Posted inRasifala

ରାଶିଫଳ: ବୁଧବାର, ମେ ୪ ତାରିଖ – Daily Horoscope

ମେଷ
ଆଜି ଆପଣଙ୍କର ଉନ୍ନତଚିନ୍ତା ଓ ନୂତନ ଯୋଜନା ଫଳପ୍ରଦ ହେବ। ବନ୍ଧୁମାନଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହି ପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣକରି ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି। ପରିବହନ ତଥା ପାରିବାରିକ କ୍ଷେତ୍ର ବୁଝାମଣାରେ ଶୃଙ୍ଖଳିତ ହେବ।
ବୃଷ
ବୃଷ
ଦୃଢ଼ ମନୋବଳ ନେଇ କାର୍ଯ୍ୟ ସାଧନ କରିବେ ଏବଂ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ସଭାସମିତି, କଳା, କ୍ରୀଡ଼ା, ସାହିତ୍ୟ, ସଂଗୀତ ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜିବେ। ଆର୍ଥିକ ସମସ୍ୟା ପାରିବାରିକ ଆବଶ୍ୟକତାକୁ ଅଟକାଇ ଦେଇପାରେ। ନିର୍ମାଣ, ବ୍ୟବସାୟ, ସାମ୍ବାଦିକତା, ଏଜେନ୍ସିପ୍‌, ମାଲିମକଦ୍ଦମା ପ୍ରଭୃତିରେ ଉନ୍ନତି କରିବେ।
ମିଥୁନ
ମିଥୁନ
ମଙ୍ଗଳଙ୍କ ପ୍ରଭାବରେ ଭ୍ରାତୃସମ୍ପର୍କରେ ଅବନ୍ନତି ଘଟିବା ସୂଚନା ରହିଛି। ଅଧିକାଂଶ ସମୟ ସ୍ବାସ୍ଥ୍ୟ ସମସ୍ୟା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ। ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ଓ କାମ ସକାଶେ ସାହାଯ୍ୟ ପାଇବେ । ଆଜି ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ବନ୍ଧୁଙ୍କ ସହ କଥାବାର୍ତ୍ତାରେ ସଂଯମତା ଅବଲମ୍ବନ ନ କଲେ କଳହ ସମ୍ଭାବନା ରହିଛି । କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ସହ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଅସାବଧାନତା କାରଣରୁ ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
ସି˚ହ
ସି˚ହ
ମନକଥା ମନରେ ଗୋପନ ରଖି ପିଠି ଥାପୁଡ଼େଇ କାମ ହାସଲ କରିବେ। ଅଫିସ୍‌ କାମରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସଭାସମିତିରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ଦେଇ ସମାଲୋଚିତ ହୋଇପାରନ୍ତି। ଆଜି ସନ୍ଧ୍ୟାରେ ଫେରନ୍ତା ବାଟରେ ବନ୍ଧୁଙ୍କୁ ଭେଟିପାରନ୍ତି।
କନ୍ୟା
ସମସ୍ତ ପ୍ରକାରର ସୁବିଧା ଥାଇ ମଧ୍ୟ ପ୍ରତିବନ୍ଧକ ଜନିତ କାମଗୁଡିକ ଠିକ୍‌ ସମୟରେ ନ ହୋଇପାରେ। ଅଧ୍ୟୟନ, ଅଧ୍ୟାପନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ଘରର ଆବଶ୍ୟକତାକୁ ନେଇ ଆଜି ଗୃହୋପକରଣ କ୍ରୟ କରିପାରନ୍ତି। ଆକସ୍ମିକ ସମସ୍ୟା ଓ ପ୍ରତିବନ୍ଧକ ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ତୁଳା
ତୁଳା
ସପ୍ତମସ୍ଥ ପ୍ରଭାବଶାଳୀ ଗ୍ରହ ହେତୁ ଆପଣ ପ୍ରତିଦ୍ୱନ୍ଦ୍ୱିତା କଲେ ଅପଦସ୍ଥ ହେବେ। ବନ୍ଧୁମାନଙ୍କୁ ଉପଯୁକ୍ତ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହା କି ଅନର୍ଥର କାରଣ ହୋଇପାରେ। ବନ୍ଧୁଙ୍କ ମୁହଁ ସାମ୍ନାରେ ସମସ୍ୟାଟିକୁ ପ୍ରକାଶ କରି ନ ପାରି ଅନୁତାପ କରିପାରନ୍ତି।
ବିଛା
ବିଛା
ବୈଷୟିକ ଅଭିବୃଦ୍ଧି ସାମୟିକ ସୁଖ ପ୍ରଦାନ କଲେ ମଧ୍ୟ ମାନସିକ ସ୍ଥିତି ଭଲ ରହିବ ନାହିଁ। ସମୟ ସ୍ରୋତରେ ଅତି ଭଲ ସମ୍ପର୍କ ଥିବା ବ୍ୟକ୍ତିମାନଙ୍କ ସହ ବୈରତା ସୃଷ୍ଟି ହୋଇପାରେ। ବହୁତ ଯୁକ୍ତି ତର୍କ ପରେ ଯାଇ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହେବାର ଆଶଙ୍କା ରହିଛି।
ଧନୁ
ଧନୁ
ସହନଶୀଳତା, ପରୋପକାର କାରଣରୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ନିକଟ ସମ୍ପର୍କୀୟମାନଙ୍କ ସନ୍ଦେହାମତ୍କ ବ୍ୟବହାର ମନରେ ଭାବାନ୍ତର ସୃଷ୍ଟି କରିବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ସାମାନ୍ୟ ବିଳମ୍ବ ଘଟିବ । ମାନସିକ ଚାପଗ୍ରସ୍ତ କାରଣରୁ ସାମାନ୍ୟ ଶାରୀରିକ ଅସୁସ୍ଥି ଅନୁଭବ କରିବେ।
ମକର
ମକର
ପ୍ରତିରୋଧ ଓ ପ୍ରତିବନ୍ଧକ କାରଣରୁ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ। ଧନିଷ୍ଠା ନକ୍ଷତ୍ର ନୂତନ ଯୋଜନା ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। କର୍ମକ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହୋଇପାରନ୍ତି। ନିର୍ମାଣାଧୀନ କାମ ଶେଷ ହେବାରେ ଅନ୍ୟମାନେ ଜାଣିଶୁଣି ସମସ୍ୟା ସୃଷ୍ଟି କରିପାରନ୍ତି।
କୁମ୍ଭ
କୁମ୍ଭ
ସାମାଜିକ ସ୍ତରରେ ସ୍ବାର୍ଥହାସଲ ଅଭାବରୁ ନିଜ ଲୋକଟି ହଠାତ୍‌ ଶତ୍ରୁତା କରିବାକୁ ପଛାଇବ ନାହିଁ। ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ।
ମୀନମୀନ
ପରିସ୍ଥିତି ପ୍ରତି ସଜାଗ ରହି କାମ କରି ଚାଲିଲେ ପ୍ରତିବନ୍ଧକ ବେଶି ସମୟ ଅଟକାଇ ପାରିବ ନାହିଁ। ଦୃଢ଼ ଇଚ୍ଛାଶକ୍ତି ବଳରେ ଗତକାଲିର ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ। ଆର୍ଥିକ ସ୍ଥିତି, ସାମାଜିକ ପ୍ରଗତି, ପୂର୍ବପରି ଅକ୍ଷୁଣ୍ଣ ରହିବ। କଚେରି ମାମଲାରେ ସଫଳତା ହାସଲ କରିବେ ଓ ଏକ ପ୍ରକାର ଆଶ୍ୱସ୍ତି ଲାଭ କରିପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଅଭାବ ଦୂରୀକରଣ ପାଇଁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ରାହୁଙ୍କ ଦୃଷ୍ଟିରେ ଶୁକ୍ର ଅବସ୍ଥାନ କରିଥିବାରୁ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଲାଭଭାବସ୍ଥ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଶୁଭକାର୍ଯ୍ୟର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ ଟଙ୍କାକୁ କେନ୍ଦ୍ରକରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?