Posted inRasifala

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ
ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ବିଶେଷ ସମସ୍ୟା ଉପୁଜି ନ ପାରେ। ପିଲାମାନଙ୍କ ଉଚ୍ଚ ଶିକ୍ଷା ସକାଶେ ଦ୍ୱନ୍ଦ୍ୱାତ୍ମକ ସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି।
ବୃଷ
ବୃଷ
ବନ୍ଧୁଙ୍କ ସାହାଯ୍ୟ ଲାଭପୂର୍ବକ ସମସ୍ୟା ସମାଧାନରେ ସମର୍ଥ ହେବେ। ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ଅସନ୍ତୋଷଜନକ ମନେ ହେଲେ ମଧ୍ୟ ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ବାଣିଜ୍ୟରେ ଉନ୍ନତି କରିବେ, କିନ୍ତୁ ପରିବହନରେ ଝଗଡ଼ା ଲାଗିପାରେ। ଗୁରୁତ୍ୱପୂର୍ଣ୍ଣ କାମଟିକୁ କରି ନ ପାରି ଦୁଃଖ ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ଆଜିର ପ୍ରତ୍ୟୁଷ ଯାତ୍ରା ଲକ୍ଷ୍ୟ ହାସଲ ଦିଗରେ ଅନୁକୂଳତା ପ୍ରଦାନ କରିବ। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ବ୍ୟସ୍ତତା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ କୌଣସି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରିବେ ନାହିଁ।
କର୍କଟ
କର୍କଟ
ଜଣେ ବିଶ୍ୱସ୍ତ ଲୋକଠାରୁ ଭୁଲ୍‌ ଖବର ପାଇ ବିବ୍ରତ ହେବେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇ ପାରନ୍ତି। ସ୍ବର୍ଣ୍ଣାଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ ଦ୍ରବ୍ୟ କ୍ରୟ କରିବାକୁ ମନସ୍ଥ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ସୁଫଳ ପାଇବାର ଆଶା ରହିଛି ।
ସି˚ହ
ସି˚ହ
ଆର୍ଥିକ ଅନଟନ କାରଣରୁ କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହି ପାରନ୍ତି। ମାନସିକ ଅଶାନ୍ତିଜନିତ କର୍ମକ୍ଷେତ୍ରରେ ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ। ଶିଳ୍ପ, ବ୍ୟବସାୟ, ନିର୍ମାଣ, ଗୃହ, ଜମିଜମା କାରବାର, ପରିବହନ ପ୍ରଭୃତିରୁ ଖୁସି ରହିବେ।
କନ୍ୟା
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରିବେ ନାହିଁ । ଲେଖାପଢ଼ା, ପ୍ରକାଶନ, ମକଦ୍ଦମା ଓ ସଭାସମିତିରେ ସନ୍ତୋଷଜନକ ଫଳ ପାଇବେ। ବନ୍ଧୁଙ୍କ ଆଶ୍ୱାସନା ଲାଭ କରି ଗୃହ, ଭୂମି, ଗାଡିମୋଟର ସମ୍ପର୍କିତ ଦୁଶ୍ଚିନ୍ତା ଦୂର ହେବ। ବନ୍ଧୁଙ୍କ ପରାମର୍ଶ ଅନୁସାରେ କାମ କଲେ ଅର୍ଥ ସଂଗ୍ରହରେ ନିଷ୍ଫଳ ହେବନି ।
ତୁଳା
ତୁଳା
ଆଜି ଅନ୍ୟମାନଙ୍କର ନିକଟତର ହେବାକୁ ଚେଷ୍ଟା କଲେ ଉପକୃତ ହେବେ। ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇପାରନ୍ତି। ଭୁଲ୍‌ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି। ବାରମ୍ବାର ରୋଗପୀଡ଼ାଜନିତ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ।
ବିଛା
ବିଛା
ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ଇଚ୍ଛା ଅନୁଯାୟୀ କାମ ସମ୍ପନ୍ନ ହେବାରୁ ମାନସିକ ସ୍ଥିରତା ରହିବ। ଅନ୍ୟମାନଙ୍କ ଉପରେ ଭରସା କରି ନୀରବରେ ବସି ରହିଲେ ସମସ୍ୟାରେ ଛନ୍ଦି ହେବେ। ଶିଳ୍ପ, ବାଣିଜ୍ୟ, ଚୁକ୍ତିପତ୍ର, ସଭାସମିତି ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସଫଳ ହେବେ।
ଧନୁ
ଧନୁ
ପ୍ରତିବନ୍ଧକ କାରଣରୁ ନକାରାତ୍ମକ ଚିନ୍ତାଧାରା ବ୍ୟତିବ୍ୟସ୍ତ କରିପାରେ । ଆନୁଷ୍ଠାନିକ କାମରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ନିଜ ଲୋକ ପରୋକ୍ଷ ଶତ୍ରୁତା କରି ସମସ୍ୟାକୁ ବଢ଼ାଇଦେଇପାରନ୍ତି। ଆଜି ଆଲୋଚନା, ଚୁକ୍ତିପତ୍ର ପ୍ରଭୃତି ତରବରିଆ ଭାବେ କରିବା ଠିକ୍‌ ହେବନାହିଁ।
ମକର
ମକର
ଅଟକି ରହିଥିବା ଅମୀସାଂସିତ ସମସ୍ୟାଟି ଆଜି ସମାଧାନ କରିପାରିବେ। ବନ୍ଧୁଙ୍କ ପରାମର୍ଶରେ କର୍ମ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି। ଆଜିର ଯାତ୍ରାରେ ଲକ୍ଷ୍ୟ ପୂରଣ ହେବ ଓ ଘରକୁ ଖାଲିହାତରେ ଫେରିବେ ନାହିଁ। ପାରିବାରିକ କ୍ଷେତ୍ରରେ କୌଣସି ଆଳ ଦେଖାଇ ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।
କୁମ୍ଭ
କୁମ୍ଭ
 କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ବିବ୍ରତ କରିପାରେ। ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍‌ ହେବ ନାହିଁ। ସ୍ବସ୍ଥ୍ୟ ସମସ୍ୟା କେତେକାଂଶରେ ନିୟନ୍ତ୍ରଣ ମଧ୍ୟରେ ରହିଥିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ମୀନମୀନ
ପରିବାରରେ ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବ। ଆନୁଷ୍ଠାନିକ କାମରେ ଅସୁବିଧା ହେବନାହିଁ। ପରିବାରର ଆବଶ୍ୟକତାନୁଯାୟୀ ଅଳଙ୍କାର ଔଷଧପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।

📲 Follow Dharitri – Odisha’s No. 1 Odia Daily 📰✨

Dharitri brings you accurate and reliable daily Odia horoscope updates to help you begin your day with clarity, confidence, and positivity. As the most trusted Odia daily, Dharitri provides detailed Rashifal in Odia and expert astrological insights for all zodiac signs, empowering you to make informed decisions about your career, health, relationships, and personal growth. Whether you seek daily horoscope predictions, weekly zodiac forecasts, or personalized astrology guidance, Dharitri ensures authentic, timely, and insightful horoscope updates every single day. Stay connected with Dharitri Horoscope and discover what the stars have in store for you.


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope

ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍‍ବୁଦ୍ଧ ହୋଇ ନୂତନ ଉତ୍ସାହର…

ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope

ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା…

ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା…

ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope

ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ।…

ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ…

ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope

ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ…

ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri