Posted inRasifala

ରାଶିଫଳ: ଗୁରୁବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ
ଆଜି ଏକାଦଶସ୍ଥ ରବି ଓ ଶୁକ୍ର ପ୍ରଭାବରେ ଏକାଧାରରେ ଅର୍ଥଲାଭ ସାଙ୍ଗକୁ ବନ୍ଧୁ ସମ୍ପର୍କରୁ ଖୁସି ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେଇପାରେ। ଅନିଦ୍ରାଜନିତ କ୍ଳେଶ ଭୋଗିବାକୁ ପଡ଼ିପାରେ।
ବୃଷ
ବୃଷ
ଶୁକ୍ରଙ୍କ ସୁପ୍ରଭାବରୁ ଭାଙ୍ଗିପଡ଼ିଥିବା ସ୍ବାସ୍ଥ୍ୟରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ସମସ୍ୟା ସମାଧାନ ହୋଇଯିବ। କଳା, ସାହିତ୍ୟ ତଥା ରଚନାତ୍ମକ କାଯର୍ର୍‌ୟରେ ସଫଳତା ପାଇବେ। ପ୍ରତୀକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ମିଥୁନ
ମିଥୁନ
ବିଭିନ୍ନ ବିଷୟକୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି। ତଥାପି କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଦୁଃଖ ଭରି ରହିଥିଲେ ମଧ୍ୟ ମନ କଥା ପ୍ରକାଶ କରିପାରିବେ ନାହିଁ। ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି।
କର୍କଟ
କର୍କଟ
ଆଜି ଅପେକ୍ଷାକୃତ ଅସୁବିଧା ଭୋଗିଲେ ମଧ୍ୟ କାମ ଅଟକିବ ନାହିଁ। ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ। ପାରିବାରିକ ଶୃଙ୍ଖଳା ରକ୍ଷାକରିବା କ୍ଷେତ୍ରରେ ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଆଶା କରିପାରନ୍ତି। ମନ ଅସ୍ଥିର ରହିବା କାରଣରୁ କାମଗୁଡ଼ିକ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ।
ସି˚ହ
ସି˚ହ
ଆଲୋଚନା କାଳରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି। କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌ବ୍ୟବହାର କରିବା କାଠିକର ପାଠ ହେବ। ସାହିତ୍ୟ, କଳା ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ। ପରିବାରରେ ହସଖୁସିର ବାତାବରଣରୁ ମନ ପ୍ରଫୁଲ୍ଲ ରହିବ।
କନ୍ୟା
ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡ଼ିପାରନ୍ତି। ଆତ୍ମୀୟମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ। ବ୍ୟବସାୟରେ ମତାନ୍ତର ଦେଖାଦେଇପାରେ। ମଧ୍ୟାହ୍ନରେ ଟେନସନ୍‌ ଦୂର ହେବା ସାଙ୍ଗକୁ ସୁଖ ଭ୍ରମଣ ଯୋଗ ରହିଛି।
ତୁଳା
ତୁଳା
ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ। ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବା ସାଙ୍ଗକୁ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ। କ୍ରୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡ଼ିପାରନ୍ତି। ସନ୍ତାନଙ୍କ ସ୍ବାସ୍ଥ୍ୟ ଓ ସ୍ବଭାବ ଯୋଗୁ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ।
ବିଛା
ବିଛା
ଦୀର୍ଘ ଦିନରୁ ସ୍ଥଗିତ କାମକୁ ପୂରା ଦମରେ କରିଚାଲିବେ। ଅଧସ୍ତନ କର୍ମଚାରୀଙ୍କ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ବହୁତ ଦିନରୁ ଚେଷ୍ଟା କରୁଥିବା ମୂଲ୍ୟବାନ ଦ୍ରବ୍ୟଟି ଆଜି ଲାଭ ହୋଇପାରେ। ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହେବାର ଆଶା ରହିଛି।
ଧନୁ
ଧନୁ
ଅନ୍ୟମାନଙ୍କ ସାହାଯ୍ୟ ଲାଭ ହେତୁ କାମ ହାସଲ କରିବା ସକାଶେ ବିଶେଷ ଅସୁବିଧା ହେବ ନାହିଁ। ବାରମ୍ବାର କିନ୍ତୁ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ। ପରକଥାରେ ପଡ଼ି ନିଜ ଲୋକଙ୍କୁ ଭୁଲ୍‌ ବୁଝିପାରନ୍ତି। ଏଣୁ ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ନିଜ ଲୋକ ବିଶ୍ୱାସଘାତକତା କରିପାରନ୍ତି।
ମକର
ମକର
ବିଭିନ୍ନ ଦିଗରୁ ନିର୍ଯାତିତ ହେଲେ ମଧ୍ୟ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି। ବନ୍ଧୁଙ୍କ ସହଯୋଗରେ ବାକି ପଡ଼ିଥିବା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବିଳମ୍ବରେ ହେଲେ ମଧ୍ୟ କାମ ଠିକ୍‌ ଭାବେ ସମ୍ପନ୍ନ ହେବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ର ଓ ପରିବାରର ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯତ୍ନ କରିବେ। ବନ୍ଧୁମାନଙ୍କ ପରାମର୍ଶକ୍ରମେ ବ୍ୟବସାୟରେ ନୂତନ ଦିଗନ୍ତ ସୃଷ୍ଟି ହେବ। ଦିନ ମଧ୍ୟରେ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ। ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ, କିନ୍ତୁ କିଛି କରିବେ ନାହିଁ।
ମୀନମୀନ
ବହୁ ଲୋକ ଗହଣରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମନ ଭଲ ରହିଥିବା କାରଣରୁ ପାରିବାରିକ ସ୍ଥିତିରେ ମିଷ୍ଟଭାଷୀ ହେବେ। ଅପରାହ୍ନେ କୌଣସି ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି। ବ୍ୟବସାୟରେ ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri