Posted inRasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ
ଆଜିର ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କରାଇନେବେ। କୃତ୍ତିକା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସରକାରୀ ସ୍ତରରୁ ଅପେକ୍ଷା କରିଥିବା ଶୁଭଖବର ପାଇ ଉଲ୍ଲସିତ ହେବେ।
ବୃଷ
ବୃଷ
ନିଜ ପରିସରର ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଉଦାସ ରହିପାରେ । ଯୁକ୍ତିତର୍କ ହେତୁ ସାଧାରଣ କଥାରେ ସ୍ତ୍ରୀ କହୁଥିବା କଥାକୁ ବିରୋଧ କରି ପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବାକୁ ପଡିବ। ଅର୍ଥପ୍ରାପ୍ତି ସକାଶେ ଅନ୍ୟମାନଙ୍କୁ ନେହୁରା ହେବାକୁ ପଡିପାରେ।
ମିଥୁନ
ମିଥୁନ
ଭଲ ସଂପର୍କ ଥିବା ବନ୍ଧୁଟି ଅନ୍ୟଦ୍ୱାରାର ପ୍ରଭାବିତ ହୋଇ ଦୂରେଇ ରହିବ। ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ଗୃହ ସମସ୍ୟାକୁ ସଜାଡିବାକୁ ଯାଇ ବହୁତ ହଇରାଣ ହେବାକୁ ପଡିପାରେ। କର୍ମକ୍ଷେତ୍ର,ବ୍ୟବସାୟିକ ସ୍ଥିତି,କଚେରୀମାମଲା କ୍ଷେତ୍ରରେ ସୁଫଳ ପାଇବେ।
କର୍କଟ
କର୍କଟ
ଅର୍ଥନୈତିକ ଯୋଜନା କ୍ଷେତ୍ରରେ ଅଂଶୀଦାର ମାନଙ୍କ ସହ ଆଲୋଚନା କରିପାରନ୍ତି। ଅନ୍ୟମନସ୍କତା କାରଣରୁ କେତେକ ଭୂଲ୍‌ କରିବେ ଯାହାକି ସମସ୍ୟାର କାରଣ ପାଲଟିଯିବ। ବୁଝାମଣା ଠିକ୍‌ ନରହିବାରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସାମୟିକ ଚିନ୍ତିତ ରହିପାରନ୍ତି।
ସି˚ହ
ସି˚ହ
ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ନିଜପାଇଁ ଅସନ୍ତୋଷ ସୃଷ୍ଟି କରିବ। ଶିଳ୍ପ,ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଃଶ୍ଚିନ୍ତର କାରଣ ହୋଇପାରେ। ସଭାସମିତିରେ ବନ୍ଧୁ ମାନଙ୍କ ଦ୍ୱାରା ଏବଂ କର୍ମକ୍ଷେତ୍ରରେ ଉପରିସ୍ଥଙ୍କ ଦ୍ୱାରା ପ୍ରଶଂସିତ ହେବେ। ସ୍ବାସ୍ଥ୍ୟପ୍ରତି ଅବହେଳାର ପରିଣାମ ଭୋଗ କରିବାକୁ ପଡିବ ।
କନ୍ୟା
କାର୍ଯ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ବନ୍ଧୁ ମିଳନ ଓ ଆମୋଦ ପ୍ରମୋଦ ସକାଶେ ନୁତନ ଯୋଜନା କରିବେ। ଖୋଜୁଥିବା ଜିନିଷ ହଠାତ୍‌ ହାତମୁଠାରେ ପାଇ ଖୁସୀ ହୋଇଯିବେ।
ତୁଳା
ତୁଳା
ସମସ୍ୟା ମଧ୍ୟରେ ବୁଡି ରହି ଆପଣଙ୍କ ଦୈନ୍ୟଯୁକ୍ତ କଥା ଭାବମୂର୍ତିକୁ କ୍ଷୁର୍ଣ୍ଣ କରିବ । ସହକର୍ମୀଙ୍କ ସହାୟତାରେ ଆଜି ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସୂଚନା ପାଇବେ । ଘରଭଡାକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇ ପାରନ୍ତି।
ବିଛା
ବିଛା
ଏକ ଭିନ୍ନ ପରିସ୍ଥିତିରେ ଦୂରେଇ ଯାଇଥିବା ଲୋକ ପାଖେଇ ଆସିବ। ସରଳ ଅମାୟିକ ବ୍ୟବହାର ଦ୍ୱାରା ଅନ୍ୟ ମାନଙ୍କୁ ଆପଣେଇ ନେବେ। ଅନ୍ୟାୟ ବିରୋଧରେ ସ୍ବର ଉଠାଇଲେ ମଧ୍ୟ କିଛି ଲାଭ ହୋଇନପାରେ। ପାରିବାରିକସ୍ଥିରତା ରହିଥିଲେ ମଧ୍ୟ ପଡୋଶୀଙ୍କ ଆକ୍ଷେପୋକ୍ତିର ତର୍ଜମା କରି ଅଶାନ୍ତ ରହିବେ।
ଧନୁ
ଧନୁ
ମତାନ୍ତର କାରଣରୁ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବ। ସଭାସମିତିରେ ସଂଯମତା ରକ୍ଷା ନକଲେ ବିବାଦଗ୍ରସ୍ଥ ହୋଇ ପଡିବେ । କର୍ମ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବା ସହ ମାଲିମକଦ୍ଦମାରେ ଜୟଲାଭ କରିପାରନ୍ତି।
ମକର
ମକର
ଆଜି ଅଧିକାଂଶ ସମୟ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା କ୍ରମଶଃ ବୃଦ୍ଧି ପାଇବ। ପଡୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ । ସକାଳୁ ସକାଳୁ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।
କୁମ୍ଭ
କୁମ୍ଭ
ଆଜି ଆପଣ ସାଂଗଠନିକ କାମ, ପରିବହନ, ରାଜନୀତି, ଆଇନ ଓ ଆନୁଷ୍ଟାନିକ କାମରେ ଶୁଭ ଫଳ ମିଲିବ। କେତେକ କ୍ଷେତ୍ରରେ ନୀରବ ରହିବାକୁ ବାଧ୍ୟ ହେବେ । ଅନ୍ୟମନସ୍କ ହେତୁ ଧନିଷ୍ଠା ନକ୍ଷତ୍ରର କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅର୍ଥ କିମ୍ବା ନିକଟ ସଂପର୍କୀୟ ମାନଙ୍କ ଇର୍ଷା ଓ ଅସୂୟା ଭାବ ଯୋଗୁଁ ବିଚଳିତ ବୋଧ କରିବେ।
ମୀନମୀନ
ଆଜି ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁଁ ମନ ଭଲ ରହିବନାହିଁ । ପୁରୁଣା କାମଗୁଡିକର ସମୀକ୍ଷା କରିବେ କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି। ଅସୁସ୍ଥତା କାରଣରୁ କେତେକ କାମରେ ଅବହେଳା କରିପାରନ୍ତି। କଳା, ସାହିତ୍ୟ, ସଂଙ୍ଗୀତ, କ୍ରୀଡା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା…

ରାଶିଫଳ: ଶୁକ୍ରବାର , ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟରୁ ଅର୍ଥଲାଭ ହେବା ସାଙ୍ଗକୁ ପ୍ରିୟଜନଙ୍କ ଦେଖାସାକ୍ଷାତ୍‍ରୁ ଖୁସି ରହିବେ। ମତପାର୍ଥକ୍ୟ କାରଣରୁ ବନ୍ଧୁ କିମ୍ବା ପରିବାର ସହ ମନୋମାଳିନ୍ୟ ସୃଷ୍ଟିର…

ରାଶିଫଳ: ଗୁରୁବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଜନ୍ମଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ମତାନ୍ତର ସାଙ୍ଗକୁ ଧନହାନିର ଆଶଙ୍କା ରହିଛି। ପାରିବାରିକ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri