Posted inRasifala

ରାଶିଫଳ: ରବିବାର, ଜୁନ୍ ୪ ତାରିଖ – Daily Horoscope

ମେଷ
ଅଷ୍ଟମ ଚନ୍ଦ୍ରଜନିତ ଯେଉଁ କାମ ଆଜି ଆରମ୍ଭ କରିବେ ସଫଳତା ଫାଇବା କଷ୍ଟ ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ। ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାମତ୍କ ସ୍ଥିତି ସୃଷ୍ଟି ହୋଇପାରେ।
ବୃଷ
ବୃଷ
ସପ୍ତମ କେନ୍ଦ୍ରରେ ଚନ୍ଦ୍ର ଯୋଗୁ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ହେବ। ବନ୍ଧୁଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ରହିବ। କିନ୍ତୁ ସମ୍ମୁଖରେ କିଛି କହି ପାରିବେ ନାହିଁ। ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ପରିବାର ଭିତରର କିଛି କଥା ଅନ୍ୟମାନଙ୍କ ଆଗରେ କହିପାରିବେ ନାହିଁ।
ମିଥୁନ
ମିଥୁନ
ଶୁଭ ଚନ୍ଦ୍ରଜନିତ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହିତ ବନ୍ଧୁସମ୍ପର୍କ ବୃଦ୍ଧି ପାଇବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ।
କର୍କଟ
କର୍କଟ
ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍‌ ଦ୍ରବ୍ୟ କ୍ରୟ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭଙ୍କର ନୁହେଁ।
ସି˚ହ
ସି˚ହ
ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ, ନିର୍ମାଣ, ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍‌ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣକଥାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ।
ତୁଳା
ତୁଳା
ଆଜି ମନର ଭାବକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି। ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।
ବିଛା
ବିଛା
ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଇଚ୍ଛାନୁଯାୟୀ କାମଗୁଡ଼ିକ ହେବାରୁ ମାନସିକ ସ୍ଥିରତା ରହିବ। ଅନ୍ୟକୁ ଭରସାକରି ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହୋଇଯିବେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ।
ଧନୁ
ଧନୁ
ସକାଳୁ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିନପାରେ। ବିଭିନ୍ନ ନକାରାମତ୍କ ଚିନ୍ତାଧାରା ମନକୁ ବ୍ୟସ୍ତ କରାଇବ। ସଭାସମିତିରେ କିମ୍ବା ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। କେତେକ କ୍ଷେତ୍ରରେ ନିଜ ଲୋକମାନେ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେବେ।
ମକର
ମକର
ଅଟକି ରହିଥିବା କାର୍ଯ୍ୟର ସମସ୍ୟାଟି ଆକସ୍ମିକ ଭାବେ ସମାଧାନ ହୋଇଯିବାରୁ ମନ ଖୁସି ରହିବ। କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ବନ୍ଧୁଙ୍କ ସକାଶେ ହେଉ, ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍‌ ହେବ ନାହିଁ। ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ।
ମୀନମୀନ
ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। କିନ୍ତୁ ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ। ଧାତୁ, ଅଳଙ୍କାର ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ:ଶନିବାର , ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଜନିତ ବନ୍ଧୁ ସମ୍ପର୍କରେ ଉନ୍ନତି ହେବ। ଯାତ୍ରା, ବିବାଦ, ଗୃହାରମ୍ଭ ପାଇଁ ପ୍ରତିକୂଳତା ଆସିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ପାରିବାରିକ…

ରାଶିଫଳ: ଶୁକ୍ରବାର , ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ବୃହସ୍ପତିଙ୍କ ଦୃଷ୍ଟିରେ କର୍ମାଧିପ ଥିବାରୁ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଦୈହିକ ଦୁର୍ବଳତା ସାଙ୍ଗକୁ ପାରିବାରିକ ଦ୍ୱନ୍ଦ୍ୱଜନିତ ନୈରାଶ୍ୟରୁ ଚିନ୍ତିତ ରହିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?