Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ
ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ।
ବୃଷ
ବୃଷ
ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ମହିଳାମାନେ ପାରିବାରିକ ଚିନ୍ତାରେ ବୁଡ଼ିରହିବେ।
ମିଥୁନ
ମିଥୁନ
କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ। ସହକର୍ମୀମାନଙ୍କ ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ାରେ ପ୍ରଶଂସାର ପାତ୍ର ହେବେ। ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ।
କର୍କଟ
କର୍କଟ
ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତିକରି ସଫଳତା ପାଇବେ। ସନ୍ତାନହେତୁକ ପୀଡ଼ା ଅନୁଭବ କରିପାରନ୍ତି। ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପୁରୁଣା ରୋଗକଷ୍ଟ ସହିବାକୁ ପଡ଼ିପାର। ଆର୍ଥିକ ସ୍ଥିତି ଭଲ ରହିବ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଅନ୍ୟମାନଙ୍କ ସକାଶେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।
କନ୍ୟା
ଦୁର୍ଭାବନା ବଢ଼ିଚାଲିବ। ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି ଓ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ତୁଳା
ତୁଳା
ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ପିଲାଙ୍କ ପାଠପଢ଼ାକୁ ନେଇ ସାମାନ୍ୟ ଚିନ୍ତିତ ହୋଇପାରନ୍ତି।
ବିଛା
ବିଛା
ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ। ପିଲାମାନଙ୍କର କୃତି ଓ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ। ମହିଳାମାନଙ୍କ ପାଇଁ ଦିନଟି ଆମୋଦପ୍ରଦ ହେବ।
ଧନୁ
ଧନୁ
ଯୋଜନାଗୁଡ଼ିକୁ ଠିକ୍‌ ଭାବରେ ବଦଳାଇବା କଷ୍ଟକର ହେବ। ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖାଦେଇପାରେ। ଆବଶ୍ୟକତାଠୁ ଅଧିକ ବ୍ୟୟ କରିବାକୁ ବାଧ୍ୟ ହେବେ।
ମକର
ମକର
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି। କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ମହିଳାମାନେ ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ।
କୁମ୍ଭ
କୁମ୍ଭ
ଆଜି ହଠାତ୍‌ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ।
ମୀନମୀନ

ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ଆଜି ଦିନ ମଧ୍ୟରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଅପବାଦର ଶରବ୍ୟ ହେବେ। ସ୍ବାସ୍ଥ୍ୟ ଭଲ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟାଧିପତି ବୃହସ୍ପତିଙ୍କ ଦୃଷ୍ଟିରେ ଥିବାରୁ ନୂତନ ଯୋଜନାରମ୍ଭ କରିବାକୁ ମନ ବଳାଇପାରନ୍ତି। ଆତ୍ମୀୟଙ୍କ ସହଯୋଗରେ ଧାର୍ମିକ କାର୍ଯ୍ୟ ସକାଶେ ପୂର୍ବ ପ୍ରସ୍ତୁତି ଶେଷ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ରାଶ୍ୟାଧିପତିଙ୍କ ସୁପ୍ରଭାବରୁ ସ୍ବାସ୍ଥ୍ୟରେ ଉନ୍ନତି ହେବ ଏବଂ ଅଭିଳାଷ ମଧ୍ୟ ପୂର୍ଣ୍ଣ ହୋଇଯିବ। ପାରିବାରିକ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହି ନ ପାରେ। ଅର୍ଥ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆର୍ଥିକ ଅଭିବୃଦ୍ଧି ସହିତ ନୂତନ ସମ୍ପର୍କ ସୃଷ୍ଟି ହୋଇପାରିବ। ଶନିଙ୍କ ଦୃଷ୍ଟି ପଥାରୁଢ ହେତୁ ଉପରିସ୍ଥଙ୍କ ଦାୟିତ୍ୱପୂର୍ଣ୍ଣ କାମଟି ପୂର୍ଣ୍ଣାଙ୍ଗ ନହୋଇପାରେ।…

ରାଶିଫଳ: ବୁଧବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତିରୁ ଆପଣଙ୍କ ଏକାଧାରରେ କାର୍ଯ୍ୟସିଦ୍ଧି ସଙ୍ଗକୁ ବନ୍ଧୁ ମିଳନରୁ ଖୁସୀ ରହିବେ। ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ପାପଗ୍ରହଯୁକ୍ତ ଚନ୍ଦ୍ର କୋଣଭାବରେ ରହିଥିବାରୁ ପାରିବାରିକ ସ୍ତରରେ ସାଧାରଣ ବ୍ୟତିକ୍ରମ ବେଶି କ୍ଷଣ ତିଷ୍ଠିରହିବ ନାହିଁ। କଥା ପ୍ରସଙ୍ଗରେ ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ଶ୍ରବଣ କରି…

ରାଶିଫଳ: ସୋମବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଦ୍ୱାଦଶଭାବସ୍ଥ କର୍ମାଧିପ ଶନି ଆପଣଙ୍କ କର୍ମ ସମୂହକୁ ସମ୍ପନ୍ନ କରିବାରେ ବହୁତ ସମୟ ନେଇପାରେ। ବୁଧଙ୍କ ଦୁର୍ବଳତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କୁ ସରଳ ଭାବରେ…

ରାଶିଫଳ: ରବିବାର, ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଚତୁର୍ଥ କେନ୍ଦ୍ରସ୍ଥ ହେତୁ ପରିବାର ଓ କର୍ମକ୍ଷେତ୍ରର ସ୍ଥିତି ଆନନ୍ଦଦାୟକ ରହିବ। ବିବାଦୀୟ ପରିସ୍ଥିତିରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ…

ରାଶିଫଳ: ଶନିବାର, ଫେବୃଆରୀ ୨୮ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧିଜନିତ ମାନସିକ ସ୍ଥିତି ଭଲ ରହିବ। ସହକର୍ମୀଙ୍କ ପରୋକ୍ଷ ଶତ୍ରୁତାଜନିତ କାର୍ଯ୍ୟହାନି ଘଟିପାରେ । କୃତ୍ତିକା ନକ୍ଷତ୍ର ସକାଶେ ପ୍ରତ୍ୟେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri