Posted inRasifala

ରାଶିଫଳ: ବୁଧବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ
ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ବନ୍ଧୁମାନଙ୍କ ନିକଟରୁ ଅପେକ୍ଷା କରିଥିବା ଶୁଭଖବର ପାଇ ଉଲ୍ଲସିତ ହେବେ।
ବୃଷ
ବୃଷ
ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିପାରେ। ସାଧାରଣ କଥାରେ ସ୍ତ୍ରୀ ମୁହଁ ଫେରାଇ ନେଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ ଓ ବ୍ୟବସାୟ ଏବଂ ପରିବହନ କ୍ଷେତ୍ରରୁ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବାକୁ ପଡ଼ିବ। ଆବଶ୍ୟକୀୟ ଅର୍ଥପ୍ରାପ୍ତି ସକାଶେ ଅନ୍ୟମାନଙ୍କୁ ନେହୁରା ହେବାକୁ ପଡ଼ିପାରେ।
ମିଥୁନ
ମିଥୁନ
ସନ୍ଦେହ ଓ ଭୁଲ୍‌ ବୁଝାମଣା କାରଣରୁ ଭଲ ସମ୍ପର୍କ ଥିବା ବନ୍ଧୁଟି ଭୁଲ୍‌ ଧାରଣା ପୋଷଣ କରିପାରେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଆକସ୍ମିକ ଭାବେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ପଡ଼ୋଶୀଙ୍କ ସହାୟତାରେ ଅପରାହ୍ନେ ମୂଲ୍ୟବାନ ଦ୍ରବ୍ୟ ପାଇପାରନ୍ତି। ନିଜ ଗୃହ ସମସ୍ୟାକୁ ସଜାଡ଼ିବାକୁ ଯାଇ ବହୁତ ହଇରାଣ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
ସ୍ଥଗିତକର୍ମ ସମ୍ପାଦନ ଓ ଅର୍ଥ ଲାଭର ଯୋଜନା କରିବା କାମରେ ନିଜକୁ ନିୟୋଜିତ କରିପାରନ୍ତି। ଅନ୍ୟମନସ୍କତା କାରଣରୁ କେତେକ ଭୁଲ୍‌ କରି କଳ୍ପନାରାଇଜରେ ଘୂରି ବୁଲିପାରନ୍ତି। କଠୋର ବାକ୍ୟାଳାପ କାରଣରୁ ସହକର୍ମୀଙ୍କ ସହ ତିକ୍ତତା ସୃଷ୍ଟି ହୋଇପାରେ। ବନ୍ଧୁଙ୍କୁ ଆପ୍ୟାୟିତ କରିବା ସକାଶେ ବିଭିନ୍ନ ପ୍ରକାରର ମନଗଢ଼ା କଥା କହିପାରନ୍ତି।
ସି˚ହ
ସି˚ହ
ପରିବାର ସଦସ୍ୟଙ୍କ କାର୍ଯ୍ୟକଳାପ ଅସନ୍ତୋଷ ସୃଷ୍ଟି କରିପାରେ। ଆଲୋଚନା କାଳରେ କିଛି କହିବା ଅପେକ୍ଷା ବରଂ ନୀରବ ରହିପାରିଲେ ଭଲ ହେବ। ଶିଳ୍ପ, ବାଣିଜ୍ୟ ଓ ପରିବହନରେ ପ୍ରତିବନ୍ଧକ ଦୁଶ୍ଚିନ୍ତର କାରଣ ହୋଇପାରେ। ସାମାଜିକ ସ୍ତରରେ ବନ୍ଧୁମାନଙ୍କ ଦ୍ୱାରା କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।
କନ୍ୟା
କାର୍ଯ୍ୟ କ୍ଷେତ୍ରରେ କିଛିଟା ଗୋଳମାଳିଆ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି। ବହୁତ ସମୟ ଧରି ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଘରେ ବନ୍ଧୁ ମିଳନ ଓ ଆମୋଦ ପ୍ରମୋଦ ସକାଶେ ନୂତନ ଯୋଜନା କରିବେ। ଆବଶ୍ୟକତା ଉପଲବ୍ଧି କରି ଗୃହୋପକରଣ ସାମଗ୍ରୀ କ୍ରୟ କରିପାରନ୍ତି।
ତୁଳା
ତୁଳା
ସମସ୍ୟା ମଧ୍ୟରେ ବୁଡ଼ି ରହି ଆପଣଙ୍କ ଦୈନ୍ୟଯୁକ୍ତ କଥା ଭାବମୂର୍ତ୍ତିକୁ କ୍ଷୁଣ୍ଣ କରିବ। ତଥାପି ଆନୁଷଙ୍ଗିକ ସୁବିଧା ସୁଯୋଗ ଲାଭକରି ବହୁତ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ କରିପାରିବେ। ଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ପଦୋନ୍ନତି ଘଟିବାର ସୂଚନା ପାଇବେ। ଘରଭଡ଼ାକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି।
ବିଛା
ବିଛା
ଏକ ଭିନ୍ନ ପରିସ୍ଥିତିରେ ଦୂରେଇ ଯାଇଥିବା ଲୋକ ପାଖେଇ ଆସିବାର ସୂଚନା ରହିଛି। ବନ୍ଧୁଙ୍କ ପାରିବାରିକ ବିଷୟ ଚିନ୍ତାକରି ମନର ଭାବ ପ୍ରବଣତାରେ ଭରିଯାଇପାରେ। କ୍ରନିକ୍‌ ରୋଗପୀଡ଼ାଜନିତ ସ୍ବାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ। ଅପ୍ରିୟ ସତ୍ୟ ଭାଷଣ ବନ୍ଧୁମାନଙ୍କ ମେଳରେ ସମସ୍ୟା ସୃଷ୍ଟିର କାରଣ ପାଲଟିଯିବ।
ଧନୁ
ଧନୁ
ଆଜି ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମନୋମାଳିନ୍ୟ ଘଟିବ। ସଭାସମିତିରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇ ପଡ଼ିବେ। କର୍ମ କ୍ଷେତ୍ରରେ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ମାଲିମକଦ୍ଦମାରେ ବିଚାର ବିଳମ୍ବିତ ହେବା ସଙ୍ଗକୁ ବାଇଦା ପଡ଼ିପାରେ।
ମକର
ମକର
ପାରିବାରିକ ଜୀବନରେ ସ୍ତ୍ରୀଙ୍କ ସହ ମତାନ୍ତର ସୃଷ୍ଟି ହେବାର ସଂଭାବନା ରହିଛି। ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦ୍ୱିତା କ୍ରମଶଃ ବୃଦ୍ଧି ପାଇବ। ଆପଣଙ୍କର ସରଳତାର ସୁଯୋଗ ନେଇ ପଡ଼ୋଶୀମାନେ କାର୍ଯ୍ୟ ହାସଲ କରିବାର ଅପଚେଷ୍ଟା କରିବେ। ସକାଳୁ ସକାଳୁ ପିଲାଙ୍କ ସହ ଖୁସିଗପ କରିବାର ମଉକା ଜୁଟିବ।
କୁମ୍ଭ
କୁମ୍ଭ
କର୍ମକ୍ଷେତ୍ରରେ ବିଶେଷ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ମାନସିକ ଅସ୍ଥିରତାଜନିତ ଅନ୍ୟମନସ୍କ ହେତୁ କେତେକ ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ଅସାବଧାନତା କାରଣରୁ ଦ୍ରବ୍ୟହାନି ଯୋଗୁ ବ୍ୟସ୍ତତା ବଢ଼ିଯିବ। ନିକଟ ସଂପର୍କୀୟଙ୍କ ଈର୍ଷା ଓ ଅସୂୟା ଭାବ ଯୋଗୁ ବିଚଳିତବୋଧ କରିବେ।
ମୀନମୀନ
କୌଣସି ଏକ ସାଧାରଣ କଥାର ଆଲୋଚନା ଭିତରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଭଲ ରହିବନାହିଁ। ପୁରୁଣା କାମଗୁଡ଼ିକର ସମୀକ୍ଷା କରିବେ କିନ୍ତୁ ବିବାଦୀୟ ପରିସ୍ଥିତି ସୃଷ୍ଟିର ସମ୍ଭାବନା ରହିଛି। ଅସୁସ୍ଥତାରୁ କେତେକ କାମରେ ଅବହେଳା କରିପାରନ୍ତି । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ବେଶ୍‌ ଆଦୃତ ହେବେ ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ।...

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri