Posted inRasifala

ରାଶିଫଳ: ରବିବାର, ଜୁନ୍ ୫ ତାରିଖ – Daily Horoscope

ମେଷ
ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଗତକାଲିଠାରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। କିନ୍ତୁ ବାଣିଜ୍ୟ ଓ ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ।
ବୃଷ
ବୃଷ
ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ। ଏଣେ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ଘଟଣାବଳୀ ମନକୁ ବାରମ୍ବାର ଆଲୋଡ଼ିତ କରିବ। ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ। ବାଣିଜ୍ୟ, ବ୍ୟବସାୟ, ଲେଖାପଢ଼ା ଓ ପ୍ରକାଶନ କ୍ଷେତ୍ରରେ ଶୁଭଫଳ ପ୍ରାପ୍ତି।
ମିଥୁନ
ମିଥୁନ
ହାତକୁ ନେଇଥିବା କାମଗୁଡ଼ିକ ସହଜ ଓ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନ ବଳାଇ କର୍ମମୁଖର ହେବେ। ପଡ଼ୋଶୀମାନଙ୍କୁ କାମରେ ଲଗାଇ କୌଶଳରେ କାର୍ଯ୍ୟ ହାସଲ କରିନେବେ।
କର୍କଟ
କର୍କଟ
ପ୍ରତ୍ୟେକ କ୍ଷେତ୍ରରେ ନିଜକୁ ଆଡ୍‌ଜଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବ ନାହିଁ। ପରିସ୍ଥିତିକୁ ଯେତେ ଜଟିଳ ମନେ କରୁଛନ୍ତି, ସେମିତି କିଛି ହେବନାହିଁ। ପ୍ରତିଦ୍ୱନ୍ଦ୍ୱିତା ବଢ଼ି ଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିସ୍ଥିତିରେ ପଡ଼ି କେତେକ କାମ କରିବାକୁ ବାଧ୍ୟ ହେବେ।
ସି˚ହ
ସି˚ହ
ଏକ ଭିନ୍ନ ପରିସ୍ଥିତିରେ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭ କରି ଅଟକି ରହିଥିବା କାମଟି ହୋଇଯିବ। ସ୍ତ୍ରୀଙ୍କ ସାହାଯ୍ୟରୁ ମନୋବଳ ବୃଦ୍ଧି ପାଇବ ଓ କାମ ଗୁଡ଼ିକ ସୁବିଧାରେ ସମ୍ପନ୍ନ ହେବ। ଅର୍ଥ ଲାଭ ସାଙ୍ଗକୁ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ଆଲୋଚନା କାଳରେ ଅପ୍ରିୟ ସତ୍ୟ କହି ବନ୍ଧୁଙ୍କ ଚକ୍ଷୁଶୂଳ ହେବେ।
କନ୍ୟା
କର୍ମକ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ ଓ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। ପରକଥାରେ ଭୁଲ ମାର୍ଗ ଅନୁସରଣ କରି ହଇରାଣ ହୋଇପାରନ୍ତି। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ଅପୂରଣୀୟ ଆଶା ମନକୁ ଆଲୋଡ଼ନ କରିବା କାରଣରୁ ସାମୟିକ ଅଶାନ୍ତ ରହିବେ।
ତୁଳା
ତୁଳା
ପୂର୍ବ ଶତ୍ରୁତାକୁ ନେଇ ବନ୍ଧୁଙ୍କ ସଦ୍ଭାବ ସହକର୍ମୀଙ୍କ ସହଯୋଗ ପାଇବେ ନାହିଁ। ପଦସ୍ଥ ବ୍ୟକ୍ତି ବିଶେଷ ମାନଙ୍କ ନିକଟରୁ ଆନୁଷ୍ଠାନିକ କାମରେ ପ୍ରେରଣା ମିଳିବ। ଶିଳ୍ପ, ବାଣିଜ୍ୟ, ରାଜନୀତି ଓ ପ୍ରଶାସନିକ ସ୍ତରରେ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସକାଳ ସମୟଟି ବହୁତ ଭଲ, ଅର୍ଥଲାଭ ଓ ବନ୍ଧୁମିଳନ ଅବଶ୍ୟ ଘଟିବ।
ବିଛା
ବିଛା
ସ୍ବାସ୍ଥ୍ୟରେ ଉନ୍ନତି, କାରବାରରେ ଅଗ୍ରଗତି, ବିବାଦୀୟ ଘଟଣାରେ ବିଜୟ ସୂଚନା ରହିଛି। ଚେଷ୍ଟା କରୁଥିବା କାମଟି ନ ହେବାରୁ ମନ ଉଦାସ ରହିପାରେ। ଆର୍ଥିକ ସ୍ଥିତିରେ ଅଭାବ ବୋଧଜନିତ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। କ୍ରୀଡ଼ା, କଳା ସହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ରରେ ସମସ୍ୟା ଆପଣାଛାଏଁ ସମାଧାନ ହୋଇଯିବ।
ଧନୁ
ଧନୁ
ଆଜି ସକାଳୁ ସକାଳୁ ଘର କଥା ଓ ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବ୍ୟବସାୟ ଓ ବାଣିଜ୍ୟ ମାନ୍ଦା ହେବ ନାହିଁ। ପାରିବାରିକ ସମସ୍ୟା ହେତୁ ଭାବପ୍ରବଣତା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ସହକର୍ମୀଙ୍କଠାରୁ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ଓ ବିଚଳିତ ହୋଇପାରନ୍ତି।
ମକର
ମକର
ଆଜି ଯେଉଁ କାମରେ ବାହାରିଛନ୍ତି, ସେଥିରେ କୃତକାର୍ଯ୍ୟ ହେବେ। ମାଲିମକଦ୍ଦମା, ବ୍ୟବସାୟ, ପରିବହନ ପାଇଁ ଅସୁବିଧା ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟାଲୋଚନା ପରିପ୍ରେକ୍ଷୀରେ ସମ୍ପର୍କୀୟମାନେ ଆପଣଙ୍କ ପରାମର୍ଶ ଲୋଡ଼ିପାରନ୍ତି। ରପତ୍ାନି କାରବାର, ଏଜେନ୍ସି, ସାମ୍ବାଦିକତାରେ ପ୍ରଶଂସିତ ହେବେ।
କୁମ୍ଭ
କୁମ୍ଭ
ସକାଳୁ ଜଣେ ବନ୍ଧୁଙ୍କୁ ଅନୁରୋଧ କରି ସମସ୍ୟା ସମାଧାନ ସକାଶେ ଚେଷ୍ଟା କରିବେ। ଗୃହସୀମାଜନିତ ବିବାଦ, କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ। କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବେ। ବାଣିଜ୍ୟ ଓ ପରିବହନରୁ ଲାଭ ପାଇବେ। ନୂତନ ଚୁକ୍ତିପତ୍ର ସ୍ବାକ୍ଷରିତ ହୋଇପାରେ।
ମୀନମୀନ
ଆଜି ଆପଣ ଯେଉଁ କାମରେ ହାତ ଦେବେ, ସେଥିରେ ଅବଶ୍ୟ ସଫଳତା ପାଇବେ। ପରିବାରର ଖର୍ଚ୍ଚ ପରିମାଣ ବୃଦ୍ଧି ହେତୁ ମନରେ ସରସତା ରହିବ ନାହିଁ। ଖାଦ୍ୟପେୟର ବିଷମତା ହେତୁ ହଠାତ୍‌ ଅଜୀର୍ଣ୍ଣ ଓ ଆମାଶୟ ଦେଖାଦେଇପାରେ। କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ଆଶାତୀତ ସଫଳତା ହାସଲ କରିବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ...

ମିଥୁନ ରାଶି ସମେତ ଏହି ରାଶି ଉପରେ ରହିବ ଗଣେଷଙ୍କ କୃପା, ଖୋଲିବ ଭାଗ୍ୟ

କୁମ୍ଭ ରାଶିରେ ଚନ୍ଦ୍ର ନୂତନ ଚିନ୍ତାଧାରା, ଅଭିନବ ନିଷ୍ପତ୍ତି ଏବଂ ସାମୂହିକ ମଙ୍ଗଳ ଉପରେ ଧ୍ୟାନ ଦେବାକୁ ଇଙ୍ଗିତ କରେ। ଧନୁ ରାଶିରେ ସୂର୍ଯ୍ୟ, ମଙ୍ଗଳ...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ...

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ।...

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି,...

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା...

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri