ହେବ। କେତେକ କ୍ଷେତ୍ରରେ ନିଜ ଲୋକ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ। କୌଣସି କାମ ହାସଲ କରିବା କ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ।
ମକର
ମକର
ଅଟକି ରହିଥିବା କାର୍ଯ୍ୟ ଆକସ୍ମିକ ଭାବେ ଆଜି ସମାଧାନ ହୋଇଯିବାରୁ ମନ ଖୁସି ରହିବ। କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍‌ ହେବ ନାହିଁ।
ମୀନମୀନ
ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। କିନ୍ତୁ ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ। ଅଫିସରେ କିମ୍ବା ବନ୍ଧୁଙ୍କ ଗହଣରେ କିଛି ସମୟ କଟାଇ ପାରନ୍ତି। ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri