Posted inRasifala

ରାଶିଫଳ: ଶନିବାର, ଜୁନ୍ ୪ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ମନ ଭାରାକ୍ରାନ୍ତ ରହିବ। ଯେଉଁ କାମ ଆଜି ଆରମ୍ଭ କରିବେ ସେଥିରେ ନିଶ୍ଚିତ ସଫଳତା ପାଇବା କଷ୍ଟକର ହୋଇପାରେ। ଅବଶ୍ୟ ଯାତ୍ରା, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନପୂର୍ବକ କାମ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ, କିନ୍ତୁ ସମ୍ମୁଖରେ କିଛି କହିପାରିବେ ନାହିଁ। ବ୍ୟବସାୟ ଓ ବାଣିଜ୍ୟରେ ଉନ୍ନତି କରିବେ, ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। କୌଶଳ ପ୍ରୟୋଗକରି ବନ୍ଧୁଙ୍କ ଜରିଆରେ ବକେୟା ଅର୍ଥ ପାଇବେ।
ମିଥୁନ
ମିଥୁନ
ବ୍ୟବସାୟ କ୍ଷେତ୍ରରେ କୌଶଳ ଖଟାଇ କାର୍ଯ୍ୟ ହାସଲ କରିପାରିବେ। କଚେରି ମାମଲାର ଶୁଣାଣି ବିଳମ୍ବ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅଧସ୍ତନ କର୍ମଚାରୀଙ୍କ ଦ୍ୱାରା କର୍ମକ୍ଷେତ୍ର ସମସ୍ୟା ବହୁଳ ହୋଇପାରେ। ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହୋଇପାରନ୍ତି। ଦୀର୍ଘଦିନରୁ ଅଟକିି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍‌ ଦ୍ରବ୍ୟ କ୍ରୟ କରିବେ।
ସି˚ହ
ସି˚ହ
ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ, ନିର୍ମାଣ, ଗୃହ ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲିମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଅପରାହ୍ନରେ ଜଣେ ବନ୍ଧୁଙ୍କ ଟାଣକଥାକୁ ନେଇ ଝଗଡ଼ା ଲାଗିପାରେ। ଅର୍ଥ ସଂଗ୍ରହରେ ପ୍ରତିଦ୍ୱନ୍ଦ୍ୱିତା କଲେ କିଛି ଲାଭ ହେବନି।
ତୁଳା
ତୁଳା
ମନର ଭାବନାକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ। କୌଣସି ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି। ଅଫିସରେ ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।
ବିଛା
ବିଛା
ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ଅନ୍ୟମାନଙ୍କ ଉପରେ ପୂର୍ଣ୍ଣ ଭରସାକରି ନୀରବରେ ବସିରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡ଼ିପାରେ। ସାଧାରଣ କଥାକୁ ଅସାଧାରଣ ଭାବେ କଳ୍ପନା କରି ଆଶଙ୍କାଗ୍ରସ୍ତ ହେବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ ଶୁଭଫଳ ପାଇବେ। ବକେୟା ଅର୍ଥ ଆଜି ପାଇପାରନ୍ତି।
ଧନୁ
ଧନୁ
ସକାଳୁ ବିଭିନ୍ନ ନକାରାତ୍ମକ ଚିନ୍ତା ମନକୁ ବ୍ୟତିବ୍ୟସ୍ତ କରିବ। ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କାଠିକର ପାଠ ହେବ। କେତେକ କ୍ଷେତ୍ରରେ ନିଜ ଲୋକ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ। କୌଣସି କାମ ହାସଲ କରିବା କ୍ଷେତ୍ରରେ ତରବରିଆ ଭାବେ କୌଣସି କାମ କରନ୍ତୁ ନାହିଁ।
ମକର
ମକର
ଅଟକି ରହିଥିବା କାର୍ଯ୍ୟ ଆକସ୍ମିକ ଭାବେ ଆଜି ସମାଧାନ ହୋଇଯିବାରୁ ମନ ଖୁସି ରହିବ। କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଯାତ୍ରା, ପ୍ରଶାସନ, ଆଇନ, କଳା, ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ଅନ୍ୟମନସ୍କ ନ ରହି କିମ୍ବା ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍‌ ହେବ ନାହିଁ।
ମୀନମୀନ
ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। କିନ୍ତୁ ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ। ଅଫିସରେ କିମ୍ବା ବନ୍ଧୁଙ୍କ ଗହଣରେ କିଛି ସମୟ କଟାଇ ପାରନ୍ତି। ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri