Posted inRasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ
ସ୍ବାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ। ଅତ୍ୟଧିକ ଭ୍ରମଣଜନିତ କ୍ଲାନ୍ତି ଓ ଅବସାଦ ଦେଖାଦେଇପାରେ। ଘର ସାଜସଜ୍ଜାରେ ମଜି ରହିପାରନ୍ତି। କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହୋଇପାରନ୍ତି। ଧାରକରଜ କରି କାମ ଚଳାଇ ନେବେ। ମହିଳାମାନେ ନୂତନ ଦାୟିତ୍ୱ ହାତକୁ ନେଇପାରନ୍ତି।
ବୃଷ
ବୃଷ
ଆସନ୍ତାକାଲିର ଆନୁଷ୍ଠାନିକ କାମ ସକାଶେ ବିଶେଷ ଭାବେ ଧାଁ ଦୌଡ଼ କରିବାକୁ ପଡ଼ିବ। କୌଣସି ବନ୍ଧୁଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। ଅଜୀର୍ଣ୍ଣଦୋଷରୁ ପେଟ ଗୋଳମାଳରୁ ପୀଡ଼ା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ ସହକର୍ମୀଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି।
ମିଥୁନ
ମିଥୁନ
ପରିସ୍ଥିତିକୁ ଆଖିଆଗରେ ରଖି ଇଚ୍ଛା ନ ଥିଲେ ସୁଦ୍ଧା ଦୂରକୁ ଯିବାକୁ ପଡ଼ିବ। ଅସମ୍ପୂର୍ଣ୍ଣ କାମକୁ ସମ୍ପୂର୍ଣ୍ଣ କରିବେ, ଅବଶ୍ୟ ବିଭିନ୍ନ ବାଧାବିଘ୍ନ ମଧ୍ୟ ଦେଇ । କହିବାକୁ ଇଚ୍ଛା ଥିଲେ ମଧ୍ୟ ସଙ୍କୋଚବଶତଃ ବନ୍ଧୁଙ୍କ ନିକଟରେ ମନକଥା ପ୍ରକାଶ କରିପାରିବେ ନାହିଁ। ଆରଦ୍ରା ନକ୍ଷତ୍ରର ମନ ଭଲ ନ ରହିଲେ ମଧ୍ୟ ବୃଥା ସନ୍ଦେହକରି ମନ ଅଶାନ୍ତ ରହିବ।
କର୍କଟ
କର୍କଟ
ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ,ଏଣୁ ସାମୟିକ ଖୁସି ରହିବେ। ପୁନର୍ବସୁ ନକ୍ଷତ୍ରର ମୂଲ୍ୟବାନ୍‌ ଦ୍ରବ୍ୟ ଲାଭ ହୋଇପାରେ। ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ। ନିକଟ ସମ୍ପର୍କୀୟଙ୍କ ଉପରେ ସ୍ନେହ ଶ୍ରଦ୍ଧା ଓ ପ୍ରେମାନୁରାଗୀ ହୋଇପାରନ୍ତି ।
ସି˚ହ
ସି˚ହ
ଆଗାମୀ ସମୟର ପରିସ୍ଥିତି ବିଷୟକୁ ନେଇ ଖସଡ଼ା ପ୍ରସ୍ତୁତ କରିପାରନ୍ତି। ବରାଦ ଅନୁଯାୟୀ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ବହୁଦିନ ପରେ ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବ। କୌଣସି ନୂତନ କାର୍ଯ୍ୟରେ ହାତଦେବାକୁ ସ୍ଥିର କରିବେ। କର୍ମକ୍ଷେତ୍ରରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ।
କନ୍ୟା
ବିଭିନ୍ନ ପ୍ରକାର କାରଣକୁ ନେଇ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ। ତରବର ନ ହୋଇ ଧୀରସ୍ଥିର ମନ ନେଇ କାମକଲେ ସମସ୍ୟାର ସରଳ ସମାଧାନ ହେବ। ନିଜର ଆତ୍ମୀୟମାନେ ହଠାତ୍‌ ଶତ୍ରୁତା କରିବେ। ନିର୍ମାଣାଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚାଇବା ପାଇଁ ହଇରାଣରେ ପଡ଼ିପାରନ୍ତି ।
ତୁଳା
ତୁଳା
ବିଭିନ୍ନ ପ୍ରକାର ଅସୁବିଧା ଭିତରେ ଗତି କରୁଥିବାରୁ ଧୀରେ ଧୀରେ ମାନସିକ ଅବସ୍ଥା ଖରାପ ଦିଗକୁ ଗତି କରିବ। ଆଜି ହିଁ ଶେଷ କରିବାକୁ ଭାବୁଥିବା କାମଟି ପୂର୍ଣ୍ଣାଙ୍ଗ କରିବା କଷ୍ଟ ହୋଇଯିବ। ହଠାତ୍‌ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ।
ବିଛା
ବିଛା
ପାରିବାରିକ କ୍ଷେତ୍ରର କୌଣସି ଅତୀତ ଘଟଣା ମନକୁ ବାରମ୍ବାର ଆଲୋଡ଼ିତ କରିବ। ଫଳରେ ମନଟା କାହିଁକି କେମିତି କେମିତି ଲାଗିବ ଓ ଭଲ ଲାଗିବ ନାହିଁ । ଏଣେ କର୍ମକ୍ଷେତ୍ର କିମ୍ବା ପ୍ରଶାସନିକ ସ୍ତରରେ ମଧ୍ୟ ବିଭିନ୍ନ ପ୍ରକାର ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବ। ପ୍ରତିଟି କ୍ଷେତ୍ରରେ ଛୋଟ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ।
ଧନୁ
ଧନୁ
ଅଯଥା ଏଣୁତେଣୁ ଗୁଡ଼ାଏ ଚିନ୍ତାକରି ବିବ୍ରତ ହୁଅନ୍ତୁ ନାହିଁ। ବନ୍ଧୁ ଗହଣରେ ଅପମାନଜନକ ସ୍ଥିତିରୁ ସହସା ରକ୍ଷା ପାଇବେ। ବିଭିନ୍ନ ପ୍ରକାର ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ । ଘରର ବରାଦ ଅନୁଯାୟୀ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିବାକୁ ବାଧ୍ୟ ହେବେ।
ମକର
ମକର
ଜଣେ ବନ୍ଧୁଙ୍କ ସାହାଯ୍ୟରେ ଆଜିର କାମ ଗୁଡ଼ିକ ସୁବିଧାରେ ସମ୍ପନ୍ନ ହୋଇଯିବ। ମାତ୍ର ସଂଯମ ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। କଳା, ସାହିତ୍ୟରେ ଉନ୍ନତି କରି ସଭାସମିତିରେ ପ୍ରଶଂସିତ ହେବେ। ଠିକଣା ଜାଗାରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହୋଇ ପଡ଼ିବେ।
କୁମ୍ଭ
କୁମ୍ଭ
ଯେକୌଣସି ପରିସ୍ଥିତି ହେଉନା କାହିଁକି,ଆପଣ ଜମା ବ୍ୟସ୍ତ ହୁଅନ୍ତୁ ନାହିଁ, ଯଥା ସମୟରେ ସବୁ କିଛି ଠିକ୍‌ ହୋଇଯିବ । ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ। ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ପିଲାମାନଙ୍କ ପଢ଼ା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ।
ମୀନମୀନ
ପ୍ରତ୍ୟେକ କ୍ଷେତ୍ରରେ ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣିହୋଇଯିବେ । ପୁନଶ୍ଚଏକାଧିକ କାମରେ ହାତ ଦିଅନ୍ତୁ ନାହିଁ, ଯାହାକି ବ୍ୟସ୍ତତାର କାରଣ ହେବ । ଅପରାହ୍ନରେ ଚେଷ୍ଟା କରୁଥିବା କାମରେ ଓ ସଫଳତାରେ ଆନନ୍ଦ ଅନୁଭବ କରିବେ। ସ୍ତ୍ରୀଙ୍କ ପ୍ରେରଣାରୁ ଉପକୃତ ହୋଇପାରନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

ରାଶିଫଳ: ଶନିବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ। ଘାତଚନ୍ଦ୍ର ଯୋଗୁ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପାରିବାରିକ ଜୀବନରେ ବୁଝାମଣା କ୍ଷେତ୍ରରେ ମତାନ୍ତରର…

ରାଶିଫଳ: ଶୁକ୍ରବାର, ମେ ୧୫ ତାରିଖ – Daily Horoscope

ମେଷ ବିଶିଷ୍ଟବ୍ୟକ୍ତିଙ୍କ ସହାୟତାରେ କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବନାହିଁ। ରହି ଯାଇଥିବା ଫାଇଲ କାମଟିକୁ ଆଜି ହିଁ ଆରମ୍ଭ କରିବାକୁ ମନ ବଳାଇବେ ଓ…

ରାଶିଫଳ: ଗୁରୁବାର, ମେ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମନ ଅଶାନ୍ତ ରହିପାରେ। ତଥାପି ଶାରୀରିକ ସୁସ୍ଥତା, ଆର୍ଥିକ ଉନ୍ନତି ଏବଂ ପ୍ରତିଯୋଗିତାରେ ସଫଳତା…

ରାଶିଫଳ: ବୁଧବାର, ମେ ୧୩ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। କିନ୍ତୁ ଯଦି ତରବରିଆ ପଦକ୍ଷେପ ନେବେ ତେବେ ବେଶି ହଇରାଣ ହେବାକୁ ପଡ଼ିପାରେ।…

ରାଶିଫଳ: ମଙ୍ଗଳବାର, ମେ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମ୍ନାରେ କଥା କହିବାକୁ ଅନ୍ୟମାନେ ପଛେଇ ରହିବେ। ପାରିବାରିକ…

ରାଶିଫଳ: ସୋମବାର, ମେ ୧୧ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ବନ୍ଧୁଙ୍କୁ ସୁହାଇଲା ଭଳି ମଉଜିଆ କଥା କହି ପରିସ୍ଥିତିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri