Posted inRasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ
ଆଜି ବୁଧାଦିତ୍ୟ ଯୋଗ କୋଣଭାବସ୍ଥ ଯୋଗୁ ଶିକ୍ଷା ସମ୍ବନ୍ଧୀୟ କିମ୍ବା ସନ୍ତାନ ହେତୁକ ପ୍ରତ୍ୟେକ ସମସ୍ୟା ନିଶ୍ଚିତ ସୁଧୁରିଯିବ। କର୍ମକ୍ଷେତ୍ରରେ ଲକ୍ଷ୍ୟ ହାସଲରେ ଅସୁବିଧା ହେବ ନାହିଁ। ରାଜନୈତିକ ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ନୂତନ ପଦକ୍ଷେପ ଗ୍ରହଣ କରିବେ।
ବୃଷ
ବୃଷ
ପଡ଼ୋଶୀଙ୍କ କଥାରେ ମୁଣ୍ଡ ପୂରାଇ ଅଯଥା ମନ ବିଷାକ୍ତ କରିବେ। ସମ୍ପୂର୍ଣ୍ଣଭାବେ ଶାନ୍ତି ଓ ସନ୍ତୋଷ ଆସିବ ନାହିଁ। ବାକି ପଡିଥିବା କାମକୁ ଶେଷ କରିବେ କିମ୍ବା ବର୍ତ୍ତମାନର ଗୁରୁତ୍ୱପୂର୍ଣ୍ଣ କାମଟିକୁ ଆରମ୍ଭ କରିବେ ଏହି ଚିନ୍ତାରେ ବ୍ୟସ୍ତ ରହିପାରନ୍ତି। ବନ୍ଧୁପ୍ରସ୍ତାବ ସ୍ଥିରୀକୃତ ସକାଶେ ଆଲୋଚନା କରିପାରନ୍ତି।
ମିଥୁନ
ମିଥୁନ
ସରକାରୀ କିମ୍ବା ବେସରକାରୀ ସ୍ତରରୁ ଅର୍ଥ ପାଇବା ପାଇଁ ଚେଷ୍ଟା କରିବେ। ରୋଗର ଆରୋଗ୍ୟ, ଋଣ ପରିଶୋଧ କରିବା ଚିନ୍ତାରେ ମନ ଉଦ୍‌ବିଗ୍ନ ରହିପାରେ। ଝଗଡା କରିବାକୁ ଚାହିଁବସିଥିବା ଲୋକଟିର ସାମ୍ନା କିମ୍ବା ସମାଧାନ କରିବାର ଚିନ୍ତା ଲାଗି ରହିବ। ସ୍ବାସ୍ଥ୍ୟ ପ୍ରତି ଅବହେଳା କରିବା ଦୁଶ୍ଚିନ୍ତାର କାରଣ ହୋଇପାରେ।
କର୍କଟ
କର୍କଟ
ଖାଲି କାମ ଭିତରେ ବୁଡ଼ିରହି ସ୍ବାସ୍ଥ୍ୟ ପ୍ରତି ନଜର ନ ଦେବା ଏକପ୍ରକାର ଭୁଲ୍‌ ହୋଇଯିବ। କର୍ମକ୍ଷେତ୍ରରେ ସାମୟିକ ବ୍ୟତିକ୍ରମ ଲାଗିରହିଲେ ମଧ୍ୟ ଯେଉଁ କାମଟି ହାତକୁ ନେଇଛନ୍ତି, ତାହା ନିଶ୍ଚିତ ସଫଳତା ପ୍ରାପ୍ତ ହୋଇପାରିବ। ଅପରାହ୍ନରେ ଗୁପ୍ତ ଶତ୍ରୁତା ଓ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି।
ସି˚ହ
ସି˚ହ
ପାରିବାରିକ କ୍ଷେତ୍ରରେ ରହିଆସିଥିବା ସମସ୍ୟା ଆଜି ଜଣେ ହିତୈଷୀଙ୍କ ସାହଚର୍ଯ୍ୟରେ ସମାଧାନ ହୋଇଯିବ। ପରିବହନ, ବାଣିଜ୍ୟ ଓ ବ୍ୟବସାୟ, ଶିଳ୍ପ ଓ ଏଜେନଶିପ୍‌, ପରିବହନରୁ ଖୁସି ରହିବେ। ସମୟଟି ଆଜିର ଏହିପରି ଯେ ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍‌ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି।
କନ୍ୟା
କର୍ମ କ୍ଷେତ୍ରରେ ପରିସ୍ଥିତି ଗମ୍ଭୀର ରହିଲେ ମଧ୍ୟ କାର୍ଯ୍ୟ ସମ୍ପନ୍ନରେ ଅସୁବିଧା ରହିବ ନାହିଁ। ବିବାଦୀୟ ଟିକା ଟିପ୍ପଣୀ କିଛି ସମୟରେ ଦୂରେଇଯିବ। ବନ୍ଧୁମାନେ ପୂର୍ବପ୍ରତିଶ୍ରୁତି ଅନୁଯାୟୀ ଯଥା ସମୟରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। ମନ ଖୁସି ରହିଲେ ମଧ୍ୟ ନିଜକୁ ପରିସ୍ଥିତି ଓ ପରିବେଶ ସହ ଖାପଖୁଆଇ ଚଳିବାକୁ ବାଧ୍ୟ ହେବେ।
ତୁଳା
ତୁଳା
ଆଜି କର୍ମାରମ୍ଭରେ ପ୍ରାଥମିକ ଅବସ୍ଥାରେ ସ୍ତ୍ରୀ/ସହକର୍ମୀ କିମ୍ବା କୌଣସି ଗୁରୁସ୍ଥାନୀୟ ବ୍ୟକ୍ତି ବିରୋଧାଭାସ ପ୍ରଦର୍ଶନ କରିପାରନ୍ତି। କୌଣସି କଥାରେ ଅଭାବ ରହିବ ନାହିଁ କିମ୍ବା କାମ ମଧ୍ୟ ଅଟକିବାର ପ୍ରଶ୍ନ ଉଠୁନି। ସଭାସମିତିରେ ଆପଣ ଏମିତି ଯୁକ୍ତି କରିବେ ଯେ ସମସ୍ତଙ୍କ ମୁହଁ ବନ୍ଦ ହୋଇଯିବ।
ବିଛା
ବିଛା
କୌଣସି ବନ୍ଧୁଙ୍କ ଆର୍ଥିକ ସାହାଯ୍ୟ ଓ ସହଯୋଗରୁ ମାନସିକ ଅସ୍ଥିରତା ଦୂରେଇଯିବ। ଅନୁରାଧା ନକ୍ଷତ୍ରଜାତ ବ୍ୟକ୍ତିମାନେ ପରିସ୍ଥିତି ଓ ପରିବେଶକୁ ଲକ୍ଷ୍ୟରଖି କାମ ନ କଲେ ଅସୁବିଧାରେ ପଡ଼ିବେ। କୌଣସି ସଭାସମିତି କିମ୍ବା ଆଲୋଚନା ନତୁବା ଗଠନମୂଳକ କାର୍ଯ୍ୟରେ ଯୋଗଦେଇପାରନ୍ତି। ବ୍ୟବସାୟ, ପରିବହନ, ନିର୍ମାଣ ପାଇଁ ଦିନଟି ଭଲ।
ଧନୁ
ଧନୁ
କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ପ୍ରେରଣା ଦ୍ୱାରା ପ୍ରଭାବିତ ହୋଇ ସମ୍ମାନିତ ହୋଇପାରନ୍ତି। ଆଜିର ପୂର୍ବଚିନ୍ତିତ ଭ୍ରମଣ, ଜମିଜମା କାରବାର କିମ୍ବା ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଆପଣଙ୍କର ମନୋବଳ ଖୁବ୍‌ ଟାଣ ରହିଲେ ମଧ୍ୟ ସନ୍ତାନ ହେତୁକ ସମସ୍ୟାରେ କିମ୍ବା ବିବାଦୀୟ ମନ୍ତବ୍ୟ ଦେବା କାରଣରୁ ଦୁଶ୍ଚିନ୍ତାଗ୍ରସ୍ଥ ହେବେ।
ମକର
ମକର
ନିଜ ଲୋକଙ୍କ ଖାପଛଡ଼ା ମନୋଭାବ, ଘରଲୋକଙ୍କ ମନଇଚ୍ଛା କାମ, କର୍ମକ୍ଷେତ୍ରରେ ସମସ୍ୟା ପରେ ସମସ୍ୟା ହେତୁ ବ୍ୟସ୍ତ ହେବେ। ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ହାତକୁ ନେଇଥିବା ଆଜିର କାମ ଡେରିରେ ସମ୍ପନ୍ନ ହେବ। ଆଇନ ଅଦାଲତରେ ସୁଫଳ ପାଇବେ ଓ ନିର୍ମାଣାଧୀନ କାମ ଦ୍ରୁତଗତିରେ ଅଗ୍ରଗାମୀ ହେବ।
କୁମ୍ଭ
କୁମ୍ଭ
ସ୍ବାସ୍ଥ୍ୟ ଭଲ ରହିବା ସାଙ୍ଗକୁ ଦୃଢ଼ ମନୋବଳ ଆପଣଙ୍କୁ କାମ କରିବା ସକାଶେ ପ୍ରେରଣା ଯୋଗାଇବ। ଭଲ ସମ୍ପର୍କ ଥିବା ବନ୍ଧୁ ସାଧାରଣ କଥାରେ ବିଗିଡ଼ି ଯାଇପାରନ୍ତି। ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ। ନୂତନ କର୍ମାରମ୍ଭ, ଯାନବାହନ, ଲୋକସମ୍ପର୍କ, ସଭାସମିତି ଓ ପାରିବାରିକ ସମସ୍ୟା ନେଇ ଚିନ୍ତା କରିବେ।
ମୀନମୀନ

କେହି ବିଶିଷ୍ଟ ବ୍ୟକ୍ତି ବା ଉଚ୍ଚ ପଦାଧିକାରୀ ଅନୁକୂଳ ମତ ପୋଷଣ କରିବେ ନାହିଁ। ନିଜ ଲୋକମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିପାରନ୍ତି। ଆଜି ଶେଷ କରିବାକୁ ଭାବୁଥିବା କାମଟିକୁ ସାରିବା ସକାଶେ ବହୁତ ପ୍ରତିରୋଧର ସାମ୍‌ନା କରିବାକୁ ପଡ଼ିବ, ଅବଶ୍ୟ ସଫଳତା ନିଶ୍ଚିତ ମିଳିବ। ବାଣିଜ୍ୟ, ବ୍ୟବସାୟ ତଥା ଆଲୋଚନା କ୍ଷେତ୍ରରେ ସଂଯମତା ଅବଲମ୍ବନ କରନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ।…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ…

ରାଶିଫଳ: ଶନିବାର, ମେ ୨୩ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଏକାଦଶରେ ଶୁକ୍ର ପ୍ରଭାବରେ ବନ୍ଧୁମିଳନରୁ ଖୁସିରେ ସମୟ କାଟିବେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ର ଓ ପାରିବାରିକ ତଥା ସାମାଜିକ ସ୍ତରରେ ଚର୍ଚ୍ଚିତ ହୋଇପାରନ୍ତି। ନିଜ…

ରାଶିଫଳ: ଶୁକ୍ରବାର , ମେ ୨୨ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ସାଙ୍ଗକୁ ଦୃଢ ମାନସିକତା ଯୋଗୁ ଅଭିଳଷିତ କାର୍ଯ୍ୟକୁ ନିର୍ବିଘ୍ନରେ ସମାପନ କରିବେ। ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ…

ରାଶିଫଳ: ଗୁରୁବାର, ମେ ୨୧ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ରହିଥିବାରୁ ଆପଣ ଉନ୍ନତ ଚିନ୍ତା ଓ ନୂତନ ଯୋଜନାର ଶୁଭାରମ୍ଭ କରିବେ। ଉଚ୍ଚପଦାଧିକାରୀଙ୍କ ସହଯୋଗ ମନକୁ ପ୍ରଫୁଲ୍ଲିତ କରାଇବ। ପରିବାରରେ…

ରାଶିଫଳ: ମଙ୍ଗଳବାର, ମେ ୧୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଆପଣଙ୍କ ଉଦ୍ୟମକୁ ଚରିତାର୍ଥ କରାଇବାରେ ସହାୟକ ହେବ ା ଉଚ୍ଚମନ, ଉକତ୍ୃଷ୍ଟ ବିଚାରଧାରା, ପାରିବାରିକ ସହଯୋଗରେ କାମ ହାସଲ କରିବାରେ ମଧ୍ୟ କିଛି…

ରାଶିଫଳ: ସୋମବାର, ମେ ୧୮ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ର ଏବଂ ପାରିବାରିକ ସ୍ଥିତି ପ୍ରୀତିପ୍ରଦ ରହିବ। ବ୍ୟବହାରରେ ସଂଯମତା ଅଭାବରୁ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇପାରେ। ବିଭିନ୍ନ ପ୍ରକାର କାର୍ଯ୍ୟ ବ୍ୟସ୍ତତା କାରଣରୁ…

ରାଶିଫଳ: ରବିବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରସ୍ଥ ଚନ୍ଦ୍ର ଆର୍ଥିକ, ସାମାଜିକ ଏବଂ ପାରିବାରିକ ଜୀବନକୁ ଋଦ୍ଧିମନ୍ତ କରିବ। ଦ୍ୱାଦଶସ୍ଥ ମଙ୍ଗଳ ଭ୍ରାତୃ ସମ୍ପର୍କରେ ତିକ୍ତତା ସୃଷ୍ଟି ହେବ। କର୍ମକ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri