Posted inRasifala

ରାଶିଫଳ: ଗୁରୁବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ
ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଅଶ୍ୱିନୀ ନକ୍ଷତ୍ର ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ କିନ୍ତୁ କଳା ସାହିତ୍ୟକ୍ଷେତ୍ରରୁ ସୁଫଳ ମିଳିବ।
ବୃଷ
ବୃଷ
ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ମୃଗଶିରା ନକ୍ଷତ୍ରର ଅର୍ଥ ସମ୍ପର୍କକୁ ନେଇ ଭା୍ରତୃ ବିବାଦ ଦେଖାଦେଇପାରେ। କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଆଶାନୁରୂପକ ସଫଳତା ହାସଲ କରିିବେ।
ମିଥୁନ
ମିଥୁନ
କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ। ସାମାଜିକ ସ୍ତରରେ ଖଳପ୍ରକୃତିର ଲୋକମାନେ ବିରୁଦ୍ଧାଚରଣ କରିପାରନ୍ତି। ଅଫିସ୍‌ରେ ସହକର୍ମୀମାନଙ୍କ ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଟେନ୍‌ସନ୍‌ କିିଛି ମାତ୍ରାରେ ଲାଗିରହିବ।
କର୍କଟ
କର୍କଟ
ସାମାଜିକ ସ୍ତରରେ ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। ପୁଷ୍ୟା ନକ୍ଷତ୍ର କର୍ମ କ୍ଷେତ୍ରରେ ଧୀରେ ସୁସ୍ଥେ ଗତିକରି ସଫଳତା ପାଇବେ। ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ କିନ୍ତୁ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଅନ୍ୟ ମାନଙ୍କ ସକାଶେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ଆମଦାନୀ ବାଣିଜ୍ୟରେ ଉନ୍ନତି କରିବେ। ମଘା ନକ୍ଷତ୍ର ଯିବା ବାଟରେ ମିତ୍ରତା ସୃଷ୍ଟି କରିପାରନ୍ତି। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।
କନ୍ୟା
ପରିବାରରେ ଆର୍ଥିକ ଅନଟନ କର୍ମକ୍ଷେତ୍ରକୁ ପ୍ରଭାବିତ କରିବ। କର୍ମକ୍ଷେତ୍ରରେ ଦୁର୍ଭାବନା ବଢ଼ିଚାଲିବ ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରି ପାରିବେ ନାହିଁ। ପରିବାରରେ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ। ହସ୍ତା ନକ୍ଷତ୍ର ଛୋଟ କଥାଟିକୁ ବଡ଼ ଆକାରରେ ଚିନ୍ତା କରିବେ।
ତୁଳା
ତୁଳା
ପାରିବାରିକ ଜୀବନରେ ତିକ୍ତତା ଦେଖାଦେଇପାରେ। ବିଶାଖା ନକ୍ଷତ୍ର ପାରିବାରିକ ସମସ୍ୟାର ସମାଧାନ କରିବେ। ସଭାସମିତିରେ ଅଥବା ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ, ଆଜି ଅବଶ୍ୟ କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ।
ବିଛା
ବିଛା
ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ଅନୁରାଧା ନକ୍ଷତ୍ର ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇଉଠିବେ। ପିଲାମାନଙ୍କ ପାଇଁ ଗର୍ବ ଅନୁଭବ କରିବେ। ମହିଳାମାନେ ଖୋଜୁଥିବା ଜିନିଷ ହଠାତ୍‌ ପାଇଯିବେ।
ଧନୁ
ଧନୁ
ଯୋଜନାଗୁଡ଼ିକୁ ଠିକ୍‌ ଭାବରେ ବଦଳାଇବା ପାଇଁ କଷ୍ଟକର ହେବ। ପରିବାରରେ ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। ମୂଳା ନକ୍ଷତ୍ରର କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖାଦେଇପାରେ।
ମକର
ମକର
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ ତଥାପି ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଶ୍ରବଣା ନକ୍ଷତ୍ର ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ଆଲୋଚନା ସମୟରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି।
କୁମ୍ଭ
କୁମ୍ଭ
ଆଜି ହଠାତ୍‌ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହେବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଶତଭିଷା ନକ୍ଷତ୍ର ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ।
ମୀନମୀନ
କର୍ମକ୍ଷେତ୍ରରେ ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ଆଜି ଦିନ ମଧ୍ୟରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ରେବତୀ ନକ୍ଷତ୍ରର ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri