Posted inRasifala

ରାଶିଫଳ: ମଙ୍ଗଳବାର, ମେ ୦୪ ତାରିଖ – Daily Horoscope

ମେଷ
ଆଜି ସକାଳୁ ସକାଳୁ ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ହେବେ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହି ପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣକରି ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ପରିବହନ ତଥା ପାରିବାରିିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ।
ବୃଷ
ବୃଷ
ଆଲୋଚନା ପରିସରରେ ସତ୍ୟ ପ୍ରକାଶ କରି ବିବାଦଗ୍ରସ୍ତ ହୋଇପାରନ୍ତି। ସଭାସମିତି, କଳା, କ୍ରୀଡ଼ା ଓ ସାହିତ୍ୟ, ସଂଗୀତ ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ଆର୍ଥିକ ସମସ୍ୟା କେତେକାଂଶରେ ପାରିବାରିକ ଆବଶ୍ୟକତାକୁ ଅଟକାଇ ଦେଇପାରେ। ନିର୍ମାଣ, ବ୍ୟବସାୟ, ସାମ୍ବାଦିକତା, ଏଜେନ୍ସିପ୍‌, ମାଲିମକଦ୍ଦମା ପ୍ରଭୃତିରେ ଉନ୍ନତି କରିବେ।
ମିଥୁନ
ମିଥୁନ
ଅଧିକାଂଶ ସମୟ ସ୍ବାସ୍ଥ୍ୟ ସମସ୍ୟା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ କାମ ସକାଶେ ସାହାଯ୍ୟ ପାଇବେ। ଜାଣିଶୁଣି କେତେକ ଈର୍ଷାପରାୟଣ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ଆଜି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ବନ୍ଧୁଙ୍କ ସହ କଥାବାର୍ତ୍ତାରେ ସଂଯମତା ଅବଲମ୍ବନ ନ କଲେ କଳହ ଲାଗିପାରେ। କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ସହ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁଁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
ସି˚ହ
ସି˚ହ
ମନକଥା ମନରେ ଗୋପନ ରଖି ପିଠି ଥାପୁଡ଼େଇ କାମ ହାସଲ କରିବେ। ଅଫିସ୍‌ କାମରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସଭାସମିତିରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ଦେଇ ସମାଲୋଚିତ ହୋଇପାରନ୍ତି। ଆଜି ସନ୍ଧ୍ୟାରେ ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟିପାରନ୍ତି।
କନ୍ୟା
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ଈର୍ଷାଳୁ ବ୍ୟକ୍ତିଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅଧ୍ୟୟନ, ଅଧ୍ୟାପନା, ଲେଖାପଢା କ୍ଷେତ୍ରରୁ ଶୁଭଫଳ ପାଇବେ। ଘରର ଆବଶ୍ୟକତାକୁ ନେଇ ଆଜି ଗୃହୋପକରଣ କ୍ରୟ କରିପାରନ୍ତି। ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ତୁଳା
ତୁଳା
ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହା କି ଅନର୍ଥର କାରଣ ହୋଇପାରେ। ଆଜିର ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହିଁ , ବିଭିନ୍ନ ଦିଗରୁ ଅର୍ଥ ପାଇପାରିବେ। ବନ୍ଧୁଙ୍କ ମୁହଁ ସାମ୍ନାରେ ସମସ୍ୟାଟିକୁ ପ୍ରକାଶ କରି ନ ପାରି ଅନୁତାପ କରିପାରନ୍ତି।
ବିଛା
ବିଛା
ପ୍ରତ୍ୟେକ କାମ ସକାଶେ ଦୀର୍ଘ ସମୟର ପ୍ରତୀକ୍ଷା ମାନସିକ ଅଶାନ୍ତିର ମୂଳ କାରଣ ହେବ। ସମୟ ସ୍ରୋତରେ ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ସହ ବୈରତା ସୃଷ୍ଟି ହୋଇପାରେ। ବହୁତ ଯୁକ୍ତି ତର୍କ ପରେ ଅର୍ଥ ଆଦାୟରେ ସକ୍ଷମ ହେବେ। ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ସମ୍ଭାବନା ରହିଛି।
ଧନୁ
ଧନୁ
ନିକଟ ସମ୍ପର୍କୀୟମାନଙ୍କ ସନ୍ଦେହାମତ୍କ ବ୍ୟବହାର ମନରେ ଭାବାନ୍ତର ସୃଷ୍ଟି କରିବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ସାମାନ୍ୟ ବିଳମ୍ବ ଘଟିବ। ମାନସିକ ଚାପଗ୍ରସ୍ତ କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ। ଶତ୍ରୁ ଆଗରେ ନ ହେଲେ ମଧ୍ୟ ପଛରେ ନାନାଦି କଥା କହିପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ। ଶ୍ରବଣା ନକ୍ଷତ୍ର ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ନିର୍ମାଣାଧୀନ କାମ ଶେଷ ହେବାରେ ଅନ୍ୟମାନେ ଜାଣିଶୁଣି ସମସ୍ୟା ସୃଷ୍ଟି କରିବେ।
କୁମ୍ଭ
କୁମ୍ଭ
କାର୍ଯ୍ୟ କ୍ଷେତ୍ରରେ ସ୍ବାର୍ଥହାସଲ ଅଭାବରୁ ନିଜ ଲୋକଟି ହଠାତ୍‌ ଶତ୍ରୁତା କରିବାକୁ ପଛାଇବ ନାହିଁ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖା ଦେଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଦୈହିକ ଦୁର୍ବଳତା ଯୋଗୁଁ ମନୋବଳ କମି ଯାଇପାରେ।
ମୀନମୀନ
ପରିସ୍ଥିତି ପ୍ରତି ସଜାଗ ରହି କାମ କରି ଚାଲିଲେ ପ୍ରତିବନ୍ଧକ ବେଶି ସମୟ ଅଟକାଇ ପାରିବ ନାହିଁ। ଦୃଢ଼ ଇଚ୍ଛାଶକ୍ତି ବଳରେ ଗତକାଲିର ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ। ଆର୍ଥିକ ସ୍ଥିତି,ସାମାଜିକ ପ୍ରଗତି ପୂର୍ବପରି ଅକ୍ଷୁଣ୍ଣ ରହିବ। ମାଲି ମକଦ୍ଦମାରେ ସଫଳତା ହାସଲ କରିବେ ଓ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଶାରୀରିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରଖିବେ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ, କିନ୍ତୁ କିଛିଟା ପ୍ରତିରୋଧର…

ରାଶିଫଳ: ସୋମବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। କୃତିକା ନକ୍ଷତ୍ର ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି…

ରାଶିଫଳ: ରବିବାର , ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri