Posted inRasifala

ରାଶିଫଳ: ରବିବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ
ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ୍‌ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ପରିବାର, ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ। ଅତୀତ କଥାକୁ ବିଶେଷ ଆଲୋଚନା କରି ସମସ୍ୟାକୁ ବଢ଼ାଇପାରନ୍ତି।
ବୃଷ
ବୃଷ
ଅଭିଳଷିତ ଦ୍ରବ୍ୟ ପ୍ରାପ୍ତିରେ ବିଜାତୀୟ ବ୍ୟକ୍ତି ଜଣେ ସହଯୋଗ କରିପାରେ। ଶାରୀରିକ ଦୁର୍ବଳତା ଯୋଗୁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ। ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବେ। ସାଧାରଣ କଥାକୁ କେନ୍ଦ୍ର କରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହୋଇପାରେ।
ମିଥୁନ
ମିଥୁନ
ବନ୍ଧୁଙ୍କ ପରାମର୍ଶରେ ମାନସିକ ଦ୍ୱନ୍ଦ୍ୱର ଅବସାନ ଘଟିବ। କର୍ମକ୍ଷେତ୍ରରେ ଜଣେ ସହକର୍ମୀଙ୍କ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବାଧ୍ୟବାଧକତାରେ ମନୋରଞ୍ଜନ ସମ୍ପର୍କିତ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବାକୁ ପଡ଼ିପାରେ।
କର୍କଟ
କର୍କଟ
ଦୀର୍ଘ ଦିନରୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ଆଜି ଆକସ୍ମିକ ଭାବରେ ପୁନଃ ପ୍ରତିଷ୍ଠିତ ହେବ। କର୍ମକ୍ଷେତ୍ରରେ ପରକଥାରେ ପ୍ରଭାବିତ ହେଲେ ଭୁଲ ମାର୍ଗର ଅନୁସରଣ କରିବେ। ପ୍ରଶାସନିକ ସ୍ତରରେ କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ଅଂଶୀଦାର ବନ୍ଧୁଙ୍କ ସହ ଜମିଜମା କାରବାର ବୃଦ୍ଧି ପାଇଁ ଚେଷ୍ଟିତ ହେବେ।
ସି˚ହ
ସି˚ହ
ଆର୍ଥିକ ଅନଟନ ହେତୁ ମାନସିକ ଅବସାଦ ଜନିତ କୌଣସି କାମ ଉତ୍ସାହପ୍ରଦ ହେବ ନାହିଁ। କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ। ଦୀର୍ଘଦିନର ମାଲିମକଦ୍ଦମା କିମ୍ବା ବିବାଦୀୟ ଘଟଣାର ବିଜୟୀ ହେବେ। ବ୍ୟବସାୟରେ ସନ୍ତୋଷଜନକ ଫଳ ପାଇପାରନ୍ତି।
କନ୍ୟା
ଭାଗ୍ୟସ୍ଥାନକୁ ଏକାଧିକ ଗ୍ରହ ଦୃଷ୍ଟି ଦେଉଥିବାରୁ ହାତକୁ ନେଇଥିବା କାମଗୁଡ଼ିକ ଅଟକିବ ନାହିଁ। ସରକାରୀ କାମରେ ହଠାତ୍‌ ବିଶ୍ୱସ୍ତ ସୂତ୍ରରୁ ଶୁଭ ସମ୍ବାଦ ଶୁଣି ଖୁସି ହେବେ। ସାମାଜିକ ଜୀବନରେ ଅନ୍ୟାୟ ବିରୋଧରେ ସ୍ବର ଉତ୍ତୋଳନ କରି ଶତ୍ରୁତା ଅର୍ଜନ କରିପାରନ୍ତି। ଉପରିସ୍ଥ ଆଦେଶାନୁସାରେ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ।
ତୁଳା
ତୁଳା
ପାରିବାରିକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ସମସ୍ୟା ସମାଧାନ ଲାଗି ଚେଷ୍ଟା କରିବେ। ବିଳାସ ବ୍ୟସନରେ ସମୟ ଅତିବାହିତ କରିପାରନ୍ତି। ବନ୍ଧୁମାନେ ବିଭ୍ରାନ୍ତ ଖବର ପରିବେଷଣ କରି ସାମୟିକ ମାନସିକ ଅସ୍ଥିରତାର କାରଣ ହୋଇପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ଘଟିବା ହେତୁ ସାମୟିକ ଆଶ୍ୱସ୍ତି ଲାଭ କରି ଆନନ୍ଦିତ ହେବେ।
ବିଛା
ବିଛା
ମାନସିକ ଅସ୍ଥିରତା ମଧ୍ୟରେ ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇବେ। ପରିସ୍ଥିତିରେ ପଡ଼ି ଖର୍ଚ୍ଚ କରିବାକୁ ବାଧ୍ୟ ହେବେ ଓ ମନସ୍ତାପ ମଧ୍ୟ କରିବେ। ପାରିବାରିକ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ। ସାମାଜିକ ପ୍ରତିଷ୍ଠା ବଢ଼ିବା ସହ ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବାର ଆଶା ରହିଛି।
ଧନୁ
ଧନୁ
ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ। ଫଳରେ ପ୍ରତାରିତ ହେବାର ବହୁତ ସମ୍ଭାବନା ରହିଛି। ଆର୍ଥିକ ଦୁରବସ୍ଥା ମଧ୍ୟରେ ଗତି କଲେ ମଧ୍ୟ ପ୍ରତିବେଶୀଙ୍କ ସହ ସଂପର୍କ ମଧୁର ରହିବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ସଫଳତା ପାଇବେ ଏବଂ ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ। ସନ୍ତାନ ହେତୁକ ଚିନ୍ତା ଦୂର ହେବ।
ମକର
ମକର
ଅତୀତ ଘଟଣାକୁ କେନ୍ଦ୍ର କରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି। ଯାତ୍ରା ସମୟରେ ଅନ୍ୟମନସ୍କ କିମ୍ବା ଅସାବଧାନତାବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ। ଅନ୍ୟମାନଙ୍କ ଭୁଲ୍‌ ଧାରଣା ଯୋଗୁ କର୍ମକ୍ଷେତ୍ରରେ ଭଲ କାମ କରି ମଧ୍ୟ ନିନ୍ଦା ଶୁଣିବେ। ଆର୍ଥିକ ସ୍ଥିତି କ୍ରମଶଃ ବଦଳି ଯିବା କାରଣରୁ ଉଦ୍‌ବିଗ୍ନତା ବୃଦ୍ଧି ପାଇବ।
କୁମ୍ଭ
କୁମ୍ଭ
ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ଶିଥିଳତା ଦେଖାଦେବ। ପରକଥାରେ ମୁଣ୍ଡ ପୂରାଇ ଭୁଲ୍‌ ମାର୍ଗରେ ଗତି କରି ପାରନ୍ତି। ଶିଳ୍ପ, ବାଣିଜ୍ୟ, ଶେୟାର ବଜାରରେ କ୍ଷତିର ଆଶଙ୍କା ରହିଛି; ମାତ୍ର ଜଣେ ବନ୍ଧୁଙ୍କ ସାହାଯ୍ୟକୁ ଭୁଲିପାରିବେ ନାହିଁ। ଭ୍ରାତୃ ସମ୍ପର୍କରେ ଅବନତି ଘଟିବ, ମାତ୍ର ପ୍ରିୟ କଥା କହି ସମସ୍ୟାକୁ ସୁଧାରି ନେବେ।
ମୀନମୀନ
ଆପଣ ଯେତେ ଭଲ କାମ କଲେ ମଧ୍ୟ ଶତ୍ରୁତା କାରଣରୁ ସମାଲୋଚିତ ହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ପରିବହନ, ପ୍ରଶାସନ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ। ଗୃହ ନିର୍ମାଣ କାମରେ ଉନ୍ନତି ଘଟିବ, କିନ୍ତୁ ପ୍ରତିରୋଧ ମଧ୍ୟ ପିଛା ଛାଡ଼ିବ ନାହିଁ। ପ୍ରତ୍ୟେକ କାମରେ ସହମତିରେ କାମ କଲେ ସଫଳତା ପାଇବେ।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଉନ୍ନତ ଚିନ୍ତା ସହ ବହୁବିଧ ଯୋଜନାରମ୍ଭର ମାର୍ଗଦର୍ଶନ କରାଇବେ। ବିଶେଷତଃ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି।…

ରାଶିଫଳ: ଶନିବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯାତ୍ରା, ବାଣିଜ୍ୟ ଏବଂ ପାରିବାରିକ ସୁସମ୍ପର୍କ ଦିଗରେ ସହାୟକ ହେବ। କିନ୍ତୁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ଦୈହିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ କାମକୁ ଉତ୍ସାହର ସହ କରିବାରେ ସମର୍ଥ ହେବେ। ଯାତ୍ରାକାଳରେ ସତର୍କତା ଅଭାବରୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁମଧୁର ହୋଇଉଠିବ। ବନ୍ଧୁଙ୍କ ଦ୍ୱାରା ଉତ୍ସାହିତ ହୋଇ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ…

ରାଶିଫଳ: ବୁଧବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସାଙ୍ଗକୁ ଅର୍ଥପ୍ରାପ୍ତିର ଆଶା ନିରର୍ଥକ ହେବନାହିଁ। ବଳବାନ୍‌ ମଙ୍ଗଳଙ୍କ ଯୋଗୁ ସାହସର ସହ ପ୍ରତ୍ୟେକ କାମକୁ କରିବା ପାଇଁ…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ସାମଗ୍ରିକ ଦିଗରୁ ସୁଖ, ସୌଭାଗ୍ୟ ପ୍ରଦାନ କରିବାରେ ପଶ୍ଚାଦ୍‍ପଦ ହେବେ ନାହିଁ। ଖର୍ଚ୍ଚଭାର, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ…

ରାଶିଫଳ: ସୋମବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ସକାଳୁ ବନ୍ଧୁଙ୍କ ମାଧ୍ୟମରେ ଶୁଭଖବର ପାଇ ଖୁସି ହେବେ। ଟେନ୍ସନ କାରଣରୁ ଆଜି କୌଣସି କାମ କରିବାକୁ ଆଦୈା ଇଚ୍ଛା ହେବନାହିଁ। ପଡ଼ୋଶୀଙ୍କ ସହାୟତାରେ ବ୍ୟବସାୟ…

ରାଶିଫଳ: ରବିବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଜୀବନଚର୍ଯ୍ୟା ସୁନ୍ଦର ରହିବ। ରାଶ୍ୟାଧିପ ମଙ୍ଗଳଙ୍କ ଏକାଦଶସ୍ଥ ସ୍ଥିତିଜନିତ ପ୍ରତ୍ୟେକ କାର୍ଯ୍ୟରେ ସଫଳ ହେବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ସମସ୍ୟାଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri