Posted inRasifala

ରାଶିଫଳ: ସୋମବାର, ଏପ୍ରିଲ୍‌ ୫ ତାରିଖ – Daily Horoscope

ମେଷ
ଆଜି ଆପଣ ଅଧସ୍ତନ କର୍ମଚାରୀଙ୍କ ସବୁ କଥାକୁ ଶୁଣି କିଛି କଲା ସମୟକୁ ସୁଯୋଗ ହାତରୁ ଖସି ଯାଇଥିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ଦେଖାଦେବାର ସମ୍ଭାବନା ରହିଛି।
ବୃଷ
ବୃଷ
ନିଜ ପରିସରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ସାଧାରଣ କଥାରେ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି କିମ୍ବା କହୁଥିବା କଥାକୁ ବିରୋଧ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରୁ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବାକୁ ପଡ଼ିବ।
ମିଥୁନ
ମିଥୁନ
ଆଜି ଅଚାନକ ଭାବରେ ବନ୍ଧୁଙ୍କ ନିକଟରୁ ଶୁଭ ସମ୍ବାଦ ଶୁଣି ଖୁସି ହେବେ। ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ଚେଷ୍ଟା କରୁଥିବା ଦିଗରୁ ଅର୍ଥ ପାଇବେ। ପଡ଼ିରହିଥିବା କାମଟି ବିଳମ୍ବରେ ହେଲେ ମଧ୍ୟ ସମ୍ପନ୍ନ ହେବ। ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି।
କର୍କଟ
କର୍କଟ
ଆଜି କର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବାରେ ନିୟୋଜିତ ରହିପାରନ୍ତି। ଅନ୍ୟମନସ୍କତାରୁ ବିଭିନ୍ନ ଚିନ୍ତା ଧରି କଳ୍ପନା ରାଇଜରେ ଘୂରି ବୁଲିବା ସକାଶେ ଇଚ୍ଛା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କୁ ଆପ୍ୟାୟିତ କରିବା ସକାଶେ ବିଭିନ୍ନ ପ୍ରକାରର ମନଗଢ଼ା କଥା କହିପାରନ୍ତି।
ସି˚ହ
ସି˚ହ
ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ। ଆଲୋଚନା କାଳରେ କିଛି କହିବା ଅପେକ୍ଷା ନୀରବ ରହିପାରିଲେ ଭଲ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତାର କାରଣ ହୋଇପାରେ। ସାମାଜିକ ସ୍ତରରେ, ଗଠନମୂଳକ କାମରେ, ସଭାସମିତିରେ ବନ୍ଧୁମାନଙ୍କ ଦ୍ୱାରା ଉପକୃତ ହୋଇପାରନ୍ତି।
କନ୍ୟା
କାର୍ଯ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ନିଜ ପରିସରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ। ଘରେ ବନ୍ଧୁ ମିଳନ ଓ ଆମୋଦ ପ୍ରମୋଦ ସକାଶେ ନୂତନ ଯୋଜନା କରିବେ।
ତୁଳା
ତୁଳା
ସମସ୍ୟା ମଧ୍ୟରେ ବୁଡ଼ି ରହି ଆପଣଙ୍କ ଦୈନ୍ୟଯୁକ୍ତ କଥା ଭାବମୂର୍ତ୍ତିକୁ କ୍ଷୁଣ୍ଣ କରିବ। ତଥାପି ଆଜି ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବା ସମ୍ଭାବନା ରହିଛି। ବନ୍ଧୁ ଗହଣରେ ମଉଜିଆ କଥା କହି ଶତ୍ରୁଠାରୁ କାମ ହାସଲ କରିନେବେ। ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହେବେ।
ବିଛା
ବିଛା
ଏକ ଭିନ୍ନ ପରିସ୍ଥିତିରେ ଦୂରେଇ ଯାଇଥିବା ଲୋକ ପାଖେଇ ଆସିବ। ବନ୍ଧୁଙ୍କ ପାରିବାରିକ ବିଷୟ ଚିନ୍ତାକରି ମନର ଭାବପ୍ରବଣତାରେ ଭରି ଅବଶ୍ୟ ଅନ୍ୟମାନଙ୍କୁ ଆପଣେଇ ନେବେ। ଅଟକି ରହିଥିବା କାମକୁ ପୂର୍ଣ୍ଣାଙ୍ଗ କରିବେ, ମାତ୍ର ଅନ୍ୟାୟ ବିରୋଧରେ ସ୍ବର ଉଠାଇପାରନ୍ତି। ଅପ୍ରିୟ ସତ୍ୟ ଭାଷଣରୁ ନିବୃତ୍ତ ରହିବା ଭଲ ହେବ।
ଧନୁ
ଧନୁ
ଆଜି ଭୁଲ୍‌ ବୁଝାମଣା କାରଣରୁ ହଠାତ୍‌ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇ ପଡ଼ିବେ। କର୍ମ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ ସହ ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବ।
ମକର
ମକର
ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଅବଶ୍ୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ, କିନ୍ତୁ ଆଲୋଚନା କାଳରେ ଝଗଡ଼ା ଲାଗିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ।
କୁମ୍ଭ
କୁମ୍ଭ
ଆଜି ଆପଣ ସାଙ୍ଗଠନିକ କାମ, ପରିବହନ, ରାଜନୀତି, ଆଇନ ଓ ଆନୁଷ୍ଠାନିକ କାମରେ ଶୁଭଫଳ ମିଳିବ। କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ନୀରବତା ଅବଲମ୍ବନ କରିବାକୁ ବାଧ୍ୟ ହେବେ। ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଅନ୍ୟମନସ୍କତା ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ।
ମୀନମୀନ
ଆଜି ଆଲୋଚନା ଭିତରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବ ନାହିଁ। ପୁରୁଣା କାମଗୁଡ଼ିକର ସମୀକ୍ଷା କରିବେ, କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି। ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦ୍ୱିଜା ନକ୍ଷତ୍ରର ମନ ହର୍ଷିତ ରହିବ। ସ୍ଥଗତି କାମକୁ ସମ୍ପନ୍ନ କରିବା ସକାଶେ ଉତ୍ସହ, ଉଦ୍ଦୀପନା ବୃଦ୍ଧି ପାଇପାରେ। ପରିସ୍ଥିତିବଶତଃ…

ରାଶିଫଳ: ଗୁରୁବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନରେ ରହିଥିବାରୁ ଯାହା ଚାହିଁବେ ତାହା ସୁବିଧାରେ ପ୍ରାପ୍ତ ହେବ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି କାର୍ଯ୍ୟକାରୀ କରିବା ପାଇଁ ମନ ବଳାଇପାରନ୍ତି।…

ରାଶିଫଳ: ବୁଧବାର, ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଆର୍ଥିକ ଅଭିବୃଦ୍ଧି କଲେ ମଧ୍ୟ ମାନସିକ ଶାନ୍ତିଠାରୁ ଦୂରେଇ ରଖିପାରନ୍ତି। ପାରିବାରିକ ସଦ୍‌ଭାବ ଅକ୍ଷୁଣ୍ଣ ରହିଲେ ମଧ୍ୟ କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଉପୁଜିପାରେ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କ ସମସ୍ତ ଆଶା ଓ ଅଭିଳାଷ ପୂରଣ କରିବେ। ମନୋରଞ୍ଜନ ସକାଶେ ମନ ବଳିବା ସାଙ୍ଗକୁ ଯାତ୍ରାରେ ଅଭିଳଷିତ ଫଳ ପାଇବେ।…

ରାଶିଫଳ: ସୋମବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ବୁଧଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ସମ୍ପର୍କୀୟଙ୍କ ସହିତ…

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri