Posted inRasifala

ରାଶିଫଳ: ଶନିବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ
ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। ବାଣିଜ୍ୟ ଓ ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। କଳା, ସାହିତ୍ୟ କ୍ଷେତ୍ରରୁ ସୁଫଳ ମିଳିବ।
ବୃଷ
ବୃଷ
ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଦୋଷ ଖୋଜି ବୁଲିବେ। କର୍ମକ୍ଷେତ୍ରରେ ଫାଇଲ୍‌ କାମ ବୃଦ୍ଧି ପାଇବା କାରଣରୁ ଘରକଥା ବୁଝିବା ପାଇଁ ସମୟ ପାଇବେ ନାହିଁ। ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେଇପାରେ। ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ। ମହିଳାମାନେ ପାରିବାରିକ ଚିନ୍ତାରେ ବୁଡ଼ିରହିବେ।
ମିଥୁନ
ମିଥୁନ
କର୍ମାରମ୍ଭରେ ପ୍ରଥମେ ପ୍ରଥମେ ସଂକଟର ସମ୍ମୁଖୀନ ହେବେ। ସହକର୍ମୀମାନଙ୍କ ପାଇଁ ନିଜେ ହଇରାଣରେ ପଡ଼ିପାରନ୍ତି। କର୍ମକ୍ଷେତ୍ରରେ ଟେନସନ୍‌ କିିଛି ମାତ୍ରାରେ ଲାଗିରହିବ। ସାହିତ୍ୟ, ସାମ୍ବାଦିକତା, କଳା, କ୍ରୀଡ଼ାରେ ପ୍ରଶଂସାର ପାତ୍ର ହେବେ। ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ।
କର୍କଟ
କର୍କଟ
ଦୁଃସାହସିକ ପଦକ୍ଷେପ ନେଇ ସମସ୍ୟାକୁ ସୁଧାରି ନେବେ। କର୍ମକ୍ଷେତ୍ରରେ ଧୀରେ ସୁସ୍ଥେ ଗତିକରି ସଫଳତା ପାଇବେ। ସନ୍ତାନହେତୁକ ପୀଡ଼ା ଅନୁଭବ କରିପାରନ୍ତି। ବ୍ୟବସାୟୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ପୁରୁଣା ରୋଗକଷ୍ଟ ସହିବାକୁ ପଡ଼ିପାର। ଆର୍ଥିକ ସ୍ଥିତି ଭଲ ରହିବ।
ସି˚ହ
ସି˚ହ
ଆଜିର କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଅନ୍ୟମାନଙ୍କ ସକାଶେ ପରିସ୍ଥିତିରେ ପଡ଼ି ଖର୍ଚ୍ଚାନ୍ତ ହେବେ। ମନର ବଳ ଖୁବ୍‌ ଟାଣ ରହିବ ଏବଂ ଜିଦ୍‌ରେ ଅଟଳ ରହିବେ। କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହେବେ।
କନ୍ୟା
ଦୁର୍ଭାବନା ବଢ଼ିଚାଲିବ। ଅନ୍ୟମାନଙ୍କୁ ସହଜରେ ବିଶ୍ୱାସ କରିପାରିବେ ନାହିଁ। ଘର କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ହେଲା ଭଳି କାମ କରିବେ। ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ। ପରିବାରରୁ ପ୍ରତିରୋଧର ସମ୍ଭାବନା ରହିଛି ଓ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବ।
ତୁଳା
ତୁଳା
ଦାମ୍ପତ୍ୟ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ ଗହଣରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି। କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବ। କୌଣସି ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ। ପିଲାଙ୍କ ପାଠପଢ଼ାକୁ ନେଇ ସାମାନ୍ୟ ଚିନ୍ତିତ ହୋଇପାରନ୍ତି।
ବିଛା
ବିଛା
ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇବେ। ଗତକାଲିର ଆଲୋଚନା ଅନୁଯାୟୀ ଆଜିର କାମଗୁଡ଼ିକ ସବୁ ଠିକ୍‌ ଠିକ୍‌ ହୋଇଯିବ। ନୂତନ ଯୋଜନା ପାଇଁ କର୍ମତପତ୍ର ହୋଇ ଉଠିବେ। ପିଲାମାନଙ୍କର କୃତି ଓ କୃତିତ୍ୱ ସକାଶେ ଗର୍ବ ଅନୁଭବ କରିବେ। ମହିଳାମାନଙ୍କ ପାଇଁ ଦିନଟି ଆମୋଦପ୍ରଦ ହେବ।
ଧନୁ
ଧନୁ
ଯୋଜନାଗୁଡ଼ିକୁ ଠିକ୍‌ ଭାବରେ ବଦଳାଇବା କଷ୍ଟକର ହେବ। ବାଦବିବାଦ କ୍ରମେ ଜଟିଳ ହେବ ଓ ସଫଳତା ହାସଲ କରିବେ। କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ। ଗୁରୁପାକ ଦ୍ରବ୍ୟ ଭୋଜନରୁ ଅଜୀର୍ଣ୍ଣ ଓ ଆମାଶୟ ଦେଖାଦେଇପାରେ। ଆବଶ୍ୟକତାଠୁ ଅଧିକ ବ୍ୟୟ କରିବାକୁ ବାଧ୍ୟ ହେବେ।
ମକର
ମକର
ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମି ଯାଇପାରେ। ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି। ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ। ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତିି। କର୍ମକ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ସମ୍ଭାବନା ରହିଛି। ମହିଳାମାନେ ଗୁରୁଜନଙ୍କ ସ୍ବାସ୍ଥ୍ୟ ସକାଶେ ଚିନ୍ତିତ ରହିବେ।
କୁମ୍ଭ
କୁମ୍ଭ
ଆଜି ହଠାତ୍‌ ଗୃହସୀମା କିମ୍ବା ଘରଭଡ଼ାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରେ ଘଟଣାଗୁଡ଼ିକୁ ଅସ୍ବାଭାବିକ ଭାବେ ଚିନ୍ତା କରିବେ।
ମୀନମୀନ

ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିବେ। ଆଜି ଦିନ ମଧ୍ୟରେ ଘର କାମ ଛାଡ଼ି ବାହାର କାମରେ ବେଶି ସମୟ କଟାଇବେ। ପରିବାରରେ ଭୁଲ୍‌ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ ଭଲ କାମ କରି ମଧ୍ୟ ନିନ୍ଦା ଅପବାଦର ଶରବ୍ୟ ହେବେ। ସ୍ବାସ୍ଥ୍ୟ ଭଲ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?