Posted inRasifala

ରାଶିଫଳ: ବୁଧବାର, ଜୁନ୍ ୪ ତାରିଖ – Daily Horoscope

ମେଷ
ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ଫାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇ ଯିବେ। ପିଲାଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି।
ବୃଷ
ବୃଷ
ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ସମାଧାନ ପୂର୍ବକ କାମ ହାସଲରେ ସମର୍ଥ ହୋଇପାରନ୍ତି। ବନ୍ଧୁଙ୍କ କାଯର୍‌ୟ କଳାପ ଅସନ୍ତୋଷଜନକ ହେଲେ ମଧ୍ୟ ସମ୍ମୁଖରେ କିଛି କହିପାରିବେ ନାହିଁ। ବାଣିଜ୍ୟରେ ଉନ୍ନତି, ପରିବହନରେ ଝଗଡ଼ାର ସମ୍ଭାବନା ରହିଛି। ଅବହେଳାବଶତଃ ଗୁରୁତ୍ୱପୂର୍ଣ୍ଣ କାମଟିକୁ କରି ନ ପାରି ଦୁଃଖ ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଆଜିର ପ୍ରତ୍ୟୁଷ ଯାତ୍ରା ଲକ୍ଷ୍ୟ ହାସଲରେ ଅନୁକୂଳତା ପ୍ରଦାନ କରିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ଉଚିତ ମନେକରିପାରନ୍ତି।
କର୍କଟ
କର୍କଟ
କର୍ମକ୍ଷେତ୍ରରେ ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହେବେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବାକୁ ମନସ୍ଥ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଭଲ ନୁହେଁ।
ସି˚ହ
ସି˚ହ
ପରିବାରର ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ ରହିଯାଇପାରେ। ଅଫିସରେ କମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ଶିଳ୍ପ, ବ୍ୟବସାୟ, ନିର୍ମାଣ, ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ। ସଭାସମିତିରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ କିମ୍ବା ବନ୍ଧୁ ଗହଣରେ ପ୍ରଶଂସିତ ହେବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ଅନ୍ୟମାନଙ୍କ କଥାକୁ ଠିକ୍‌ ଭାବେ ବୁଝିପାରିବେନି। ଲେଖାପଢ଼ା, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତିରେ ଶୁଭଫଳ ପାଇବେ। ବନ୍ଧୁଙ୍କ ଆଶ୍ୱାସନା ଲାଭ କରି ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ। ପଡ଼ୋଶୀଙ୍କ ସହାୟତାରେ ଅର୍ଥ ସଂଗ୍ରହରେ ତପତ୍ରତା ନିଷ୍ଫଳ ହେବନି।
ତୁଳା
ତୁଳା
ଆଜି ମନର ଭାବନାକୁ ମନରେ ରଖି ଅନ୍ୟମାନଙ୍କର ନିକଟତର ହେବାକୁ ଚେଷ୍ଟା କରିବେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସୀ ହୋଇ ପାରନ୍ତି। କର୍ମକ୍ଷେତ୍ରରେ ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ବାରମ୍ବାର ରୋଗପୀଡ଼ା ଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।
ବିଛା
ବିଛା
ମିଠା କଥା କହି ଅନ୍ୟକୁ ଆପଣେଇ ନେବେ। ଇଚ୍ଛା ଅନୁଯାୟୀ କାମ ସମ୍ପନ୍ନ ହେବାରୁ ମାନସିକ ସ୍ଥିରତା ରହିବ। ଅନ୍ୟମାନଙ୍କ ଉପରେ ଭରସାକରି ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ, ସାମ୍ବାଦିକତା, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳତା ହାସଲ କରିବେ।
ଧନୁ
ଧନୁ
ପ୍ରତିବନ୍ଧକ କାରଣରୁ ବିଭିନ୍ନ ନକାରାମତ୍କ ଚିନ୍ତା ବ୍ୟତିବ୍ୟସ୍ତ କରାଇପାରେ । ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ନିଜ ଲୋକ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେଇପାରନ୍ତି। ଆଜି ଯାତ୍ରା, ଆଲୋଚନା, ଚୁକ୍ତିପତ୍ର ପ୍ରଭୃତି ତରବରିଆ ଭାବେ କରିବା ଠିକ୍‌ ହେବନାହିଁ।
ମକର
ମକର
ଅଟକି ରହିଥିବା ଅମୀମାଂଶିତ ସମସ୍ୟାଟି ଆକସ୍ମିକ ଭାବରେ ସମାଧାନ ହୋଇଯିବ। ବନ୍ଧୁଙ୍କ ପରାମର୍ଶରେ କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଖାଲି ହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ହଠାତ୍‌ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ପାଇବା ତେଣେ ଥାଉ, ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଆଜି ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍‌ ହେବ ନାହିଁ।
ମୀନମୀନ

ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ଆନୁଷ୍ଠାନିକ କାମ ସାହାଯ୍ୟ ସହଯୋଗ ଭିତ୍ତିରେ ସମ୍ପନ୍ନ ହେବାର ସୂଚନା ରହିଛି। ଧାତୁ,ଅଳଙ୍କାର ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

ରାଶିଫଳ: ବୁଧବାର, ଜୁଲାଇ ୮ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାର୍ଯ୍ୟରେ ବନ୍ଧୁଗୃହକୁ ଯାତ୍ରା ସକାଶେ ମନସ୍ଥ କରିବେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ବନ୍ଧୁଙ୍କ ମାଧ୍ୟମରେ ପାଇବେ। ଅଶ୍ୱିନୀ ନକ୍ଷତ୍ରର ଶିଳ୍ପ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର, ଜୁଲାଇ ୭ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସାଙ୍ଗକୁ ବନ୍ଧୁମାନଙ୍କ ସହ ଦୂରଯାତ୍ରା କରିବାର ମଉକା ପାଇବେ। ସହକର୍ମୀଙ୍କ ଆର୍ଥିକ ଅନୁଦାନ ସ୍ଥଗିତ କାର୍ଯ୍ୟକୁ ତ୍ୱରାନ୍ବିତ କରିବାରେ…

ରାଶିଫଳ: ସୋମବାର , ଜୁଲାଇ ୬ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରରେ ବୁଧ ଓ ବୃହସ୍ପତିଙ୍କ ଯୋଗୁ କାର୍ଯ୍ୟସିଦ୍ଧି ଓ ବନ୍ଧୁମିଳନ ଘଟିବ। ମନୋରଞ୍ଜନ ଉପକରଣ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri