Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଅତ୍ୟଧିକ ଭ୍ରମଣଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ଘର ସାଜସଜ୍ଜାରେ ମଜି ରହିପାରନ୍ତି। କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି। ଧାରକରଜ କରି କାମ ଚଳାଇ ନେବେ। ମହିଳାମାନେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
ବୃଷ
ବୃଷ
ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦୌଡ଼ କରିବାକୁ ପଡ଼ିବ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଅଜୀର୍ଣ୍ଣଦୋଷରୁ ପେଟ ଗୋଳମାଳରୁ ପୀଡ଼ା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଦ୍ଧା ଦୂରକୁ ଯିବାକୁ ପଡ଼ିବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ, ଅବଶ୍ୟ ବିଭିନ୍ନ ବାଧାବିଘ୍ନ ମଧ୍ୟ ଦେଇ । କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଆରଦ୍ରା ନକ୍ଷତ୍ରର ମନ ଭଲ ନ ରହିଲେ ମଧ୍ୟ ବୃଥା ସନ୍ଦେହକରି ମନ ଅଶାନ୍ତ ରହିବ।
କର୍କଟ
କର୍କଟ
ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ,ଏଣୁ ସାମୟିକ ଖୁସି ରହିବେ। ପୁନର୍ବସୁ ନକ୍ଷତ୍ରର ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ନିକଟ ସମ୍ପର୍କୀୟଙ୍କ ଉପରେ ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି ।
ସି˚ହ
ସି˚ହ
ଆଗାମୀ ସମୟର ପରିସ୍ଥିତି ବିଷୟକୁ ନେଇ ଖସଡ଼ା ପ୍ରସ୍ତୁତ କରିପାରନ୍ତି। ବରାଦ ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବହୁଦିନ ପରେ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିବେ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
କନ୍ୟା
ବିଭିନ୍ନ ପ୍ରକାର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚାଇବା ପାଇଁ ହଇରାଣରେ ପଡ଼ିପାରନ୍ତି ।
ତୁଳା
ତୁଳା
ବିଭିନ୍ନ ପ୍ରକାର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବିଛା
ବିଛା
ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଫଳରେ ମନଟା କାହିଁକି କେମିତି କେମିତି ଲାଗିବ ଓ ଭଲ ଲାଗିବ ନାହିଁ । ଏଣେ କର୍ମକ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ମଧ୍ୟ ବିଭିନ୍ନ ପ୍ରକାର ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ପ୍ରତିଟି କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ।
ଧନୁ
ଧନୁ
ଅଯଥା ଏଣୁତେଣୁ ଗୁଡ଼ାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ। ବନ୍ଧୁ ଗହଣରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ।
ମକର
ମକର
ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ମାତ୍ର ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। କଳା, ସାହିତ୍ୟରେ ଉନ୍ନତି କରି ସଭାସମିତିରେ ପ୍ରଶଂସିତ ହେବେ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ।
କୁମ୍ଭ
କୁମ୍ଭ
ଯେକୌଣସି ପରିସ୍ଥିତି ହେଉନା କାହିଁକି,ଆପଣ ଜମା ବ୍ୟସ୍ତ ହୁଅନ୍ତୁ ନାହିଁ, ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣିହୋଇଯିବେ । ପୁନଶ୍ଚଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହେବ । ଅପରାହ୍ନରେ ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ। ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri