Posted inRasifala

ରାଶିଫଳ: ଗୁରୁବାର, ମେ ୪ ତାରିଖ – Daily Horoscope

ମେଷ
ଆଜି ସକାଳୁ ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବ୍ୟାସ୍ଥ୍ୟ ସକାଶେ ଚିନ୍ତା ବଢ଼ିବ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହି ପାରନ୍ତି। ସ୍ବାର୍ଥସାଧନର ନୈରାଶ୍ୟତାର ଫଳ ସ୍ବରୂପ ନିଜ ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ବ୍ୟବସାୟ, ପରିବହନ ତଥା ପାରିବାରିକ କ୍ଷେତ୍ର ଶୃଙ୍ଖଳିତ ରହିବ।
ବୃଷ
ବୃଷ
ସମସ୍ୟା ଆସିବାର ଜାଣି ମଧ୍ୟ ଅପ୍ରିୟସତ୍ୟ ପ୍ରକାଶ କରି ବିବାଦଗ୍ରସ୍ଥ ହୋଇପାରନ୍ତି। ସଭାସମିତି, କଳା, କ୍ରୀଡ଼ା ଓ ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ। ଆର୍ଥିକ ସମସ୍ୟା କେତେକାଂଶରେ ପାରିବାରିକ ଆବଶ୍ୟକତାକୁ ଅଟକାଇଦେଇପାରେ। ବ୍ୟବସାୟ, ସାମ୍ବାଦିକତା, ମାଲିମକଦ୍ଦମା ପ୍ରଭୃତିରେ ଉନ୍ନତି କରିବେ।
ମିଥୁନ
ମିଥୁନ
ଅଧିକାଂଶ ସମୟ ସ୍ବାସ୍ଥ୍ୟ ସମସ୍ୟା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ। କର୍ମକ୍ଷେତ୍ର ପ୍ରତି ଉଦାସୀନ ରହିବେ, ଯାହାକି ନୂତନ ସମସ୍ୟାକୁ ଜନ୍ମ ଦେଇପାରେ। ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି ଯାହାକି କାମକୁ ଆସିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ।
କର୍କଟ
କର୍କଟ
ପ୍ରଶାସନିକ ଆଲୋଚନାରେ ଅଂଶଗ୍ରହଣ କରି ସଂଯମତା ଅବଲମ୍ବନ ନ କଲେ ସମସ୍ୟା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ସହ କୂଟନୀତି ବଳରେ କାର୍ଯ୍ୟ ସାଧନ କରିବେ। ଦ୍ରବ୍ୟ ନଷ୍ଟ ଯୋଗୁ କ୍ଷୋଭ ପ୍ରକାଶ କରିପାରନ୍ତି। ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ ମନକଥା ଗୋପନ ରଖି ପିଠି ଥାପୁଡ଼େଇ କାମ ହାସଲ କରିବେ। ସନ୍ଧ୍ୟା ସମୟରେ ପୁରାତନ ରୋଗର ପୀଡା ବୃଦ୍ଧି ପାଇପାରେ। ଅଫିସ କାମରେ ଶୁଣାକଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ସଭାସମିତିରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇ ଦେଇ ସମାଲୋଚିତ ହୋଇପାରନ୍ତି।
କନ୍ୟା
ସମସ୍ତ ପ୍ରକାର ସୁବିଧା ଥାଇ ମଧ୍ୟ ଭଲ ସମ୍ପର୍କ ନ ଥିବା ବ୍ୟକ୍ତିଙ୍କ ଦ୍ୱାରା କାମରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଅଧ୍ୟୟନ, ଅଧ୍ୟାପନା, ଲେଖାପଢ଼ା କ୍ଷେତ୍ରରୁ ଶୁଭଫଳ ପାଇବେ। ଘରର ଆବଶ୍ୟକତାକୁ ନେଇ ଆଜି ଗୃହୋପକରଣ କ୍ରୟ କରିପାରନ୍ତି। ଆକସ୍ମିକ ସମସ୍ୟା ହେତୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ।
ତୁଳା
ତୁଳା
ମାନସିକ ଅସ୍ଥିରତା ହେତୁ କୌଣସି କାର୍ଯ୍ୟ ଶୃଙ୍ଖଳିତ ହେବନାହିଁ। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ, ଯାହାକି ଅନର୍ଥର କାରଣ ହୋଇପାରେ। ଆଜିର ବ୍ୟବସାୟିକ ସ୍ଥିତି ମାନ୍ଦା ହେବନାହଁି , ବିଭିନ୍ନ ଦିଗରୁ ଅର୍ଥ ପାଇପାରିବେ । କହିବି କହିବି ଚିନ୍ତା କଲେ ମଧ୍ୟ ବନ୍ଧୁଙ୍କ ମୁହଁ ସାମ୍ନାରେ ସମସ୍ୟାଟିକୁ ପ୍ରକାଶ କରିପାରିବେ ନାହିଁ।
ବିଛା
ବିଛା
ପ୍ରତ୍ୟେକ କାମ ସକାଶେ ଦୀର୍ଘ ସମୟର ପ୍ରତୀକ୍ଷା ମାନସିକ ଅଶାନ୍ତିର ମୂଳ କାରଣ ହେବ। ସମୟ ସ୍ରୋତରେ ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ସହ ବୈରତା ସୃଷ୍ଟି ହୋଇପାରେ। ଅର୍ଥ ସମ୍ପର୍କିତ ଆଲୋଚନାରେ ଯୁକ୍ତିତର୍କ ପରେ ଯାଇ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ସମ୍ଭାବନା ରହିଛି।
ଧନୁ
ଧନୁ
ନିକଟ ସମ୍ପର୍କୀୟମାନଙ୍କ ସନ୍ଦେହାତ୍ମକ ବ୍ୟବହାର ମନରେ ଭାବାନ୍ତର ସୃଷ୍ଟି କରିବ। ପ୍ରଶାସନିକ କ୍ଷେତ୍ରରେ ଦ୍ୱନ୍ଦ୍ୱ ଦୂର ହେବାରେ ସାମାନ୍ୟ ବିଳମ୍ବ ଘଟିବ। ମାନସିକ ଚାପଗ୍ରସ୍ଥ କାରଣରୁ ସାମାନ୍ୟ ଶାରୀରିକ କଷ୍ଟ ଅନୁଭବ କରିବେ। କଳ୍ପନା କରି ନ ଥିବା ହଠାତ୍‌ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିପାରନ୍ତି।
ମକର
ମକର
ପ୍ରତ୍ୟେକ କ୍ଷେତ୍ରରେ ବିଭିନ୍ନ ସମସ୍ୟା ମଧ୍ୟ ଦେଇ ଗତି କରିବେ। ନୂତନ ଯୋଜନା ପାଇଁ ପରିବାରରୁ ସହଯୋଗ ଆଶା କରିପାରନ୍ତି। କର୍ମକ୍ଷେତ୍ରରେ ନୀଚବ୍ୟକ୍ତି ଦ୍ୱାରା ପ୍ରଭାବିତ ହୋଇ ଅସମ୍ମାନିତ ହେବାର ଆଶଙ୍କାକୁ ଏଡି ହେବନାହିଁ। ନିର୍ମାଣାଧୀନ କାମ ଶେଷ ହେବାରେ ଅନ୍ୟମାନେ ଜାଣିଶୁଣି ସମସ୍ୟା ସୃଷ୍ଟି କରିବେ।
କୁମ୍ଭ
କୁମ୍ଭ
ପାରିବାରିକ କ୍ଷେତ୍ରରେ ସାଧାରଣ କଥାକୁ କେନ୍ଦ୍ର କରି ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖା ଦେଇପାରେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ଦୈହିକ ଦୁର୍ବଳତା ଯୋଗୁ ମନର ବଳ କମି ଯାଇପାରେ। ସକାଳ ସମୟଟି ପ୍ରାୟତଃ ଭଲ ରହିବ ଏବଂ ହାତକୁ ନେଇଥିବା କାମରେ କୌଣସି ଅସୁବିଧା ହେବନାହିଁ।
ମୀନମୀନ
ପରିସ୍ଥିତି ପ୍ରତି ସଜାଗ ରହି କାମ କରିଚାଲିଲେ ପ୍ରତିବନ୍ଧକ ବେଶି ସମୟ ଅଟକାଇ ପାରିବ ନାହିଁ। ଦୃଢ଼ ଇଚ୍ଛାଶକ୍ତି ବଳରେ ଗତକାଲିର ଅସମ୍ପୂର୍ଣ୍ଣ କାମକୁ ଆଜି ପୂର୍ଣ୍ଣାଙ୍ଗ କରିପାରିବେ। ମାଲିମକଦ୍ଦମାରେ ସଫଳତା ହାସଲ କରିବେ ଓ ଏକ ପ୍ରକାର ଆଶ୍ୱସ୍ତି ଲଭିବେ। ଆଲୋଚନା ପ୍ରସଙ୍ଗରେ ସ୍ତ୍ରୀଙ୍କ ଅଭିଯୋଗ ଅମୂଳକ ନୁହେଁ ଏବଂ ଏହାକୁ ଗୁରୁତର ସହ ବିଚାର କରିବା ଭଲ ହେବ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri